ଗାଧୋଇଲା ବେଳେ ପଥର ସନ୍ଧିରେ ଖସିପଡ଼ିଲା ସବୁନ୍‌, ଆଣିବାକୁ ଯାଇ ୪୮ ଘଣ୍ଟା…

ଆର.ଉଦୟଗିରି, ୬ା୬(ମନୋଜ କୁମାର ପାଢୀ): ଗାଧୋଇବାକୁ ଯାଇ ଜଣେ ନାବାଳକଙ୍କ ହାତ ପଥର ସନ୍ଧିରେ ପଶିଯିବାରୁ ଦୀର୍ଘ ୮ ଘଣ୍ଟା ପରିଶ୍ରମ ପରେ ହାତ ବାହାରିଛି। ସେ ହେଉଛନ୍ତି ଗଜପତି ଜିଲା ଆର. ଉଦୟଗିରି ଥାନା ତିଳିଗାଆଁର …ଙ୍କ ପୁଅ ….। ଗୁରୁବାର …ଗ୍ରାମ ନିକଟସ୍ଥ ନଦୀକୁ ଗାଧୋଇବାକୁ ଯାଇଥିଲେ। ସେ ଗାଧୋଉଥିବା ବେଳେ ଦେହରେ ଲଗାଉଥିବା ସାବୁନଟି ଏକ ପଥର ସନ୍ଧିକୁ ଖସି ପଡିଥିଲା। ସେ ସମୟରେ ନାବାଳକ ଜଣକ ସାବୁନଟିକୁ ବାହାର କରିବାକୁ ପଥର ସନ୍ଧିରେ ହାତ ପୁରାଇଥିଲେ। ପରେ ସେ ହାତଟିକୁ ପଥର ସନ୍ଧିରୁ ଆଉ କାଢି ପାରି ନ ଥିଲେ। ଯେତେ ଚେଷ୍ଟା କଲେ ମଧ୍ୟ ହାତଟି ବାହାରି ନ ଥିଲା। ଦୁଇ ଘଣ୍ଟା ପରେ ତାଙ୍କ ପରିବାର ଲୋକେ ଖବର ପାଇ ନଦୀଠାରେ ପହଞ୍ଚି ପୁଅର ହାତ ପଥର ସନ୍ଧିରୁ ବାହାର କରିବାକୁ ଅନେକ ଚେଷ୍ଟା କରି ବିଫଳ ହୋଇଥିଲେ। ଶେଷରେ ସେମାନେ ଏ ସମ୍ପର୍କରେ ଅଗ୍ନଶମବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମବାହିନୀ ଘଟଣା ସ୍ଥଳରେ ପହଞ୍ଚତ୍ ପ୍ରଥମେ ପଥରଟିକୁ ହଟାଇ ନାବାଳକଙ୍କ ହାତ ବାହାର କରିବାକୁ ଚେଷ୍ଟା କରିଥିଲେ। ମାତ୍ର କର୍ମଚାରୀମାନେ ମଧ୍ୟ ସଫଳ ହୋଇ ନ ଥିଲେ। ଶେଷରେ ସନ୍ଧ୍ୟା ୬ଟାରୁ ଅଗ୍ନିଶମ କର୍ମଚାରୀମାନେ ଜେସିବି ମେଶିନ ମଗାଇ ସତର୍କତାର ସହ ପଥରଟିକୁ ତାଡିବା ପରେ ରାତି ୧୧ଟାରେ ତାଙ୍କ ହାତ ପଥର ସନ୍ଧିରୁ ବାହାର କରିବାକୁ ସଫଳ ହୋଇଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ପୂର୍ବରୁ ପ୍ରସ୍ତୁତ ଥିବା ୧୦୮ ଆମ୍ବୁଲାନ୍ସ ଯୋଗେ ଚନ୍ଦ୍ରଗିରି ସାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଡାକ୍ତର ଋତୁରାଜ ମିଶ୍ର ତାଙ୍କ ସାସ୍ଥ୍ୟ ପରୀକ୍ଷା କରି ସ୍ବାସ୍ଥ୍ୟବସ୍ଥା ଠିକ ଥିବା କହିବା ପରେ ପରିବାର ଲୋକେ ଆଶ୍ୱସ୍ଥ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭୀଷଣ ବାତ୍ୟାରେ ପରିଣତ ହେଲା ‘ଅର୍ଣ୍ଣବ’: ଆଖି ହେଲା ଦୃଶ୍ୟମାନ

ଭୁବନେଶ୍ୱର, ୨୬।୧୦: ବଙ୍ଗୋପସାଗର ପୂର୍ବ-କେନ୍ଦ୍ରୀୟ ଏବଂ ଏହାକୁ ଲାଗି ରହିଥିବା ଦକ୍ଷିଣ-ପୂର୍ବ ଅଞ୍ଚଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବାତ୍ୟାରେ ପରିଣତ ହୋଇଛି। ଏହି ବାତ୍ୟାର ନାମ…

ଦାଦନ ଖଟିବାକୁ ଯାଇ ଚାଲିଗଲା ଯୁବକଙ୍କ ଜୀବନ, ଗାଁରେ ଶୋକର ଛାୟା

ଗୁଡାରି,୨୬।୧୦(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମପଂଚାୟତ ଅନ୍ତର୍ଗତ ଗୌଡ଼ ଢ଼େପାଗୁଡା ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ସୁଦୂର ଗୁଜରାଟ ରାଜ୍ୟକୁ…

ଲେଖି ରଖନ୍ତୁ ଯଦି…ରୋହିତ-କୋହଲିଙ୍କୁ ନେଇ ଏମିତି କଥା କହିଦେଲେ ସୁରେଶ ରାଇନା, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୨୬।୧୦:ଭାରତୀୟ କ୍ରିକେଟ୍‌ର ଦୁଇ ମହାନ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରୈନା। ‘ମିଷ୍ଟର…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ପ୍ରଶାସନ ତତ୍ପର, କାଲି ସ୍ବାସ୍ଥ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭବାନୀପାଟଣା,୨୬।୧୦(ଉତ୍ତମ କୁମାର ଦାଶ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ର ମୁକାବିଲା ତଥା ପୂର୍ବ ପ୍ରସ୍ତୁତି ନେଇ କଳାହାଣ୍ଡି ଜିଲା ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି ।…

ଜାତୀୟ ରାଜପଥରେ କାରକୁ ଧକ୍କା ଦେଲା ଟ୍ରକ: ୫ ଗୁରୁତର

ମାର୍ଶାଘାଇ ୨୬।୧o(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):ଚଣ୍ଡିଖୋଲ-ପାରାଦ୍ୱୀପ ୫୩ ନଂ ଜାତୀୟ ରାଜପଥର ମାର୍ଶାଘାଇ ଥାନା ଅନ୍ତର୍ଗତ କୁସୁନପୁର ଆଖଣ୍ଡଳମଣି ମନ୍ଦିର ନିକଟରେ କାରକୁ ଏକ ଦ୍ରୁତଗାମୀ ଟ୍ରକ ଧକ୍କା…

କୋହଲି-ରୋହିତଙ୍କ ପରେ ଏହି ୨ ଖେଳାଳି ଭାରତର ସୁପରଷ୍ଟାର: ପୂର୍ବତନ ଅଲ୍‌ରାଉଣ୍ଡଙ୍କ ମନ୍ତବ୍ୟ ସମସ୍ତଙ୍କୁ କଲା ଚକିତ

ନୂଆଦିଲ୍ଲୀ,୨୬।୧୦: ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ପରେ ଭାରତୀୟ କ୍ରିକେଟ୍‌ର ଦାୟିତ୍ୱ ନେବାକୁ ନୂଆ ପିଢ଼ି ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଲ୍‌ରାଉଣ୍ଡର ଲାନ୍ସ କ୍ଲୁଜନର…

IPL 2027: ଚେନ୍ନାଇ ସୁପର କିଙ୍ଗ୍ସକୁ ମିଳିଲେ ନୂଆ କୋଚ୍, ଦାୟିତ୍ୱ ସମ୍ଭାଳିବେ…

ନୂଆଦିଲ୍ଲୀ,୨୬।୧୦: ଆଇପିଏଲ୍‌ ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଷ୍ଟାଫ୍‌ରେ ନୂଆ ନିଯୁକ୍ତି ହୋଇଛି । ଇଂଲଣ୍ଡର ପୂର୍ବତନ ବୋଲର ଗାରେଥ୍ ବ୍ୟାଟିଙ୍କୁ ଦଳର…

କୋଟିଆ ବିବାଦ, ଓଡିଶା ପୋଲିସ୍ ପୋଷ୍ଟ୍ ସ୍ଥାପନର ୨୪ ଘଣ୍ଟା ନପୁରୁଣୁ ଆନ୍ଧ୍ରର ଫୋର୍ସ ମୁତୟନ

ପଟ୍ଟାଙ୍ଗି,୨୬।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ବିବାଦ ଦିନକୁ ଦିନ ବଢିବାରେ ଲାଗିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?