Posted inଜାତୀୟ

ସାବରକର ମନ୍ତବ୍ୟ: ହସ୍ତକ୍ଷେପ କଲେ ପାଓ୍ବାର

ନୂଆଦିଲ୍ଲୀ, ୨୯ା୩(ପି.ଟି.): ବିନାୟକ ଦାମୋଦର ସାବରକରଙ୍କୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମାଲୋଚନାକୁ ନେଇ ମହାରାଷ୍ଟ୍ର ବିକାଶ ଅଘାଡ଼ି ମେଣ୍ଟ ଭାଙ୍ଗିବା ଆଶଙ୍କା ପ୍ରକାଶ ପାଇଥିଲା। ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ଏଥିରେ ହସ୍ତକ୍ଷେପ କରିବା ସହ ଶିବସେନାର ଅସନ୍ତୋଷ ସମ୍ପର୍କରେ କଂଗ୍ରେସ ନେତୃତ୍ୱକୁ ଜଣାଇ ଦେଇଥିଲେ। ସାବରକର ମନ୍ତବ୍ୟକୁ ନେଇ ମହାରାଷ୍ଟ୍ର ମେଣ୍ଟ ସହଯୋଗୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିବାରୁ କଂଗ୍ରେସ ଏଭଳି ସମାଲୋଚନା ନ କରିବାକୁ ରାଜି ହୋଇଛି। ସୋମବାର ସନ୍ଧ୍ୟାରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଡାକିଥିବା ବିରୋଧୀ ନେତାଙ୍କ ବୈଠକରେ ପାଓ୍ବାର ଉପରୋକ୍ତ ପ୍ରସଙ୍ଗ ଉଠାଇଥିଲେ। ସାବରକରଙ୍କୁ ଟାର୍ଗେଟ କରାଯିବା ମହାରାଷ୍ଟ୍ରରେ ବିରୋଧୀ ମେଣ୍ଟ ପାଇଁ ସହାୟକ ହେବନାହିଁ ବୋଲି ସେ ସ୍ପଷ୍ଟ କହିଥିଲେ। ବୈଠକରେ ବିରୋଧୀ ନେତାମାନଙ୍କ ସହ ସୋନିଆ ଗାନ୍ଧୀ ଓ ରାହୁଲ ଉପସ୍ଥିତ ଥିଲେ। ବିରୋଧୀ ଦଳଗୁଡ଼ିକର ପ୍ରକୃତ ଲଢ଼େଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଭାଜପା ସହିତ। ସାବରକର ଆର୍‌ଏସ୍‌ଏସ୍‌ ସଦସ୍ୟ ନ ଥିଲେ ବୋଲି ରାହୁଲଙ୍କୁ ଏନ୍‌ସିପି ନେତା କହିଥିଲେ। ସୂଚନାଯୋଗ୍ୟ, ଲଣ୍ଡନରେ ରାହୁଲ ଭାରତର ଗଣତନ୍ତ୍ରକୁ ନେଇ ଦେଇଥିବା ମନ୍ତବ୍ୟ ପାଇଁ କ୍ଷମା ମାଗନ୍ତୁ ବୋଲି ଭାଜପା ଦାବି କରିଥିଲା। ସେ ସାବରକର ନୁହନ୍ତି ଯେ କ୍ଷମା ମାଗିବେ ବୋଲି ରାହୁଲ କହିଥିଲେ। ସ୍ବାଧୀନତା ସଂଗ୍ରାମୀ ସାବରକରଙ୍କ ପ୍ରତି କୌଣସି ଅପମାନକୁ ତାଙ୍କ ଦଳ ବରଦାସ୍ତ କରିବ ନାହିଁ ବୋଲି ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ କହିବା ସହ ରାହୁଲଙ୍କୁ ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri