Posted inଜାତୀୟ

ରାଜନୈତିକ ବୟାନବାଜି ଭିତରେ ମୁଖ୍ୟମନ୍ତ୍ରୀ ଗେହେଲଟଙ୍କୁ ଚିଠି ଲେଖିଲେ ପାଇଲଟ

ଜୟପୁର,୪ ।୧୧: ରାଜସ୍ଥାନ ରାଜନୀତିରେ ବୟାନବାଜି ମଧ୍ୟରେ ରାଜ୍ୟର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚ୍ଚିନ ପାଇଲଟ ମୁଖ୍ୟମନ୍ତ୍ରୀ ଅଶୋକ ଗେହେଲଟଙ୍କୁ ଏକ ଚିଠି ଲେଖିଛନ୍ତି । ଏଥିରେ ସେ ଲୋକ ଦେବତା ବୀର ତେଜାଜୀ ମହାରାଜଙ୍କ ନାମରେ ରାଜ୍ୟ ସରକାର ବୋର୍ଡ ଗଠନ କରିବାକୁ ଦାବି କରିଛନ୍ତି ।
ପାଇଲଟ ମୁଖ୍ୟମନ୍ତ୍ରୀଙ୍କୁ ପଠାଇଥିବା ପତ୍ରରେ ଲେଖିଛନ୍ତି ରାଜ୍ୟରେ ବେଶ କିଛିଦିନ ହେବ ବୀର ତେଜାଜୀ ମହାରାଜଙ୍କ ନାମରେ ବୋର୍ଡ ଗଠନ କରିବାକୁ ଦାବି ହୋଇଆସୁଛି । ରାଜସ୍ଥାନ ସମେତ ଦେଶର ଅନେକ ରାଜ୍ୟରେ ବୀର ତେଜାଜୀ ମହାରାଜଙ୍କୁ ଲୋକେ ଦେବତା ରୂପରେ ପୂଜା କରି ଆସୁଛନ୍ତି ଓ କୋଟି କୋଟି ସଂଖ୍ୟାରେ ବୀର ତେଜାଜୀ ମହାରାଜଙ୍କ ଅନୁଗାମୀ ରହିଛନ୍ତି ।
ସଚ୍ଚିନ ପାଇଲଟ ଦାବି କରିଛନ୍ତି, ଏହି ବୋର୍ଡର ଗଠନ ପରେ କୃଷକ ବର୍ଗ ସମେତ ଅନେକ ବର୍ଗଙ୍କୁ ସମ୍ବଳ ମିଳିବ ଓ ସେମାନଙ୍କ ପାଇଁ ନୂଆ ଯୋଜନା ପ୍ରସ୍ତୁତ ହୋଇପାରିବ । ପୂର୍ବତନ ଡେପୁଟି ସିଏମ ପାଇଲଟ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି ଯେ ରାଜ୍ୟବାସୀଙ୍କ ଭାବନାକୁ ନଜରରେ ରଖି ରାଜ୍ୟ ସରକାରଙ୍କ ଦ୍ୱାରା ଶୀଘ୍ର ବୀର ତେଜାଜୀ ମହାରାଜଙ୍କ ନାମରେ ବୋର୍ଡ ଗଠନ କରାଯାଉ ।
ସୂଚନାଯୋଗ୍ୟ, କିଛିଦିନ ହେବ ଅଶୋକ ଗେହେଲଟ ଓ ସଚ୍ଚିନ ପାଇଲଟଙ୍କ ମଧ୍ୟରେ ବୟାନବାଜି ଦେଖିବାକୁ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ରାଉରକେଲାରେ ବଡ଼ ଧରଣର ବ୍ରାଉନସୁଗାର ଜବତ: ୭ ମହିଳା ସମେତ ୮ ଡ୍ରଗ୍ସ ବେପାରୀ ଗିରଫ, ୧ କୋଟି ଟଙ୍କାରୁ ଅଧିକ

ରାଉରକେଲା, ୨୩।୫ (ସଙ୍ଗୀତା ଜେନା): ଓଡ଼ିଶାରେ ଚାଲିଥିବା ନିଶା ନିବାରଣ ଅଭିଯାନରେ ଏକ ବଡ଼ ସଫଳତା। ରାଉରକେଲା ପୋଲିସ ପ୍ଲାଣ୍ଟସାଇଟ୍ ଥାନା ସୀମା ଅନ୍ତର୍ଗତ ମୀନାପଡ଼ା ଅଞ୍ଚଳରେ…

ଭୂମିହୀନଙ୍କୁ ପୋଖରୀ ମଝିରେ ପଟ୍ଟା ପ୍ରଦାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍‌…

ମାଡ଼ି ଆସୁଛି ବଡ଼ ପ୍ରଳୟ! ୪୦ ହଜାର ଲୋକଙ୍କୁ ଘର ଛାଡିବାକୁ ନିର୍ଦ୍ଦେଶ, ସ୍କୁଲ-କଲେଜ ବନ୍ଦ

ୱାଶିଂଟନ/କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆରେ ଏକ ବଡ଼ ଧରଣର ବିପଦ ଦେଖାଦେଇଛି। ଏକ ଶିଳ୍ପାଞ୍ଚଳ (Industrial Site) ରେ ରଖାଯାଇଥିବା ବିଷାକ୍ତ କେମିକାଲ ଟାଙ୍କି ହଠାତ ଅତ୍ୟଧିକ ଗରମ…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri