Posted inଖେଳ

ତେନ୍ଦୁଲକରଙ୍କ କ୍ରିକେଟ ଜୀବନର ଖାସ୍‌ ଦିନ

ନୂଆଦିଲ୍ଲୀ,୨୯।୬: ଲିଟ୍‌ଲ ମାଷ୍ଟର ଭାବେ ପରିଚିତ ଥିବା ସଚିନ ତେନ୍ଦୁଲକରଙ୍କ ପାଇଁ ଆଜିର ଦିନ ବେଶ୍‌ ଗୁରୁତ୍ୱ ବହନ କରେ। ଠିକ୍‌ ୧୪ ବର୍ଷ ତଳେ ସେ କ୍ରିକେଟ ଇତିହାସର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଦିନିକିଆ ଫର୍ମାଟରେ ପୂରଣ କରିଥିଲେ ୧୫ ହଜାର ରନ୍‌। ଦକ୍ଷିଣ ଆଫ୍ରିକା ବିପକ୍ଷରେ ବେଲଫାଷ୍ଟ ଠାରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ସଚିନ ଏହି ମାଇଲଷ୍ଟୋନ ହାସଲ କରିଥିଲେ।

୨୨୭ ରନ୍‌ର ବିଜୟ ଲକ୍ଷ୍ୟର ପିଛା କରୁଥିବା ଭାରତୀୟ ଦଳ ପାଇଁ ୯୩ ରନ୍‌ର ଦର୍ଶନୀୟ ଇନିଂସ ଖେଳିଥିଲେ ସଚିନ। ତାଙ୍କ ଇନିଂସରେ ସାମିଲ ଥିଲା ୧୩ ଚୌକା ଓ ୨ ଛକା। ତାଙ୍କ ଇନିଂସ ଯୋଗୁ ଭାରତ ଏହି ମ୍ୟାଚ୍‌କୁ ୬ ଉଇକେଟରେ ଜିତି ନେଇଥିଲା।

୧୯୮୯ରେ ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିଥିବା ଚେନ୍ଦୁଲକରଙ୍କ ନାମରେ ଦିନିକିଆ ଓ ଟେଷ୍ଟ ଫର୍ମାଟରେ ସର୍ବାଧିକ ଶତକ ଏବଂ ସବୁଠୁ ଅଧିକ ରନ୍‌ କରିବାର ରେକର୍ଡ ରହିଛି। ସେ ଦେଶ ପାଇଁ ୬ଟି ବିଶ୍ୱକପ୍‌ ଖେଳିଥିଲେ। ୨୦୧୧ରେ ତାଙ୍କ ବିଶ୍ୱକପ୍‌ ହାତେଇବାର ସ୍ବପ୍ନ ପୂରା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri