Posted inଜାତୀୟ

ରାଜନୈତିକ ବୟାନବାଜି ଭିତରେ ମୁଖ୍ୟମନ୍ତ୍ରୀ ଗେହେଲଟଙ୍କୁ ଚିଠି ଲେଖିଲେ ପାଇଲଟ

ଜୟପୁର,୪ ।୧୧: ରାଜସ୍ଥାନ ରାଜନୀତିରେ ବୟାନବାଜି ମଧ୍ୟରେ ରାଜ୍ୟର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚ୍ଚିନ ପାଇଲଟ ମୁଖ୍ୟମନ୍ତ୍ରୀ ଅଶୋକ ଗେହେଲଟଙ୍କୁ ଏକ ଚିଠି ଲେଖିଛନ୍ତି । ଏଥିରେ ସେ ଲୋକ ଦେବତା ବୀର ତେଜାଜୀ ମହାରାଜଙ୍କ ନାମରେ ରାଜ୍ୟ ସରକାର ବୋର୍ଡ ଗଠନ କରିବାକୁ ଦାବି କରିଛନ୍ତି ।
ପାଇଲଟ ମୁଖ୍ୟମନ୍ତ୍ରୀଙ୍କୁ ପଠାଇଥିବା ପତ୍ରରେ ଲେଖିଛନ୍ତି ରାଜ୍ୟରେ ବେଶ କିଛିଦିନ ହେବ ବୀର ତେଜାଜୀ ମହାରାଜଙ୍କ ନାମରେ ବୋର୍ଡ ଗଠନ କରିବାକୁ ଦାବି ହୋଇଆସୁଛି । ରାଜସ୍ଥାନ ସମେତ ଦେଶର ଅନେକ ରାଜ୍ୟରେ ବୀର ତେଜାଜୀ ମହାରାଜଙ୍କୁ ଲୋକେ ଦେବତା ରୂପରେ ପୂଜା କରି ଆସୁଛନ୍ତି ଓ କୋଟି କୋଟି ସଂଖ୍ୟାରେ ବୀର ତେଜାଜୀ ମହାରାଜଙ୍କ ଅନୁଗାମୀ ରହିଛନ୍ତି ।
ସଚ୍ଚିନ ପାଇଲଟ ଦାବି କରିଛନ୍ତି, ଏହି ବୋର୍ଡର ଗଠନ ପରେ କୃଷକ ବର୍ଗ ସମେତ ଅନେକ ବର୍ଗଙ୍କୁ ସମ୍ବଳ ମିଳିବ ଓ ସେମାନଙ୍କ ପାଇଁ ନୂଆ ଯୋଜନା ପ୍ରସ୍ତୁତ ହୋଇପାରିବ । ପୂର୍ବତନ ଡେପୁଟି ସିଏମ ପାଇଲଟ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି ଯେ ରାଜ୍ୟବାସୀଙ୍କ ଭାବନାକୁ ନଜରରେ ରଖି ରାଜ୍ୟ ସରକାରଙ୍କ ଦ୍ୱାରା ଶୀଘ୍ର ବୀର ତେଜାଜୀ ମହାରାଜଙ୍କ ନାମରେ ବୋର୍ଡ ଗଠନ କରାଯାଉ ।
ସୂଚନାଯୋଗ୍ୟ, କିଛିଦିନ ହେବ ଅଶୋକ ଗେହେଲଟ ଓ ସଚ୍ଚିନ ପାଇଲଟଙ୍କ ମଧ୍ୟରେ ବୟାନବାଜି ଦେଖିବାକୁ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ହଜାର ହଜାର ମହିଳାଙ୍କ ସହ ଯୌନ ଅପରାଧ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତିଙ୍କ ନାମ ଆସିଲା ସାମ୍ନାକୁ

ବେଙ୍ଗାଲୁରୁ,୨୮।୪: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଶନିବାର ହାସନ ଜିଲା ସହ ଜଡିତ ଯୌନ ଦୁର୍ନୀତିର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

କଂଗ୍ରେସକୁ ଝଟ୍‌କା, ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅରବିନ୍ଦର ସିଂ

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ ନେଇ ଦିଲ୍ଲୀ କଂଗ୍ରେସରେ ଖୋଲାଖୋଲି ଭାବେ ଅସନ୍ତୋଷ ପ୍ରକାଶ ପାଇଛି। ସଦ୍ୟତମ ମାମଲାରେ ଦିଲ୍ଲୀ କଂଗ୍ରେସ...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ଭାରତୀୟ ମସଲାକୁ ଆମେରିକାର ସନ୍ଦେହ

ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ...

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri