Posted inଖେଳ

ଆଜିର ଦିନରେ ଇତିହାସ ରଚିଥିଲେ ସଚିନ ତେନ୍ଦୁଲକର

ମୁମ୍ବାଇ,୨୪।୨: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ନିଜ କ୍ୟାରିୟର୍‌ରେ ଅନେକ ବଡ ବଡ ରେକର୍ଡ ହାସଲ କରିଥିଲେ। ତାଙ୍କୁ କ୍ରିକେଟର୍‌ ଭଗବାନ ଆଖ୍ୟା ମଧ୍ୟ ଦିଆଯାଇଛି। ଫେବୃୟାରୀ ୨୪, ୨୦୨୧ରେ ଗ୍ବାଲିଅରର କ୍ୟାପଟେନ ରୂପ ସିଂ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଥର ପାଇଁ ଏକଦିବସୀୟ କ୍ରିକେଟରେ ୨୦୦ ରଡ଼୍‌ କର୍‌ କରିଥିଲେ। ଜାନୁୟାରୀ ୫ ୧୯୭୧ରେ ମେଲବୋର୍ନରେ ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଏକଦିବସୀୟ ଖେଳାଯାଇଥିଲା। ସେବେଠାରୁ କ୍ରିକେଟରେ ଅନେକ ରେକର୍ଡ ସୃଷ୍ଟି ହୋଇଥିଲା। କିନ୍ତୁ ପୁରୁଷ ଏକଦିବସୀୟ କ୍ରିକେଟରେ ୨୦୦ ରନ୍‌ କରିବା ରେକର୍ଡ କାହା ନାଁରେ ନ ଥିଲା। ଅନେକ ଖେଳାଳି ଏହି ସଂଖ୍ୟାର ନିକଟତର ହୋଇଥିଲେ, କିନ୍ତୁ ବୋଧହୁଏ ଏହି ଲକ ନମ୍ବର ୨୦୦ର ଚାବି ସଚିନଙ୍କ ହାତରେ ଥିଲା। ସଚିନଙ୍କ ପୂର୍ବରୁ, ୧୯୯୭ରେ ମହିଳା କ୍ରିକେଟର ବେଲିଣ୍ଡା କ୍ଲାର୍କ ୨୨୯ ରନର ଇନିଂସ ଖେଳିଥିଲେ।
ସଚିନ ୩୬ ବର୍ଷ ବୟସରେ ଏହି ଏକଦିବସୀୟରେ ଦ୍ୱିଶତକ ଖେଳିଥିଲେ। ସେ ଯେଉଁ ସମୟରେ ଏକ ଇନିଂସ ଖେଳିଥିଲେ ସେତେବେଳେ ତାଙ୍କ ଖେଳ ଏବଂ ବୟସ ବିଷୟରେ ପ୍ରଶ୍ନ ଉଠିଥିଲା। କିନ୍ତୁ ସବୁଥର ପରି, ସଚିନ ତାଙ୍କ କଥା ନୁହେଁ ବରଂ ତାଙ୍କ ଖେଳ ସହିତ ଲୋକଙ୍କୁ ଜବାବ ଦେଇଥିଲେ। ସଚିନ ୧୪୭ ବଲରେ ୨୦୦ ରନ ସଂଗ୍ରହ କରିଥିଲେ। ଏହି ମ୍ୟାଚରେ ଭାରତ ୪୦୦ରୁ ଅଧିକ ସ୍କୋର କରିଥିଲା ଏବଂ ଏହି ମ୍ୟାଚକୁ ୧୫୩ ରନରେ ଜିତିଥିଲା। ଏହାପୂର୍ବରୁ ଏକଦିବସୀୟ କ୍ରିକେଟରେ ସର୍ବାଧିକ ରନ ରେକର୍ଡ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ସୟଦ ଅନୱାରଙ୍କ ନାମରେ ଥିଲା। ସେ ଭାରତ ବିପକ୍ଷରେ ୧୯୪ ରନର ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri