ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଆସିଲେ ନୂଆ ଅତିଥି, ଛୁଟିଲା ଶୁଭେଚ୍ଛାର ସୁଅ

ଭୁବନେଶ୍ବର,୨୨ା୧: ଓଡ଼ିଶାର ଲୋକପ୍ରିୟ ଚଳଚ୍ଚିତ୍ର ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ଘରକୁ ଆସିଛି ନୂଆ ଅତିଥି। ବୁଧବାର ଏହି ଷ୍ଟାର୍ ଦମ୍ପତି ଏକ ପୁତ୍ର ସନ୍ତାନର ବାପା-ମାଆ ହୋଇଛନ୍ତି। ଏହି ଖବର ପ୍ରସାରିତ ହେବା ପରେ ଓଲିଉଡ ଜଗତ ସମେତ ସାରା ରାଜ୍ୟର ପ୍ରଶଂସକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।

୨୦୨୧ ମସିହାରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିବା ଏହି ଦମ୍ପତିଙ୍କର ଏହା ହେଉଛି ପ୍ରଥମ ସନ୍ତାନ। କିଛି ଦିନ ପୂର୍ବରୁ ସବ୍ୟସାଚୀ ଏବଂ ଅର୍ଚ୍ଚିତା ଏକ ସ୍ୱତନ୍ତ୍ର ଭିଡିଓ ଜରିଆରେ ନିଜ ପ୍ରଶଂସକମାନଙ୍କୁ ଏହି ଖୁସି ଖବର ବା ‘ସ୍ୱିଟ୍ ସିକ୍ରେଟ୍’ ଜଣାଇଥିଲେ। ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର ପୃଷ୍ଠଭୂମିରେ ଏହି ଭିଡିଓଟି ସୁଟ୍ କରାଯାଇଥିଲା।

ସୋସିଆଲ ମିଡିଆରେ ଏବେ ଶୁଭେଚ୍ଛାର ସୁଅ ଛୁଟିଛି। ସିନେମା ଜଗତର କଳାକାର ଏବଂ ଶୁଭେଚ୍ଛୁମାନେ ନବଜାତ ଶିଶୁ ଓ ଦମ୍ପତିଙ୍କୁ ଅଭିନନ୍ଦନ ଜଣାଉଛନ୍ତି।

ଓଲିଉଡରେ ନିଜର ଚମତ୍କାର ଅଭିନୟ ଏବଂ ସମାଜସେବା ପାଇଁ ସବ୍ୟସାଚୀ ଓ ଅର୍ଚ୍ଚିତା ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଆଜି ବାପା-ମାଆ ହେବା ପରେ ଉଭୟଙ୍କ ଜୀବନର ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୀୟୁଷଙ୍କୁ ନେଇ ରାଣୀ ପଣ୍ଡାଙ୍କ ବିବାଦୀୟ ବୟାନ, ପାଲଟା ଜବାବ ରଖିଲେ ପୀୟୁଷ

ଭୁବନେଶ୍ବର,୨୨ା୧: ଯାତ୍ରା ଦୁନିଆର ଦୁଇ ଲୋକପ୍ରିୟ କଳାକାର ପୀୟୁଷ ତ୍ରିପାଠୀ ଏବଂ ରାଣୀ ପଣ୍ଡା ମୁହାଁମୁହିଁ। ଯାଜପୁର ଜିଲା ବିଞ୍ଝାରପୁରର ବାରୁଣେଶ୍ୱର ମେଳାରେ ଦୁଇଜଣଙ୍କ ମଧ୍ୟରେ...

କଂଗ୍ରେସ ସହ ହାତ ମିଳାଇଲା ଭାଜପା, ନିର୍ୱାଚନ ଜିତିବାକୁ ଏହି ରାଜ୍ୟରେ କଲା ମେଣ୍ଟ

ମୁମ୍ୱାଇ,୨୨।୧: ଶୀର୍ଷ ନେତୃତ୍ୱର ଅସନ୍ତୋଷ ସତ୍ତ୍ୱେ, ମହାରାଷ୍ଟ୍ରର ଅମରାବତୀ ଜିଲାର ଅଚଳପୁର ପୌର ପରିଷଦରେ ବିଭିନ୍ନ କମିଟିର ଅଧ୍ୟକ୍ଷଙ୍କ ର୍ନିବିରୋଧୀ ନିର୍ୱାଚନ ସୁନିଶ୍ଚିତ କରିବା ପାଇଁ...

