ଦକ୍ଷିଣ ଆଫ୍ରିକାରେ ଫସିଛନ୍ତି ସବ୍ୟସାଚୀ

ଢେଙ୍କାନାଳ ଅଫିସ, ୧୫।୭: ଆସାଇନ୍‌ମେଣ୍ଟ କାର୍ଯ୍ୟରେ ଦକ୍ଷିଣ ଆଫ୍ରିକା ଯାଇଥିଲେ। ହେଲେ ଏକ ଅପ୍ରତ୍ୟାଶିତ ଘଟଣାକ୍ରମରେ କରୋନା ସଂକ୍ରମଣ ବଢ଼ିଲା। ବନ୍ଦ ହୋଇଗଲା ଅନ୍ତଃରାଷ୍ଟ୍ରୀୟ ବିମାନ ଚଳାଚଳ। ବର୍ଷାଧିକ ରହଣି ଭିତରେ ଅବଧି ସରିଯିବା ପରେ ବାତିଲ ହୋଇଗଲା ଭିସା। ଫଳରେ ତାଙ୍କର ଫେରିବା ବାଟ ବନ୍ଦ ହୋଇଗଲା। ଇତିମଧ୍ୟରେ ପୁଅର ଫେରିବା ବାଟକୁ ଚାହିଁ ମଧୁମେହ ପୀଡ଼ିତା ମା’ ଆରପାରିରେ। ଢେଙ୍କାନାଳ ସଦର ଥାନା ବେଲଟିକିରି ଗ୍ରାମରୁ ସାମ୍ନାକୁ ଆସିଛି ଏଭଳି ଏକ ଦୁଃଖଦ ଘଟଣା, ଯାହାକୁ ନେଇ ଏବେ ସବୁଠି ଚର୍ଚ୍ଚା।
ଭୁବନେଶ୍ୱରସ୍ଥିତ ଏଜି ଅଫିସରେ କାର୍ଯ୍ୟ କରନ୍ତି ରଞ୍ଜନ ନନ୍ଦ। ଡିସେମ୍ବର ୨୦୧୯ରେ ତାଙ୍କର ଏକମାତ୍ର ପୁଅ ସବ୍ୟସାଚୀ ଦକ୍ଷିଣ ଆଫ୍ରିକାସ୍ଥିତ ‘ଫାର୍ମା କଲଚର’ ନାମକ ଏକ ଘରୋଇ ସଂସ୍ଥାରେ ୩ ମାସିଆ ତାଲିମ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିଲେ। ୨୦୨୦ ଏପ୍ରିଲରେ ସେ ଫେରିବାର ଥିଲା। କିନ୍ତୁ କରୋନା ମହାମାରୀ ଯୋଗୁ ଭାରତ ସରକାର ସମସ୍ତ ଅନ୍ତରାଷ୍ଟ୍ରୀୟ ବିମାନ ଚଳାଚଳ ନିଷିଦ୍ଧ କରିବା ପରେ ସବ୍ୟସାଚୀ ଜୋହାନ୍ସବର୍ଗସ୍ଥିତ ଜଣେ ବ୍ୟକ୍ତିଙ୍କ ଘରେ ଭଡ଼ାରେ ରହୁଥିଲେ। ଇତିମଧ୍ୟରେ ତାଙ୍କର ଭିସା ବାତିଲ ହୋଇଯାଇଥିଲା। ୨୦୨୧ ଫେବୃୟାରୀରେ କେତେଜଣ ଆତତାୟୀ ସବ୍ୟସାଚୀ ରହୁଥିବା ଭଡ଼ା ଘରେ ପଶି ଘର ମାଲିକଙ୍କ ପୁଅକୁ ଗୁଳିକରି ହତ୍ୟା କରିଥିଲେ। ଘଟଣାର ପ୍ରତ୍ୟକ୍ଷଦର୍ଶୀ ହୋଇଥିବାରୁ ପୋଲିସ ସବ୍ୟସାଚୀଙ୍କୁ ଅଟକ ରଖିବା ସହ ପାସପୋର୍ଟ ଜବତ କରିଥିଲା। ଦୀର୍ଘଦିନ ପରେ ଘଟଣା ସମ୍ପର୍କରେ ପରିବାର ଲୋକେ ସୂଚନା ପାଇଥିଲେ। ଏହାପରେ ସବ୍ୟସାଚୀ ରହୁଥିବା ଘର ମାଲିକ ଏବଂ ସେଠାକାର ପୋଲିସ ସହିତ ଯୋଗାଯୋଗ କରିଥିଲେ। ତେବେ ତଦନ୍ତ ଶେଷ ନ ହେବା ଯାଏ ସବ୍ୟସାଚୀଙ୍କୁ ଛଡ଼ାଯିବନାହିଁ ବୋଲି ପୋଲିସ କହିଥିଲା। ଏହାପରେ ସବ୍ୟସାଚୀ ଦକ୍ଷିଣ ଆଫ୍ରିକାସ୍ଥିତ ଭାରତୀୟ ଦୂତାବାସ ସହ ଯୋଗାଯୋଗ କରିଥିଲେ ମଧ୍ୟ ସୁଫଳ ମିଳି ନ ଥିଲା। ରଞ୍ଜନ ଏ ନେଇ ଭାରତ ସରକାରଙ୍କ ବୈଦଶିକ ମନ୍ତ୍ରୀ ଓ ସଚିବଙ୍କୁ ଅବଗତ କରାଇଥିଲେ ମଧ୍ୟ କୌଣସି ସନ୍ତୋଷଜନକ ଉତ୍ତର ମିଳି ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri