Posted inଖେଳ

ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ସ୍ଥାପିତ ହେବ ସଚିନଙ୍କ ପ୍ରତିମୂର୍ତ୍ତି

ମୁମ୍ବାଇ,୨୮।୨: କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଏପ୍ରିଲ ୨୩ରେ ନିଜର ୫୦ତମ ଜନ୍ମଦିନ ପାଳନ କରିବାକୁ ଯାଉଛନ୍ତି। ହେଲେ ଚଳିତ ଥର ସଚିନଙ୍କ ଜନ୍ମଦିନରେ କିଛି ନିଆରା ହେବାକୁ ଯାଉଛି। ଏହି ଦିନ ତାଙ୍କୁ ଏକ ବିଶେଷ ଉପହାର ମିଳିବାକୁଯାଉଛି। ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ ବୋଲି ଜଣାପଡ଼ିଛି। ସଚିନଙ୍କ ଅବସରର ୧୦ ବର୍ଷ ପରେ ତାଙ୍କୁ ଏହି ବିଶେଷ ସମ୍ମାନ ମିଳିବାକୁ ଯାଉଛି। ସଚିନ ଏହି ଗ୍ରାଉଣ୍ଡରେ ତାଙ୍କ କ୍ୟାରିୟରର ଶେଷ ମ୍ୟାଚ ଖେଳିଥିଲେ ଏବଂ ଏଠାରେ ସେ ନିଜ କ୍ୟାରିଅର୍‌ ମଧ୍ୟ ଆରମ୍ଭ କରିଥିଲେ। ଏପ୍ରିଲ ୨୩ରେ ତାଙ୍କ ୫୦ତମ ଜନ୍ମଦିନରେ କିମ୍ବା ଚଳିତ ବର୍ଷ ହେବାକୁ ଥିବା ଓ୍ବାନଡେ ବିଶ୍ୱକପ ସମୟରେ ସଚିନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇପାରେ। ଅନ୍ୟପଟେ ସଚିନଙ୍କ ପ୍ରତିମୂର୍ତ୍ତି କେଉଁଠାରେ ସ୍ଥାପନ କରାଯିବ ସେନେଇ ନିଜେ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ସେ ତାଙ୍କ ପତ୍ନୀ ଅଞ୍ଜଳିଙ୍କ ସହ ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ପହଞ୍ଚିଥିଲେ। ଏହି ସମୟରେ ଷ୍ଟାଡିୟମରେ ମୁମ୍ବାଇ କ୍ରିକେଟ ଆସୋସିଏସନର ସଭାପତି ଆମୋଲ କାଲେ ମଧ୍ୟ ଉପସ୍ଥିତ ଥିଲେ। ସଚିନ ନିଜ ପ୍ରତିମୂର୍ତ୍ତିକୁ ନେଇ କହିଛନ୍ତି, ଏହା ତାଙ୍କ ପାଇଁ ଏକ ସୁନ୍ଦର ଉପହାର। ଏହି ବିଷୟରେ ତାଙ୍କର କୌଣସି ଧାରଣା ନ ଥିଲା ଏବଂ ନିଜ ମୂର୍ତ୍ତି ବିଷୟରେ ଶୁଣି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ତାଙ୍କ କ୍ୟାରିୟର ଏହି ଗ୍ରାଉଣ୍ଡରୁ ଆରମ୍ଭ ହୋଇଥିଲା ଏବଂ ତାଙ୍କୁ ଅନେକ ଅବିସ୍ମରଣୀୟ ସ୍ମୃତି ମିଳିଥିଲା ବୋଲି ସଚିନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri