Posted inଜାତୀୟ

ନେହେରୁଙ୍କୁ ହଟାଇ ସାବରକରଙ୍କ ଫଟୋ

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୫ା୮: ଭାଜପା ଶାସିତ କର୍ନାଟକରେ ଏକ ବିଜ୍ଞାପନକୁ ନେଇ ବିବାଦ ସୃଷ୍ଟି ହୋଇଛି। ସରକାରୀ ବିଜ୍ଞାପନର ଫଟୋରେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କୁ ହଟାଇ ତାଙ୍କ ସ୍ଥାନରେ ବିପ୍ଳବୀ ବିନାୟକ ଦାମୋଦର ସାବରକରଙ୍କୁ ସ୍ଥାନିତ କରାଯାଇଛି।

ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ କର୍ନାଟକରେ ‘ହର୍‌ ଘର ତ୍ରିରଙ୍ଗା’ ଅଭିଯାନ ଚାଲିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇଙ୍କ ନେତୃତ୍ୱାଧୀନ ସରକାରଙ୍କ ପକ୍ଷରୁ ସ୍ବାଧୀନତା ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଉଦ୍ଦେଶ୍ୟରେ ରବିବାର ଖବରକାଗଜଗୁଡ଼ିକରେ ଏକ ଫୁଲ୍‌ ପେଜ୍‌ ବିଜ୍ଞାପନ ପ୍ରକାଶ କରାଯାଇଛି। ଉକ୍ତ ବିଜ୍ଞାପନରେ ନେହେରୁଙ୍କୁ ବାଦ୍‌ ଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିଚାରକ ବୀର ସାବରକରଙ୍କୁ ସ୍ଥାନ ଦିଆଯାଇଥିବାରୁ କଂଗ୍ରେସ ସମାଲୋଚନା କରିଛି।

ଦେଶ ବିଭାଜନ ପାଇଁ ଶାସକ ଭାଜପା ପ୍ରଥମ ପ୍ରଧାନମନ୍ତ୍ରୀ ନେହେରୁ ଓ ପାକିସ୍ତାନର ପ୍ରତିଷ୍ଠାତା ମହମ୍ମଦ ଅଲୀ ଜିନ୍ନାଙ୍କୁ ଦାୟୀ କରିଛି। ଏହାକୁ ନେଇ ସାମାଜିକ ଗଣମାଧ୍ୟମରେ ଭାଜପା-କଂଗ୍ରେସ ମୁହଁ।ମୁହଁି ହୋଇଛନ୍ତି। କଂଗ୍ରେସ ନେତା ଜୟରାମ ରମେଶ ଟୁଇଟ୍‌ କରିଛନ୍ତି, ଅଗଷ୍ଟ ୧୪କୁ ‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ ରୂପେ ପାଳନ କରିବା ପଛରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରକୃତ ଉଦ୍ଦେଶ୍ୟ ସାମ୍ନାକୁ ଆସିଛି। ଅନ୍ୟପକ୍ଷେ ନେହେରୁ ଭାରତକୁ ଦୁଇଭାଗ କରିଦେଇଥିବାରୁ ତାଙ୍କ ଫଟୋକୁ ବିଜ୍ଞାପନରୁ ହଟାଇ ଦିଆଯାଇଥିବା ଭାଜପା ମୁଖପାତ୍ର ରବି କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri