Posted inଜାତୀୟ

ସାବରମତି ଏକ୍ସପ୍ରେସରେ ନିଆଁ ଲଗାଇବା ଘଟଣା: ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪।୮: ୨୦୦୨ରେ ଗୋଧ୍ରାସ୍ଥିତ ସାବରମତି ଏକ୍ସପ୍ରେସରେ ନିଆଁ ଲଗାଇ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିଙ୍କ ଜାମିନ ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ତିନି ଦୋଷୀଙ୍କୁ ଜାମିନ ଦେବାକୁ କୋର୍ଟ ମନା କରି ଦେଇଛନ୍ତି। ଏହି ତିନିଜଣ ଦୋଷୀ ଆଜୀବନ କାରାଦଣ୍ଡ ଭୋଗୁଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ, ଏହି ଘଟଣା ଏକ ଗୁରୁତର ଘଟଣା। ଏହା କେବଳ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ମାମଲା ନୁହେଁ। ଦୋଷୀମାନଙ୍କ ଆବେଦନ ଶୁଣିବା ପାଇଁ ଏକ ବେଞ୍ଚ ସ୍ଥାପନ କରାଯିବ।
ଶୁଣାଣି ସମୟରେ ସିଜେଆଇ କହିଛନ୍ତି ଯେ, ଯେଉଁମାନଙ୍କ ମୃତ୍ୟୁଦଣ୍ଡ ଆଜୀବନ କାରାଦଣ୍ଡରେ ପରିଣତ କରାଯାଇଛି ସେମାନଙ୍କୁ ଜାମିନ ମିଳିବ ନାହିଁ, ଯେଉଁମାନେ ଜଳୁଥିବା ଟ୍ରେନରେ ପେଟ୍ରୋଲ ଢାଳିବା ଭଳି ଏକ ନିର୍ଦ୍ଦିଷ୍ଟ ଭୂମିକା ଗ୍ରହଣ କରିଥିଲେ ସେମାନଙ୍କୁ ମଧ୍ୟ ଜାମିନ ମିଳିବ ନାହିଁ। ଏହି ତିନିଜଣଙ୍କ ବିରୋଧରେ ନିର୍ଦ୍ଦିଷ୍ଟ ଅଭିଯୋଗ ରହିଛି ଏବଂ ଏହି ମାମଲା ମଧ୍ୟ ଗୁରୁତର ଅଟେ। ଏହା ଜଣଙ୍କର ମୃତ୍ୟୁ ବିଷୟ ନୁହେଁ। ଗତ ଥର ସୁପ୍ରିମକୋର୍ଟ ୧୨ ଜଣଙ୍କ ମଧ୍ୟରୁ ୮ ଜଣଙ୍କୁ ଜାମିନ ପ୍ରଦାନ କରିଥିଲେ। ତେବେ କ୍ୟାନସର କାରଣରୁ ଜଣେ ଅଭିଯୁକ୍ତଙ୍କ ସ୍ତ୍ରୀଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ଅବଧି ସୁପ୍ରିମକୋର୍ଟ ବଢାଇ ଦେଇଛନ୍ତି। ୨୦୦୨ ଗୋଧ୍ରା ସାବରମତି ଏକ୍ସପ୍ରେସ ଟ୍ରେନରେ ନିଆ ଲାଗି ୫୯ ଜଣଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri