ଭୃଗୁ, ସୁବାସଙ୍କ ପାଇଁ ପ୍ରଚାର କଲେ ସବ୍ୟସାଚୀ-ଅର୍ଚ୍ଚିତା

ଛତ୍ରପୁର,୧୧ା୫(ଦିଲ୍ଲୀପ ସାମଲ): ନିର୍ବାଚନ ଯେତେ ପାଖେଇ ଆସୁଛି ପ୍ରାର୍ଥୀମାନଙ୍କ ପ୍ରଚାର ସେତେ ଦମ୍‌ଦାର ହେବାରେ ଲାଗିଛି। ବିଭିନ୍ନ ପଞ୍ଚାୟତ ବୁଲି ଭୋଟରଙ୍କ ଘରେ ଘରେ ପହଞ୍ଚି ନିଜ ନିଜ ସପକ୍ଷରେ ଭୋଟ୍‌ ଦେବା ପାଇଁ ପ୍ରାର୍ଥୀମାନେ ଲୋକଙ୍କୁ ଭୋଟ୍‌ ଆଶୀର୍ବାଦ ମାଗୁଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଚାରର ଶେଷଦିନରେ ଛତ୍ରପୁର ବିଧାନସଭା ନିର୍ବାଚନମଣ୍ଡଳୀ ବିଜେଡି ବିଧାୟକ ପ୍ରାର୍ଥୀ ସୁବାସ ଚନ୍ଦ୍ର ବେହେରା ଛତ୍ରପୁର ବ୍ଲକ ଅନ୍ତର୍ଗତ ସୁନ୍ଦରପୁର ପଞ୍ଚାୟତରେ ବିଜେଡି ଶକ୍ତି ପ୍ରଦର୍ଶନ କରିବା ସହିତ ଘରକୁ ଘର ବୁଲି ପ୍ରଚାର କରିଛନ୍ତି। ପଞ୍ଚାୟତରେ ଏକ ପ୍ରକାର ସବୁଜମୟ ହୋଇ ପଡ଼ିଥିଲା। ଏହା ସହିତ ବ୍ରହ୍ମପୁର ଏମ୍‌ପି ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର ଓ ବିଧାୟକ ପ୍ରାର୍ଥୀ ସୁବାସ ଚନ୍ଦ୍ର ବେହେରାଙ୍କ ନିମନ୍ତେ ସିନେଷ୍ଟାର ସବ୍ୟସାଚୀ ଓ ଅର୍ଚ୍ଚିତା ଘରକୁ ଘର ବୁଲି ଜନସାଧାରଣଙ୍କୁ ଶଙ୍ଖଚି଼ହ୍ନରେ ଭୋଟ ଦେଇ ବିଜୟୀ କରିବା ପାଇଁ ଲୋକଙ୍କୁ ନିବେଦନ କରିଛନ୍ତି।

ସୁନ୍ଦରପୁର ପଞ୍ଚାୟତରେ ବିଧାୟକ ପ୍ରାର୍ଥୀ ସୁବାସଙ୍କୁ ବିପୁଳ ସମର୍ଥନ ଜଣାଇବା ସହିତ ବିଭିନ୍ନ ଢଙ୍ଗରେ ସ୍ବାଗତ ଜଣାଯାଇଛି। ଓଡ଼ିଶାର ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ କରିବାକୁ ସଭିଏ ସଙ୍କଳ୍ପ ନେବାକୁ ଆହ୍ବାନ ଦେଇଥିଲେ। ଏହାସହ ଛତ୍ରପୁର ନିର୍ବାଚନମଣ୍ଡଳୀରେ ବିକାଶର ଧାରା ବଜାୟ ରଖିବାକୁ ସହଯୋଗ କାମନା କରିଥିଲେ। ଏହି ପ୍ରଚାରରେ ଜିଲାପରିଷଦ ସଭ୍ୟା ରଶ୍ମିତା ନାହାକ, ସମିତିସଭ୍ୟା ସୁଜ୍ଞାନୀ ସେଠୀ, ପୂର୍ବତନ ସରପଞ୍ଚ ସୋମନାଥ ବେହେରା, ଯୁବ ବିଜେଡି ଛତ୍ରପୁର ବ୍ଲକ ସଭାପତି କାଳିଆ ନାହାକ, ପୂର୍ବତନ ଜିଲାପରିଷଦ ସଭ୍ୟ ଜଟିଆ ନାହାକ ଓ ଏସ୍‌. କିଶୋର ରେଡ୍ଡୀ, ଟୁକୁନା ପୁରୋହିତ, ଅଶୋକ ପ୍ରଧାନ, ଭଗବାନ ନାହାକ, ଯୋଗୀ ରାଉଳ, କୁନା ସାହୁ, ଗଙ୍ଗା ସେଠୀ, ଯୁବ ବିଜେଡି ଛତ୍ରପୁର ନିର୍ବାଚନ ମଣ୍ଡଳୀର ସଭାପତି ସନମୁଖ ପଟ୍ଟନାୟକ, କାଉନସିଲର ଦେବାଶିଷ ମିଶ୍ର, ତ୍ରିଲୋଚନ ବେହେରା, ମଙ୍ଗଳେଶ୍ୱର ରେଡ୍ଡୀଙ୍କ ସମେତ ୧ ହଜାରରୁ ଊର୍ଦ୍ଧ୍ୱ ଦଳୀୟ କର୍ମୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?