Posted inଜାତୀୟ

ସାବରକର ମନ୍ତବ୍ୟ: ହସ୍ତକ୍ଷେପ କଲେ ପାଓ୍ବାର

ନୂଆଦିଲ୍ଲୀ, ୨୯ା୩(ପି.ଟି.): ବିନାୟକ ଦାମୋଦର ସାବରକରଙ୍କୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମାଲୋଚନାକୁ ନେଇ ମହାରାଷ୍ଟ୍ର ବିକାଶ ଅଘାଡ଼ି ମେଣ୍ଟ ଭାଙ୍ଗିବା ଆଶଙ୍କା ପ୍ରକାଶ ପାଇଥିଲା। ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ଏଥିରେ ହସ୍ତକ୍ଷେପ କରିବା ସହ ଶିବସେନାର ଅସନ୍ତୋଷ ସମ୍ପର୍କରେ କଂଗ୍ରେସ ନେତୃତ୍ୱକୁ ଜଣାଇ ଦେଇଥିଲେ। ସାବରକର ମନ୍ତବ୍ୟକୁ ନେଇ ମହାରାଷ୍ଟ୍ର ମେଣ୍ଟ ସହଯୋଗୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିବାରୁ କଂଗ୍ରେସ ଏଭଳି ସମାଲୋଚନା ନ କରିବାକୁ ରାଜି ହୋଇଛି। ସୋମବାର ସନ୍ଧ୍ୟାରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଡାକିଥିବା ବିରୋଧୀ ନେତାଙ୍କ ବୈଠକରେ ପାଓ୍ବାର ଉପରୋକ୍ତ ପ୍ରସଙ୍ଗ ଉଠାଇଥିଲେ। ସାବରକରଙ୍କୁ ଟାର୍ଗେଟ କରାଯିବା ମହାରାଷ୍ଟ୍ରରେ ବିରୋଧୀ ମେଣ୍ଟ ପାଇଁ ସହାୟକ ହେବନାହିଁ ବୋଲି ସେ ସ୍ପଷ୍ଟ କହିଥିଲେ। ବୈଠକରେ ବିରୋଧୀ ନେତାମାନଙ୍କ ସହ ସୋନିଆ ଗାନ୍ଧୀ ଓ ରାହୁଲ ଉପସ୍ଥିତ ଥିଲେ। ବିରୋଧୀ ଦଳଗୁଡ଼ିକର ପ୍ରକୃତ ଲଢ଼େଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଭାଜପା ସହିତ। ସାବରକର ଆର୍‌ଏସ୍‌ଏସ୍‌ ସଦସ୍ୟ ନ ଥିଲେ ବୋଲି ରାହୁଲଙ୍କୁ ଏନ୍‌ସିପି ନେତା କହିଥିଲେ। ସୂଚନାଯୋଗ୍ୟ, ଲଣ୍ଡନରେ ରାହୁଲ ଭାରତର ଗଣତନ୍ତ୍ରକୁ ନେଇ ଦେଇଥିବା ମନ୍ତବ୍ୟ ପାଇଁ କ୍ଷମା ମାଗନ୍ତୁ ବୋଲି ଭାଜପା ଦାବି କରିଥିଲା। ସେ ସାବରକର ନୁହନ୍ତି ଯେ କ୍ଷମା ମାଗିବେ ବୋଲି ରାହୁଲ କହିଥିଲେ। ସ୍ବାଧୀନତା ସଂଗ୍ରାମୀ ସାବରକରଙ୍କ ପ୍ରତି କୌଣସି ଅପମାନକୁ ତାଙ୍କ ଦଳ ବରଦାସ୍ତ କରିବ ନାହିଁ ବୋଲି ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ କହିବା ସହ ରାହୁଲଙ୍କୁ ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri