Posted inଖେଳ

ଭିନେଶଙ୍କ ସପକ୍ଷରେ ବାହାରିଲେ ସଚ୍ଚିନ ତେନ୍ଦୁଲକର, ନିୟମରୁ କାଢିଲେ ବଡ଼ ତ୍ରୁଟି, କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୯।୮: ଗତ କିଛି ଦିନ ହେଲା ଭାରତର ତାରକା ରେସଲର ଭିନେଶ ଫୋଗଟଙ୍କୁ ନେଇ ଖୁବ୍‌ ଚର୍ଚ୍ଚା ହେବାରେ ଲାଗିଛି। ଏବେ ଭେଟେରାନ କ୍ରିକେଟର ସଚିନ ତେନ୍ଦୁଲକର ମଧ୍ୟ ଭିନେଶଙ୍କ ସମର୍ଥନରେ ବାହାରିଛନ୍ତି। କହିରଖୁଛୁ ଯେ, ମହିଳା ରେସଲିଂ ୫୦ କିଲୋଗ୍ରାମ ବର୍ଗର ଅନ୍ତିମ ମ୍ୟାଚ ପୂର୍ବରୁ ଭିନେଶଙ୍କ ଓଜନ ନିର୍ଦ୍ଧାରିତ ଓଜନଠାରୁ ୧୦୦ ଗ୍ରାମ ଅଧିକ ବୋଲି ଜଣାପଡିଛି। ଯେଉଁଥିପାଇଁ ସେ ପ୍ୟାରିସ ଅଲିମ୍ପିକ୍ସରୁ ଅଯୋଗ୍ୟ ହୋଇଥିଲେ। ବର୍ତ୍ତମାନ ସଚିନ ଏହି ପ୍ରସଙ୍ଗରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଏବଂ କହିଛନ୍ତି ଯେ ଭିନେଶ ସମ୍ପୂର୍ଣ୍ଣ ରୂପେ ରୋପ୍ୟ ପଦକ ପାଇବାକୁ ଯୋଗ୍ୟ।

ସଚିନ ତେନ୍ଦୁଲକର ଭିନେଶଙ୍କୁ ସମର୍ଥନ କରି କହିଛନ୍ତି, ପ୍ରତ୍ୟେକ ଖେଳର ନିୟମ ରହିଛି ଏବଂ ସେହି ନିୟମଗୁଡିକ ପ୍ରସଙ୍ଗରେ ଦେଖାଯିବା ଉଚିତ ଏବଂ ବେଳେବେଳେ ପୁନ ସମୀକ୍ଷା କରାଯିବା ଉଚିତ। ତେଣୁ ମୁଁ ଭାବୁଛି ତାଙ୍କୁ ରୋପ୍ୟ ପଦକ ନ ଦେବା ଅତ୍ୟନ୍ତ ଅସାଧୁତା ହେବ ଏବଂ ଏହିପରି ନିୟମଗୁଡ଼ିକର କୌଣସି ଅର୍ଥରହିବ ନାହିଁ।

ପ୍ରଥମ ରାଉଣ୍ଡରେ ଡିଫେଣ୍ଡିଂ ଅଲିମ୍ପିକ ଚାମ୍ପିଅିନଙ୍କୁ ପରାସ୍ତ କରି ଭିନେଶ ଫୋଗଟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ। ଏହା ପରେ ସେ କ୍ୱାର୍ଟର ଫାଇନାଲରେ ଏବଂ ଫାଇନାଲରେ ମଧ୍ୟ ସଫଳତାର ସହ ପ୍ରବେଶ କରିଥିଲେ। ଏଭଳି ପରିସ୍ଥିତିରେ ତାଙ୍କୁ ଅତି କମରେ ରୋପ୍ୟ ପଦକ କାହିଁକି ଦେବେ ନାହିଁ? ନିୟମ ଅନୁଯାୟୀ ତାଙ୍କୁ ଫାଇନାଲରେ ପୁନର୍ବାର ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଦିଆଯାଇ ନ ଥିଲା, କିନ୍ତୁ ତାଙ୍କୁ ରୋପ୍ୟ ପଦକରୁ ମଧ୍ୟ ବଞ୍ଚିତ କରିବା ସମ୍ପୂର୍ଣ୍ଣ ଅନ୍ୟାୟ ବୋଲି ମନେହୁଏ।

ସଚିନ ତେନ୍ଦୁଲକର ମଧ୍ୟ ତାଙ୍କ ବିବୃତ୍ତିରେ କହିଛନ୍ତି ଯେ, ଯଦି ଜଣେ ଆଥଲେଟ ଡ୍ରଗ୍ସ ନେଉଛନ୍ତି କିମ୍ବା ଅସାଧୁତା କରୁଛନ୍ତି ତେବେ ତାଙ୍କୁ ଅଯୋଗ୍ୟ ହେବାକୁ ପଡିବ କିନ୍ତୁ ଭିନେଶଙ୍କ କ୍ଷେତ୍ରରେ ଏହିପରି କିଛି ଘଟି ନାହିଁ। ସେ କହିଛନ୍ତି, କିନ୍ତୁ ଭିନେଶ କୌଣସି ଛଳ ନ କରି ତାଙ୍କର ସମସ୍ତ ପ୍ରତିଦ୍ୱନ୍ଦ୍ୱୀଙ୍କୁ ପରାସ୍ତ କରିଛନ୍ତି, ତେଣୁ ସେ ରୋପ୍ୟ ପଦକ ପାଇବାକୁ ଯୋଗ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri