Posted inଖେଳ

ଆଜି ସଚିନଙ୍କ ପାଇଁ ସ୍ମରଣୀୟ ଦିନ

ଭାରତୀୟ କ୍ରିକେଟରେ ଯେତେବେଳେ କୌଣସି ମହାନ ବ୍ୟାଟ୍ସମ୍ୟାନ୍‌ ବିଷୟରେ କୁହାଯାଏ ସର୍ବପ୍ରଥମେ ନାମ ଆସିଥାଏ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ନାମ। ସେ କେବଳ ନିଜ ଖେଳ ପାଇଁ ପ୍ରଶଂସକଙ୍କ ହୃଦୟ ଜିଣି ନାହାନ୍ତି ବରଂ ଭାରତୀୟ କ୍ରିକେଟକୁ ବହୁତ ଉପରକୁ ନେଇପାରିଛନ୍ତି। ଯେତେବେଳେ ବି ସଚିନଙ୍କ କଥା ଆସେ, ସର୍ବପ୍ରଥମେ ତାଙ୍କର ଭଲ ଇନିଂସ ବିଷୟରେ ଉଲ୍ଲେଖ କରାଯାଇଥାଏ। ଭାରତ-ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ପ୍ରଶଂସକମାନେ ଉତ୍ସାହର ସହ ଦେଖିଥାନ୍ତି। ତେବେ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜିର ଦିନରେ ଅର୍ଥାତ୍‌ ୧୮ ଡିସେମ୍ବର, ୧୯୮୯ରେ ପାକିସ୍ତାନ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିଥିଲେ। ପାକିସ୍ତାନ ଗୁଜନାଓ୍ବାଲା ସହରର ‘ଜିନ୍ନା ଷ୍ଟାଡିୟମ୍‌’ ରେ ଯେତେବେଳେ ଏହି ମ୍ୟାଚ୍‌ ଆରମ୍ଭ ହୋଇଥିଲା, ସେତେବେଳେ ସମସ୍ତଙ୍କର ନଜର କେବଳ ସେହି ୧୬ ବର୍ଷ ବାଳକ ଉପରେ ଥିଲା। କିନ୍ତୁ ଏହି ମ୍ୟାଚ୍‌ ସଚିନଙ୍କ ପାଇଁ ଭଲ ନ ଥିଲା। ଏହି ଦିନ ପାକିସ୍ତାନ ବିପକ୍ଷରେ ପ୍ରଥମ ଥର ପାଇଁ ଏକଦିବସୀୟ ମ୍ୟାଚ୍‌ ଖେଳି ଶୂନରେ ଆଉଟ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri