Posted inଖେଳ

ଆଇପିଏଲ୍‌ରେ ପ୍ରଥମ ବାପପୁଅ ସଚିନ ତେନ୍ଦୁଲକର-ଅର୍ଜୁନ

ମୁମ୍ବାଇ, ୧୭ା୪: ପ୍ରଶଂସକମାନଙ୍କର ଦୁଇ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ରବିବାର କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ବିପକ୍ଷ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ତରଫରୁ ଖେଳି ତାଙ୍କ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପଦାର୍ପଣ କରିଛନ୍ତି। ଏହି ବଡ଼ ମୁକାବିଲାରେ ଅର୍ଜୁନ ମୁମ୍ବାଇ ଇଣ୍ଡିଆନ୍ସର ଚୂଡାନ୍ତ ଏକାଦଶରେ ସ୍ଥାନ ପାଇଥିଲେ। ସିଜନର ପ୍ରଥମ ୩ଟି ମ୍ୟାଚ ଖେଳିଥିବା ଅର୍ଶାଦ ଖାଁଙ୍କ ସ୍ଥାନରେ ତାଙ୍କୁ ଦଳରେ ପ୍ରବେଶ ମିଳିଛି। ଯଶପ୍ରୀତ ବୁମ୍‌ରାଙ୍କ ଅନୁପସ୍ଥିତିରେ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମ ପସନ୍ଦ ଭାରତୀୟ ପେସ୍‌ ବୋଲିଂ ବିକଳ୍ପ ସନ୍ଧାନରେ ଥିଲା। ଟିମ୍‌ ମ୍ୟାନେଜମେଣ୍ଟ ସଦ୍ୟତମ ଖେଳାଳି ଭାବେ ଅର୍ଜୁନଙ୍କୁ ପସନ୍ଦ କରିଛିି। ବୁମ୍‌ରାଙ୍କ ସ୍ଥାନରେ ବଦଳ ଖେଳାଳି ଭାବେ ପ୍ରଥମେ ସନ୍ଦୀପ ଓ୍ବାରିୟର୍ସଙ୍କୁ ପସନ୍ଦ କରାଯାଇଥିଲା। କିନ୍ତୁ ସେ ଏପର୍ଯ୍ୟନ୍ତ ଖେଳିବା ସୁଯୋଗ ପାଇନାହାନ୍ତି। ଅର୍ଜୁନଙ୍କୁ ରୋହିତ ଶର୍ମା କ୍ୟାପ୍‌ ପ୍ରଦାନ କରିଥିଲେ। ରବିବାର ମ୍ୟାଚରେ ସେ ପ୍ରଥମ ଓଭର ବୋଲିଂ କରିଥିଲେ ଏବଂ ୪ ରନ ଦେଇଥିଲେ।
ଘଟଣାକ୍ରମେ ଆଇପିଏଲ୍‌ ଖେଳିବାରେ ଅର୍ଜୁନ ଓ ସଚିନ ତେନ୍ଦୁଲକର ପ୍ରଥମ ପିତା-ପୁତ୍ର ଯୋଡ଼ି ହେବାର ଗୌରବ ଅର୍ଜନ କରିଛନ୍ତି। ସଚିନ ମଧ୍ୟ ଅତୀତରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖେଳିଛନ୍ତି। ସେ ଥିଲେ ଦଳର ପ୍ରଥମ ଅଧିନାୟକ। ୨୦୦୮ରୁ ୨୦୧୧ ପର୍ଯ୍ୟନ୍ତ ଦଳର ନେତୃତ୍ୱ ନେଇଥିଲେ। ତାଙ୍କ ଅଧିନାୟକତ୍ୱରେ ମୁମ୍ବାଇ ଇଣ୍ଡିଆନ୍ସ ୨୦୧୦ରେ ପ୍ରଥମ ଥର ଫାଇନାଲରେ ପ୍ରବେଶ କରିଥିଲା। ସେହି ସିଜନରେ ସଚିନ ଅରେଞ୍ଜ କ୍ୟାପ ହାସଲ କରିଥିଲେ। କିନ୍ତୁ ତାଙ୍କ ଦଳ ଟାଇଟଲ ମୁକାବିଲାରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ଠାରୁ ହାରିଯାଇଥିଲା। ପରବର୍ତ୍ତୀ ବର୍ଷ ଏହି କିମ୍ବଦନ୍ତୀ ଭାରତୀୟ କ୍ରିକେଟର ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ତାଙ୍କ ଶେଷ ଗେମ୍‌ ଚାମ୍ପିୟନ୍ସ ଲିଗ୍‌ରେ ରାହୁଲ ଡ୍ରାଭିଡ୍‌ଙ୍କ ନେତୃତ୍ୱାଧୀନ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଖେଳିଥିଲେ। ମୁମ୍ବାଇ ଦଳ ଏହି ମ୍ୟାଚରେ ବିଜୟ ଲାଭ କରିଥିଲା ା ବର୍ତ୍ତମାନ ସେ ମୁମ୍ବାଇ ଇଣ୍ଡିଆନ୍ସ ଟିମ୍‌ ମ୍ୟାନେଜମେଣ୍ଟରେ ମେଣ୍ଟର ଭାବେ କାର୍ଯ୍ୟ କରୁଛନ୍ତି।
ଅର୍ଜୁନଙ୍କ ସମ୍ପର୍କରେ କହିବାକୁ ଗଲେ, ସେ ପ୍ରଥମେ ମୁମ୍ବାଇରୁ ଗୋଆ ଯାଇ ଘରୋଇ ସିଜନରେ ପାଦ ଦେଇଥିଲେ। ରଣଜୀ ଟ୍ରଫି ପଦାର୍ପଣରେ ସେ ଏକ ଶତକ ହାସଲ କରିଥିଲେ। ୨୦୨୨-୨୩ ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟରେ ସେ ୭ ମ୍ୟାଚ ଖେଳି ୧୦ ଉଇକେଟ ନେଇଥିଲେ। ଅନ୍ୟପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ ଦଳର ଆଉ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଡୁଆନ ଜାନସେନ୍‌ ମଧ୍ୟ ମୁମ୍ବାଇ ଇଣ୍ଡିଆନ୍ସ ତରଫରୁ ତାଙ୍କ ପଦାର୍ପଣ ମ୍ୟାଚ ଖେଳିଛନ୍ତି। ଡୁଆନ ହେଉଛନ୍ତି ମାର୍କୋ ଜାନସେନ୍‌ଙ୍କ ଯମଜ ଭ୍ରାତା।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri