ସବ୍ୟସାଚୀ, ଅର୍ଚ୍ଚିତା ଜିସିଏର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୭।୪: ରାଜ୍ୟର ପ୍ରମୁଖ ଘରୋଇ ଉତ୍ପାଦନ ସଂସ୍ଥା ଗ୍ଲୋବ୍‌ କୁକ୍‌ଓ୍ବେର ଆଣ୍ଡ ଆପ୍ଲିଆନ୍ସ (ଜିସିଏ) ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଆ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କୁ କମ୍ପାନୀର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ନିଯୁକ୍ତ କରାଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ ଆୟୋଜିତ ଏକ ଖବରଦାତା ସମ୍ମଳିନୀରେ ଯୋଗଦେଇ ଉଭୟ ସବ୍ୟସାଚୀ ଓ ଅର୍ଚ୍ଚିତା ସେମାନଙ୍କର ଆଭିମୁଖ୍ୟ ଓ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ।
ଏ ସମ୍ପର୍କରେ ଜିସିଏର ନିର୍ଦ୍ଦେଶକ ପ୍ରଶାନ୍ତ ଅଗ୍ରଓ୍ବାଲ କହିଥିଲେ, ଆମେ ଦୀର୍ଘ ୫୦ ବର୍ଷ ହେବ ରାଜ୍ୟରେ କାରବାର କରୁଛୁ। ବିଶେଷକରି ଗୁଣାତ୍ମକ ସାମଗ୍ରୀ ଓ ସବୁ ବର୍ଗଙ୍କୁ ସୁହାଇଲା ଭଳି ଉତ୍ପାଦ ବଜାରରେ ଉପଲବ୍ଧ କରାଇ ଗ୍ରାହକଙ୍କର ପ୍ରିୟଭାଜନ ହୋଇପାରିଛୁ। ବର୍ତ୍ତମାନ କମ୍ପାନୀ ଓଡ଼ିଶା ସମେତ ଦେଶର ପ୍ରମୁଖ ବଜାରରେ କାରବାର କରିବା ପାଇଁ ଆଗ୍ରହୀ ଅଛୁ। ଏପରିକି ବ୍ରାଣ୍ଡ୍‌ର ପ୍ରଚାରପ୍ରସାର ପାଇଁ ଲୋକପ୍ରିୟ ଓଡ଼ିଆ ଅଭିନେତା ସବ୍ୟସାଚୀ ଏବଂ ଅଭିନେତ୍ରୀ ଅର୍ଚ୍ଚିତାଙ୍କୁ ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ନିଯୁକ୍ତ କରିଛୁ। ଉକ୍ତ ସମ୍ମିଳନୀରେ କମ୍ପାନୀର ବରିଷ୍ଠ ଅଧିକାରୀ ଅପୂର୍ବ ଅଗ୍ରଓ୍ବାଲ ଓ ଅଂଶୁଲ ଅଗ୍ରଓ୍ବାଲ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି।...

ସର୍ବୋତ୍ତମ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨ା୪: ବ୍ରିଜ୍‌ଷ୍ଟୋନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ତୁରଞ୍ଜା ୬ଆଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଯାତ୍ରୀବାହୀ ଯାନ ସେଗ୍‌ମେଣ୍ଟ ପାଇଁ ବ୍ରାଣ୍ଡ୍‌...

ଶ୍ରୀଲେଦର୍ସ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତି ଅନାବରଣ

ଭୁବନେଶ୍ୱର,୨୨ା୪: ଦେଶର ପ୍ରମୁଖ ସୁଜ୍‌ ବ୍ରାଣ୍ଡ୍‌ ଶ୍ରୀଲେଦର୍ସର ପ୍ରତିଷ୍ଠାତା ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ସୁରେଶ ଚନ୍ଦ୍ର ଦେଙ୍କର ୧୧୩ତମ ଜନ୍ମବାର୍ଷିକୀ ରବିବାର ପାଳିତ...

ଶପର୍ସ ଷ୍ଟପ୍‌ ସହ ଆକ୍ସିସ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୨୨ା୪: ଆକ୍ସିସ୍‌ ବ୍ୟାଙ୍କ ଏବଂ ଶପର୍ସ ଷ୍ଟପ୍‌ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପନ ହୋଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri