Posted inଜାତୀୟ

ସାରା ଅବଦୁଲ୍ଲାଙ୍କୁ ଛାଡ଼ପତ୍ର ଦେଇଛନ୍ତି ସଚିନ ପାଇଲଟ, ନିର୍ବାଚନ ପୂର୍ବରୁ ଆସିଲା ବଡ ଖବର

ନୂଆଦିଲ୍ଲୀ,୩୧/୧୦: କଂଗ୍ରେସ ନେତା ସଚିନ ପାଇଲଟ ସ୍ତ୍ରୀ ସାରା ଅବଦୁଲ୍ଲାଙ୍କୁ ଛାଡପତ୍ର ଦେଇଥିବା ଖବର ସାମ୍ନାକୁ ଆସିଛି। ବିଧାନସଭା ନିର୍ବାଚନ ପାଇଁ ସଚିନ ଦାଖଲ କରିଥିବା ନାମାଙ୍କନ ପତ୍ରରୁ ଏହି ଖବର ଜଣା ପଡିଛି। ସାରା ଅବଦୁଲ୍ଲା ଜାମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁଖ ଅବଦୁଲ୍ଲାଙ୍କ ଝିଅ ଅଟନ୍ତି। ଦୁହିଁଙ୍କ ବିବାହ ୨୦୦୪ ମସିହାରେ ହୋଇଥଲା।

୨୫ ନଭେମ୍ବରରେ ହେବାକୁ ଥିବା ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ସୋମବାର (ଅକ୍ଟୋବର ୩୦ ତାରିଖ)ରେ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ୩୧ ତାରିଖ ମଙ୍ଗଳବାର ବିଧାନସଭା ଆସନରୁ ତାଙ୍କ ନାମାଙ୍କନ ପତ୍ର ଦାଖଲ କରିଥିଲେ, ସେତେବେଳେ ସେ ଛାଡପତ୍ର ହୋଇଥିବା ଜଣାପଡିଥିଲା।

ସଚିନ ଏବଂ ସାରାଙ୍କ ଦୁଇ ପୁଅ ଅରନ ପାଇଲଟ ଏବଂ ବିହାନ ପାଇଲଟ। ଦୁହିଁଙ୍କୁ ସଚିନ ସ୍ୱାଧୀନ, ସେମାନେ ଚାହିଁଲେ ଉଭୟଙ୍କ ପାଖରେ ରହିପାରିବେ ବୋଲି ସେ କହିଛନ୍ତି। ୨୦୧୮ ନିର୍ବାଚନରେ ସଚିନ ସାରାଙ୍କ ସମ୍ପତ୍ତି ତାଲିକା ମଧ୍ୟ ଦର୍ଶାଇଥିଲେ, କିନ୍ତୁ ଚଳିତ ଥର ତାଙ୍କର ସମ୍ପତ୍ତି ବିଷୟରେ କୌଣସି ସୂଚନା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

ଏପ୍ରିଲ ୧ରୁ ବଢିବ ଏହି ସବୁ ଔଷଧର ମୂଲ୍ୟ: ପାରାସିଟାମଲଠାରୁ ଆଣ୍ଟିବାୟୋଟିକ ପର୍ଯ୍ୟନ୍ତ….

ନୂଆଦିଲ୍ଲୀ,୨୬।୩: ୧ ଏପ୍ରିଲ, ୨୦୨୬ ଠାରୁ, ଯନ୍ତ୍ରଣା ନିବାରକ, ଆଣ୍ଟିବାୟୋଟିକ ଏବଂ ଜ୍ୱର ହ୍ରାସକାରୀ ଔଷଧର ମୂଲ୍ୟ ବୃଦ୍ଧି ପାଇବ। ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri