ଶାବର ଶ୍ରୀକ୍ଷେତ୍ର

ଶାବର ଶ୍ରୀକ୍ଷେତ୍ର ରୂପେ ପରିଚିତ କୋରାପୁଟ ରଥଯାତ୍ରାର ରହିଛି ବିଶେଷ ସ୍ବତନ୍ତ୍ରତା। ରଥଯାତ୍ରାରେ ବିଭିନ୍ନ ଆଦିବାସୀ ସଂସ୍କୃତିର ମହାମିଳନ ଦେଖିବାକୁ ମିଳେ। ଗ୍ରାମ ମୁଖିଆ ତଥା ନାୟକଙ୍କୁ ରାଜାର ସମ୍ମାନ ପ୍ରଦାନ କରାଯାଇଥାଏ। ସେ ରଥରେ ଛେରାପହଁରା କରନ୍ତି। ରଥଯାତ୍ରାରେ ଯୋଗଦେବା ପାଇଁ କୋରାପୁଟ ଜିଲାର ସମସ୍ତ ଆଦିବାସୀ ଗ୍ରାମକୁ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଗୁଆ ନିମନ୍ତ୍ରଣ ପଠାଯାଇଥାଏ।
ଶ୍ରୀ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ୧୦ ଅବତାର ବେଶ ହୋଇଥାଏ। ବାହୁଡା ଦିନ ବଡଦାଣ୍ଡ ଅଧାବାଟରେ ରଥ ରହିବା ପରେ ଶ୍ରୀଜୀଉଙ୍କୁ ଛେନାପୋଡ ଓ ପଣା ଭୋଗ ହେବାର ଏକ ଅନନ୍ୟ ପରମ୍ପରା ରହିଛି। କୋରାପୁଟ ଶାବର ଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିରର ପରିକଳ୍ପନା ୧୯୬୯ରେ ହୋଇଥିଲା। ପଞ୍ଚାୟତ ଭବନରେ ସେତେବେଳେ ହେଉଥିବା ଆଲୋଚନାଚକ୍ରରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ପାଇଁ ଆଗ୍ରହ ପ୍ରକାଶ ପାଇଥିଲା ବୋଲି କହନ୍ତି ମନ୍ଦିର ପରିଚାଳନା କମିଟି ସମ୍ପାଦକ ଡ. ଜଗବନ୍ଧୁ ସାମଲ। ୧୯୭୨ରେ କୋରାପୁଟ ସହରର ଏକ ପିଚୁଟିଣରେ ତିଆରି ଗମ୍ବୁଜାକୃତି ଗୃହରେ ପ୍ରତିଷ୍ଠିତ ମନ୍ଦିରରେ ମହାପ୍ରଭୁ ପୂଜା ପାଉଥିଲେ। ପୁରୀ ଶ୍ରୀକ୍ଷେତ୍ରରେ ପ୍ରଚଳିତ ପରମ୍ପରା ଯାନିଯାତ୍ରା ଓ ରୀତିନୀତି ଏଠାରେ ପ୍ରଚଳିତ ହୋଇଆସୁଛି। ଶାବର ଶ୍ରକ୍ଷେତ୍ର ପ୍ରକଳ୍ପର ମୁଖ୍ୟ ମନ୍ଦିର ନିର୍ମାଣ ପାଇଁ ୧୯୭୩ ଜୁଲାଇ ୧୧ରେ ତତ୍କାଳୀନ ଜିଲାପାଳ ଭାସ୍କର ଚନ୍ଦ୍ର ପଟ୍ଟନାୟକ ଭୂମିପୂଜା କରିଥିଲେ। ପରେ ସ୍ଥପତି ସତ୍ୟବାଦୀ ମହାରଣା ମନ୍ଦିର ନିର୍ମାଣ ଆରମ୍ଭ କରିଥିଲେ। ୧୯୭୮ ଜୁନ୍‌ରେ ମନ୍ଦିର ନିର୍ମାଣ ଶେଷ ହେବା ପରେ ପୁରୀ ଗଜପତି ଦିବ୍ୟସିଂହଙ୍କ ଉପସ୍ଥିତିରେ ପ୍ରତିଷ୍ଠା ଉତ୍ସବ ହୋଇଥିଲା। ଚତୁର୍ଦ୍ଧାମୂର୍ତ୍ତି ନବନିର୍ମିତ ମନ୍ଦିରରେ ବିଜେ କରିଥିଲେ। ଚଳିତ ବର୍ଷ ହେଉଛି ରଥଯାତ୍ରାର ସୁବର୍ଣ୍ଣ ଜୟନ୍ତୀ।
-ଅମିତାଭ ବେହେରା, କୋରାପୁଟ


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri