ଅର୍ଚ୍ଚିତାଙ୍କୁ ନିଜର କରିବା ପାଇଁ ବାହାରିଲେ ସବ୍ୟ: ମନ ଜିଣୁଛି ଗୋଲାପୀ ରଙ୍ଗ ପଗଡ଼ିକୁ ହସ, ସେପଟେ ଅପେକ୍ଷାରେ…

ଭୁବନେଶ୍ୱର,୧।୩(ବ୍ୟୁରୋ): ଆଉ କେଇ ଘଣ୍ଟାର ଅପେକ୍ଷା। ସବୁଦିନ ପାଇଁ ପରସ୍ପରର ଜୀବନସାଥୀ ପାଲଟିବେ ଓଲିଉଡ୍‌ର ଅନ୍ୟତମ ରୋମାଣ୍ଟିକ ଯୋଡ଼ି ସର୍ବ-ଅର୍ଚ୍ଚିତା। ରବିବାର ସୋସିଆଲ ମିଡିଆରେ ଉଭୟ ବିବାହ କରିବାକୁ ଯାଉଥିବା ନେଇ ପ୍ରଶଂସକଙ୍କୁ ଜଣାଇଥିଲେ। ଏହାପରଠାରୁ ଉଭୟଙ୍କୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ସୋମବାର ରାଜସ୍ଥାନରେ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ମଧ୍ୟରେ ବିବାହ ଉତ୍ସବ ଅନୁଷ୍ଠିତ ହେଉଛି। ଏହାର କିଛି ଫଟୋ ଭାଇରାଲ ହେଉଥିବା ବେଳେ ଏବେ ବରବଧୂ ବେଶରେ ସବ୍ୟର୍ଚ୍ଚିତାଙ୍କ ଫଟୋ ସମ୍ମୁଖକୁ ଆସିଛି। ବରବେଶ ପାଇଁ ଧଳା ରଙ୍ଗର କୁର୍ତ୍ତା ସାଙ୍ଗକୁ ଗୋଲାପୀ ପଗଡ଼ି ବାଛିଛନ୍ତି ସବ୍ୟ। ସେହିଭଳି ଅର୍ଚ୍ଚିତା ମଧ୍ୟ ଲେହେଙ୍ଗାରେ ତାଙ୍କୁ କଡ଼ା ଟକ୍କର ଦେଉଛନ୍ତି। ବିବାହକୁ ନେଇ ଉଭୟ ଉତ୍ସାହିତ ଥିବା ଫଟୋରୁ ସ୍ପଷ୍ଟ ବାରି ହେଉଛି।

୨୦୦୭ରେ ଓଡ଼ିଆ ଚଳଚ୍ଚିତ୍ର ‘ପାଗଳପ୍ରେମୀ’ ଜରିଆରେ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ ଅଭିନେତା ସବ୍ୟସାଚୀ। ଏହା ପୂର୍ବରୁ ସେ ଆଲ୍‌ବମ୍‌ ଜଗତର ଜଣେ ପରିଚିତ ଚେହେରା ଥିଲେ। କେବଳ ଚଳଚ୍ଚିତ୍ର ନୁହେଁ, ସମାଜସେବା କ୍ଷେତ୍ରରେ ମଧ୍ୟ ସେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ସେହିଭଳି ୨୦୦୫ରେ ‘ଓ ମାଇଁ ଲଭ୍‌’ରେ ପ୍ରଥମ ଥର ପାଇଁ ଦର୍ଶକଙ୍କ ନଜରକୁ ଆସିଥିଲେ ଅଭିନେତ୍ରୀ ଅର୍ଚ୍ଚିତା। ଚୁଲ୍‌ବୁଲି ଅନ୍ଦାଜ ସାଙ୍କକୁ ଦମ୍‌ଦାର ଅଭିନୟକୁ ନେଇ ସେ ନିଜକୁ ଆଗଧାଡ଼ିର ନାୟିକା ଭାବେ ପ୍ରମାଣିତ କରିଛନ୍ତି। ଏପରିକି ତାଙ୍କୁ ଓଲିଉଡ୍‌ର ଷ୍ଟାଇଲିସ୍‌ ଅଭିନେତ୍ରୀ ମଧ୍ୟ କୁହାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ୩ ଲକ୍ଷ ୧୫ ହଜାର ଲାଞ୍ଚ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri