Posted inଜାତୀୟ

ନେହେରୁଙ୍କୁ ହଟାଇ ସାବରକରଙ୍କ ଫଟୋ

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୫ା୮: ଭାଜପା ଶାସିତ କର୍ନାଟକରେ ଏକ ବିଜ୍ଞାପନକୁ ନେଇ ବିବାଦ ସୃଷ୍ଟି ହୋଇଛି। ସରକାରୀ ବିଜ୍ଞାପନର ଫଟୋରେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କୁ ହଟାଇ ତାଙ୍କ ସ୍ଥାନରେ ବିପ୍ଳବୀ ବିନାୟକ ଦାମୋଦର ସାବରକରଙ୍କୁ ସ୍ଥାନିତ କରାଯାଇଛି।

ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ କର୍ନାଟକରେ ‘ହର୍‌ ଘର ତ୍ରିରଙ୍ଗା’ ଅଭିଯାନ ଚାଲିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇଙ୍କ ନେତୃତ୍ୱାଧୀନ ସରକାରଙ୍କ ପକ୍ଷରୁ ସ୍ବାଧୀନତା ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଉଦ୍ଦେଶ୍ୟରେ ରବିବାର ଖବରକାଗଜଗୁଡ଼ିକରେ ଏକ ଫୁଲ୍‌ ପେଜ୍‌ ବିଜ୍ଞାପନ ପ୍ରକାଶ କରାଯାଇଛି। ଉକ୍ତ ବିଜ୍ଞାପନରେ ନେହେରୁଙ୍କୁ ବାଦ୍‌ ଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିଚାରକ ବୀର ସାବରକରଙ୍କୁ ସ୍ଥାନ ଦିଆଯାଇଥିବାରୁ କଂଗ୍ରେସ ସମାଲୋଚନା କରିଛି।

ଦେଶ ବିଭାଜନ ପାଇଁ ଶାସକ ଭାଜପା ପ୍ରଥମ ପ୍ରଧାନମନ୍ତ୍ରୀ ନେହେରୁ ଓ ପାକିସ୍ତାନର ପ୍ରତିଷ୍ଠାତା ମହମ୍ମଦ ଅଲୀ ଜିନ୍ନାଙ୍କୁ ଦାୟୀ କରିଛି। ଏହାକୁ ନେଇ ସାମାଜିକ ଗଣମାଧ୍ୟମରେ ଭାଜପା-କଂଗ୍ରେସ ମୁହଁ।ମୁହଁି ହୋଇଛନ୍ତି। କଂଗ୍ରେସ ନେତା ଜୟରାମ ରମେଶ ଟୁଇଟ୍‌ କରିଛନ୍ତି, ଅଗଷ୍ଟ ୧୪କୁ ‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ ରୂପେ ପାଳନ କରିବା ପଛରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରକୃତ ଉଦ୍ଦେଶ୍ୟ ସାମ୍ନାକୁ ଆସିଛି। ଅନ୍ୟପକ୍ଷେ ନେହେରୁ ଭାରତକୁ ଦୁଇଭାଗ କରିଦେଇଥିବାରୁ ତାଙ୍କ ଫଟୋକୁ ବିଜ୍ଞାପନରୁ ହଟାଇ ଦିଆଯାଇଥିବା ଭାଜପା ମୁଖପାତ୍ର ରବି କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri