Posted inଖେଳ

ସବିର ହୁସେନ ବିସିସିଆଇ ନୂଆ ଏସିୟୁ ମୁଖ୍ୟ

ନୂଆଦିଲ୍ଲୀ, ୬ା୪ (ପି.ଟି.)- ଅଜିତ ସିଂଙ୍କ ସ୍ଥାନରେ ଗୁଜରାଟର ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ସବିର ହୁସେନ ଶେଖଦମ୍‌ ଖଣ୍ଡଓ୍ବାଲା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଦୁର୍ନୀତି ନିବାରଣ ୟୁନିଟ୍‌ (ଏସିୟୁ)ର ନୂତନ ମୁଖ୍ୟଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଜସ୍ଥାନର ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ସିଂ ୨୦୧୮ରେ ବିସିସିଆଇର ଏସିୟୁ ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ତାଙ୍କ କାର୍ଯ୍ୟକାଳ ଗତ ମାର୍ଚ୍ଚ ୩୧ରେ ଶେଷ ହୋଇଛି। ଅନ୍ୟପକ୍ଷରେ ଖଣ୍ଡଓ୍ବାଲା ହେଉଛନ୍ତି ୧୯୭୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର। ୨୦୧୦ ଡିସେମ୍ବରରେ ଗୁଜରାଟ ଡିଜିପି ପଦବୀରୁ ଅବସର ପରେ ୧୦ ବର୍ଷ ଧରି ଏସାର ଗ୍ରୁପ୍‌ର ଜଣେ ଉପଦେଷ୍ଟା ଭାବେ କାର୍ଯ୍ୟ ସମ୍ପାଦନ କରିଆସୁଥିଲେ। ଏପ୍ରିଲ ୯ରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଉଦ୍‌ଘାଟନୀ ଦିବସରୁ ସେ ତାଙ୍କ କାର୍ଯ୍ୟାରମ୍ଭ କରିବେ। ବୋର୍ଡରେ କିପରି କାର୍ଯ୍ୟ କରିବାକୁ ହେବ ସେ ବିଷୟରେ ସମ୍ୟକ ଜ୍ଞାନ ଆହରଣ କରିବା ଲାଗି ନୂଆ ଏସିୟୁ ମୁଖ୍ୟ ଗତ ମାସରେ ଇଂଲଣ୍ଡ ଓ ଭାରତ ମଧ୍ୟରେ ଅନୁଷ୍ଠିତ ଅନ୍ତିମ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ ଦେଖିଥିଲେ। ଅନ୍ୟପକ୍ଷରେ ସିଂଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲେ ମଧ୍ୟ ଖଣ୍ଡଓ୍ବାଲା ତାଙ୍କ କାର୍ଯ୍ୟଧାରାରେ ପଡ଼ିବା ପର୍ଯ୍ୟନ୍ତ ତାଙ୍କୁ ସମସ୍ତ ପ୍ରକାର ସହାୟତା କରିବେ। ଏଥର ଏସିୟୁ ମୁଖ୍ୟ ପଦବୀ ପାଇଁ ବିସିସିଆଇ ପକ୍ଷରୁ ଦରଖାସ୍ତ ଆହ୍ବାନ କରାଯାଇ ନ ଥିଲା। ଖଣ୍ଡଓ୍ବାଲା ବୁଧବାର ଆଇପିଏଲ୍‌ ଉଦ୍‌ଘାଟନୀ ମ୍ୟାଚ ପାଇଁ ଚେନ୍ନାଇ ଅଭିମୁଖେ ଯାତ୍ରା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?