୨୦୩୬ ସୁଦ୍ଧା ଓଡ଼ିଶାର ୯୦% ଚାଷଜମିକୁ ମିଳିବ ଜଳସେଚନ ସୁବିଧା

ଭୁବନେଶ୍ବର,୨୨ା୧: ଓଡ଼ିଶାକୁ ଏକ ସମୃଦ୍ଧ ରାଜ୍ୟରେ ପରିଣତ କରିବା ପାଇଁ ଚାଷ ଜମିକୁ ଜଳସେଚନ ଗୁରୁତ୍ୱପୂର୍ଣ୍ଣ। ଗୁରୁବାର ସ୍ଥାନୀୟ ଲୋକସେବା ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ‘ପାଣି...

ପୁରୁଣା ଷ୍ଟକ୍‌ ବିକ୍ରି କରିପାରିବେ କି ଗୁଟ୍‌ଖା-ସିଗାରେଟ୍‌ ଦୋକାନୀ? ଆସିଲା ବଡ଼ ଖବର

ଭୁବନେଶ୍ୱର,୨୨।୧: ଓଡ଼ିଶାରେ ପାନ ଦୋକାନକୁ ଯିବାର ସାଧାରଣ ଚିତ୍ର ସମ୍ପୂର୍ଣ୍ଣ ବଦଳିବାକୁ ଯାଉଛି। ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦ ଦୋକାନରୁ ଉଭାନ...

ମତ୍ସ୍ୟ-ପ୍ରାଣୀ ସମାବେଶ: ମୁଖ୍ୟ ଆକର୍ଷଣ ସାଜିଛି ୪ କୋଟି ଟଙ୍କାର ବାହୁବଳୀ ମଇଁଷି

ଭୁବନେଶ୍ୱର,୨୨ା୧: ରାଜଧାନୀର ଜନତା ମଇଦାନରେ ଚାଲିଥିବା ତିନିଦିନିଆ ‘ମତ୍ସ୍ୟ-ପ୍ରାଣୀ ସମାବେଶ’ରେ ଏକ ‘ମୁରା’ ପ୍ରଜାତିର ମଇଁଷି(ପୋରୁଅ) ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ହରିୟାଣାର କୁରୁକ୍ଷେତ୍ରରୁ ଆସିଥିବା...

ଜାନୁଆରୀ ୨୪ରେ ରାଜ୍ୟବ୍ୟାପୀ ଘରୋଇ ବସ୍ ମାଲିକ ସଂଘର ଧର୍ମଘଟ

ଭୁବନେଶ୍ବର,୨୨ା୧: ଜାନୁଆରୀ ୨୪ ରାଜ୍ୟବ୍ୟାପୀ ବସ୍ ଧର୍ମଘଟ କରିବେ ଘରୋଇ ବସ ମାଲିକ ସଂଘ। ଗୁରୁବାର କଟକଠାରେ ଅନୁଷ୍ଠିତ ରାଜ୍ୟ ଘରୋଇ ବସ୍ ମାଲିକ ସଂଘର...

ବାଂଲାଦେଶ ପରେ ଧମକ ଦେଲା ପାକିସ୍ତାନ, ଟି20 ବିଶ୍ୱକପ୍‌ କରିବ ବୟକଟ୍‌: ରିପୋର୍ଟ

ନୂଆଦିଲ୍ଲୀ,୨୨ା୧: ୨୦୨୬ ଟି20 ବିଶ୍ୱକପ୍‌ ପୂର୍ବରୁ ବିବାଦ ବଢ଼ିବାରେ ଲାଗିଛି। ଭାରତରେ ନ ଖେଳିବା ଜିଦ୍ ରେ ବାଂଲାଦେଶ ବିଶ୍ୱକପରୁ ଓହରିଯିବା ପରେ ପାକିସ୍ତାନ ମଧ୍ୟ...

ଜାନୁଆରୀ ୨୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର,୨୨ା୧: ଆସନ୍ତା ଜାନୁଆରୀ ୨୬ ତାରିଖରେ ସରକାରୀ ଛୁଟି ଦିବସ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri