ସବିତା, ପୂର୍ଣ୍ଣିମା ପାଇବେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର

କେନ୍ଦ୍ରାପଡ଼ା ଅଫିସ, ୨୮।୮: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ନିପାଣିଆ ଗ୍ରାମର ସବିତା ଗିରି ଓ ପୂର୍ଣ୍ଣିମା ଗିରି ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର ପାଇବେ। ଏ ନେଇ ଜିଲା କ୍ରୀଡା ବିଭାଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି।

ଜିଲା କ୍ରୀଡା ଅଧିକାରୀ ଲୋକନାଥ ପାଣିଗ୍ରାହୀଙ୍କ ସୂଚନା ଅନୁଯାୟୀ, ଆସନ୍ତା ୨୯ରେ ଭୁବନେଶ୍ୱର ଲୋକସେବା ଭବନ ପରିସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦୁଇ ବାଳିକାଙ୍କୁ ପୁରସ୍କୃତ କରିବେ। ସୂଚନାଯୋଗ୍ୟ, ୨୦୧୯ରେ ଜଗତ୍‌ସିଂହପୁର ଜିଲା ହସିଣା ଗ୍ରାମର ୫୫ ଜଣ ଲୋକ ବତୀଘର ପଞ୍ଚାୟତର ହୁକିଟୋଲାକୁ ପର୍ଯ୍ୟଟନରେ ଆସିଥିଲେ। ସନ୍ଧ୍ୟାରେ ଫେରିବା ସମୟରେ ପର୍ଯ୍ୟଟକ ବସିଥିବା ଡଙ୍ଗାଟି ନିପାଣିଆଠାରେ ଓଲଟି ପଡିଥିଲା। ଏହି ସମୟରେ ସବିତା ଓ ପୂର୍ଣ୍ଣିମା କୁମ୍ଭୀର ସାଲୁବାଲୁ ନଦୀରେ ପଶି ୧୨ ଜଣଙ୍କୁ ଉଦ୍ଧାର କରିଥିଲେ। ତେବେ ଏହି ଦୁର୍ଘଟଣାରେ ୧୦ ଜଣ ମହିଳା ଓ ଶିଶୁଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

ଆଦେଶ ସତ୍ତ୍ୱେ କୋର୍ଟରେ ହେଉ ନ ଥିଲେ ହାଜର, ୱାରେଣ୍ଟିଙ୍କୁ ଗିରଫ କଲା…

ଦିଗପହଣ୍ଡି, ୯|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟିଙ୍କୁ ଗୁରୁବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ…

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri