Posted inଜାତୀୟ

ନୂଆ ଦଳ ଗଢ଼ିବେନି ସଚିନ ପାଇଲଟ

ଦାଉସା, ୧୨ା୬(ପି.ଟି.) : ରାଜସ୍ଥାନର ଅସନ୍ତୁଷ୍ଟ କଂଗ୍ରେସ ନେତା ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌ ନୂଆ ଦଳ ଗଢ଼ିବେ ନାହିଁ। ତାଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାଜେଶ ପାଇଲଟ୍‌ଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ରବିବାର ନିଜ ନିର୍ବାଚନ ମଣ୍ଡଳୀ ଦାଉସାରେ ଏକ ମେଗା ରାଲିକୁ ସମ୍ବୋଧନ କରି ସଚିନ ସ୍ବଚ୍ଛ ରାଜନୀତି ପାଇଁ ଆହ୍ବାନ ଦେଇଛନ୍ତି। ରାଜନୀତିରେ ଦୁର୍ନୀତି ଓ ଦୁର୍ନୀତିଗ୍ରସ୍ତଙ୍କ ସ୍ଥାନ ନାହିଁ ବୋଲି ସେ କହିଛନ୍ତି। ଜନସାଧାରଣଙ୍କ ଆସ୍ଥା ତାଙ୍କ ପାଇଁ ସବୁଠୁ ବଡ଼ ସମ୍ବଳ। ଲୋକଙ୍କୁ ନ୍ୟାୟ ଦେବା ଲାଗି ସେ ଲଢ଼େଇ ଜାରି ରଖିବେ ଓ ନିଜ ଦାବିରୁ ଓହରିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ରାଜସ୍ଥାନରେ ବସୁନ୍ଧରା ରାଜେ ନେତୃତ୍ୱାଧୀନ ଭାଜପା ସରକାରଙ୍କ ସମୟରେ ହୋଇଥିବା ଦୁର୍ନୀତି ବିରୋଧରେ ବର୍ତ୍ତମାନର ଅଶୋକ ଗେହଲଟଙ୍କ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ସେ ଏହାର ନିନ୍ଦା କରିଛନ୍ତି। ଆଜି ନ ହେଲେ ବି ଆସନ୍ତାକାଲି ଭଗବାନ ବଡ଼ ନ୍ୟାୟ ଦେବେ ବୋଲି ସେ କହିଛନ୍ତି। ରାଜସ୍ଥାନ ପବ୍ଲିକ୍‌ ସର୍ଭିସ କମିଶନକୁ ଭଙ୍ଗାଯାଇ ସାନି କମିଶନ ଗଠନ କରାଯିବା ସହ ସରକାରୀ ନିଯୁକ୍ତି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଯୋଗୁ ଯେଉଁମାନେ କ୍ଷତିଗ୍ରସ୍ତ ହୋଇଛନ୍ତି, ସେମାନଙ୍କୁ କ୍ଷତିପୂରଣ ଯୋଗାଇଦେବାକୁ ପାଇଲଟ୍‌ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri