Posted inଖେଳ

କ୍ରିକେଟ ଇତିହାସର ଅଭୂଲା ଦିନ

ନୂଆଦିଲ୍ଲୀ,୨୪।୨: ଠିକ୍‌ ୧୨ ବର୍ଷ ତଳେ ଅର୍ଥାତ ୨୦୧୦ ଫେବୃୟାରୀ ୨୪ ତାରିଖରେ ସଚିନ ତେନ୍ଦୁଲକର ପୃଥିବୀର ପ୍ରଥମ ପୁରୁଷ ଭାବେ ଦିନିକିଆରେ ଦ୍ୱିଶତକ ହାସଲ କରିଥିଲେ। ଗ୍ବାଲିୟରର କ୍ୟାପଟେନ ରୂପ ସିଂ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ରେ ଏହି ମାଇଲଷ୍ଟୋନ ହାସଲ କରିଥିଲେ ମାଷ୍ଟର ବ୍ଲାଷ୍ଟର। କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ୧୪୭ ବଲରେ ୨୦୦ ରନ୍‌ କରି ନଟ୍‌ ଆଉଟ୍‌ ରହିଥିଲେ। ତାଙ୍କ ଇନିଂସରେ ସାମିଲ ଥିଲା ୨୫ ଚୌକା ଓ ୩ ଛକା।

ତେନ୍ଦୁଲକରଙ୍କ ଦ୍ୱିଶତକ ଯୋଗୁ ଭାରତ ୫୦ ଓଭରରେ ୪୦୧/୩ରେ ପହଞ୍ଚି ପାରିଥିଲା। ଏହି ମ୍ୟାଚ୍‌କୁ ୧୫୩ ରନ୍‌ରେ ଜିତି ନେଇଥିଲା ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ।

୨୦୧୩ରେ କ୍ରିକେଟକୁ ଅଲବିଦା କରିଥିବା ସଚିନ ଆଜି ପର୍ଯ୍ୟନ୍ତ ଅନ୍ତର୍ଜାତୀୟ କ୍ରିକେଟ ଟେଷ୍ଟ ଓ ଦିନିକିଆରେ ସର୍ବାଧିକ ରନ୍‌ ସ୍କୋରର ହୋଇ ରହିଛନ୍ତି। ତାଙ୍କ ନାମରେ ରହିଛି ସର୍ବାଧିକ ଅନ୍ତର୍ଜାତୀୟ ଶତକ ରେକର୍ଡ। ୨୦୧୯ରେ ତାଙ୍କୁ ୬ଷ୍ଠ ଭାରତୀୟ ଭାବେ ଆଇସିସି ହଲ ଅଫ୍‌ ଫେମ୍‌ରେ ସାମିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri