Posted inଜାତୀୟ

ପାଇଲଟ ସାଜିବାକୁ ସଚିନଙ୍କ ଇଛା: ବହୁମତ ପାଇଁ ଆବଶ୍ୟକ ୧୦୧ ସଦସ୍ୟ

ଜୟପୁର, ୧୨।୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ସରକାରଙ୍କ ଉପରେ ସଙ୍କଟ ମାଡ଼ିଆସୁଛି। ସଚିନ ପାଇଲଟ ଏବେ ରାଜ୍ୟର ପାଇଲଟ ସାଜିବାକୁ ଇଛା କରିଛନ୍ତି। ତେବେ ଶାସନ ଡୋର ଧରିବା ଲାଗି ୧୦୧ ଜଣ ସଦସ୍ୟଙ୍କ ବହୁମତର ଆବଶ୍ୟକତା ରହିଛି। ରାଜ୍ୟରେ ମୋଟ ବିଧାୟକଙ୍କ ସଂଖ୍ୟା ୨୦୦। ସେଥିମଧ୍ୟରୁ ଶାସକ କଂଗ୍ରେସ ପାଖରେ ୧୦୭ ସଦସ୍ୟଙ୍କ ସମର୍ଥନ ରହିଛି। ଭାଜପା ପାଖରେ ୭୨ ସଦସ୍ୟ ଥିବାବେଳେ ଏହାର ସହଯୋଗୀ ରାଷ୍ଟ୍ରୀୟ ଲୋକତାନ୍ତ୍ରିକ ପାର୍ଟି(ଆର୍‌ଏଲ୍‌ପି) ପାଖରେ ୩ ଜଣ ବିଧାୟକ ରହିଛନ୍ତି। ସେହିପରି ଅନ୍ୟ ୧୮ ସଦସ୍ୟଙ୍କ ମଧ୍ୟରେ ୧୩ ଜଣ ନିର୍ଦ୍ଦଳୀୟ, ବିପିଟିର ୨, ସିପିଏମ୍‌ର ୨ ଏବଂ ରାଷ୍ଟ୍ରୀୟ ଲୋକ ଦଳ(ଆର୍‌ଏଲ୍‌ଡି)ର ଜଣେ ବିଧାୟକ ରହିଛନ୍ତି। ଶାସକ କଂଗ୍ରେସକୁ ନିର୍ଦ୍ଦଳୀୟ ଏବଂ ଆର୍‌ଏଲ୍‌ଡ ବିଧାୟକଙ୍କର ସମର୍ଥନ ରହିଛି। ଫଳରେ କଂଗ୍ରେସର ସଦସ୍ୟ ସଂଖ୍ୟା ୧୨୫ ରହିଛି। ଏପରିସ୍ଥଳେ ଭାଜପା ଯଦି ଶାସକ ଦଳରେ ଫାଟ ସୃଷ୍ଟି କରି ରାଜ୍ୟରେ କ୍ଷମତା ଦଖଲ କରିବାକୁ ଯୋଜନା କରେ ତେବେ କର୍ନାଟକ ଏବଂ ମଧ୍ୟପ୍ରଦେଶରେ ହୋଇଥିବା ଅପରେଶନ୍‌ ଲୋଟସ୍‌ ଭଳି ଯୋଜନାବଦ୍ଧ ଭାବେ ରଣନୀତି ପ୍ରସ୍ତୁତ କରିବାକୁ ପଡ଼ିବ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri