ସଚିନଙ୍କ ଶ୍ରେଷ୍ଠ ଆଇପିଏଲ ଏକାଦଶରେ ରୋହିତ, କୋହଲିଙ୍କ ସ୍ଥାନ ନାହିଁ

ମୁମ୍ବାଇ,୩୧।୫: ଭାରତର ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଆଇପିଏଲ ୨୦୨୨ରେ ଭଲ ପ୍ରଦର୍ଶନ କରିଥିବା ଏକରୁ ଅଧିକ ଖେଳାଳି ଚୟନ କରି ନିଜର ସର୍ବଶ୍ରେଷ୍ଠ ଆଇପିଏଲ ଏକାଦଶ ପ୍ରସ୍ତୁତ କରିଛନ୍ତି। ସଚିନ ଏହି ଦଳର ଅଧିନାୟକ ଭାବରେ ଗୁଜରାଟ ଟାଇଟାନ୍ସ ଦଳର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବାଛିଛନ୍ତି। ପାଣ୍ଡ୍ୟାଙ୍କ ନେତୃତ୍ୱରେ ଗୁଜରାଟ ଚଳିତବର୍ଷ ଆଇପିଏଲ୍‌ ଚାମ୍ପିୟନ୍‌ ହୋଇଛି।
ସଚିନ ତେନ୍ଦୁଲକର ନିଜ ଦଳରେ ଶିଖର ଧାୱନ ଏବଂ ଜୋସ ବଟଲରଙ୍କୁ ଓପନିଂ ଯୋଡି ଭାବରେ ବାଛିଛନ୍ତି। ତିନି ନମ୍ବରରେ ବ୍ୟାଟିଂ କରିବାକୁ ସଚିନ ତେନ୍ଦୁଲକର କେ.ଏଲ ରାହୁଲଙ୍କୁ ଏବଂ ୪ ନମ୍ବରରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଚୟନ କରିଛନ୍ତି। ୫ ନମ୍ବରରେ ବ୍ୟାଟିଂ କରିବାକୁ ସଚିନ ତେନ୍ଦୁଲକର ଦକ୍ଷିଣ ଆଫ୍ରିକାର ବିପଜ୍ଜନକ ବ୍ୟାଟ୍ସମ୍ୟାନ ଡେଭିଡ ମିଲରଙ୍କୁ ବାଛିଛନ୍ତି। ଏଥି ସହିତ ଇଂଲଣ୍ଡର ବିପଜ୍ଜନକ ଅଲରାଉଣ୍ଡର ଲିଆମ ଲିଭିଙ୍ଗଷ୍ଟୋନଙ୍କୁ ୬ ନମ୍ବରରେ ସୁଯୋଗ ଦିଆଯାଇଛି।
ସଚିନ ତେନ୍ଦୁଲକର ବିପଜ୍ଜନକ ଫିନିସର ଦୀନେଶ କାର୍ତ୍ତିକଙ୍କୁ ୭ ନମ୍ବରରେ ବ୍ୟାଟିଂ କରିବାକୁ ବାଛିଛନ୍ତି। ସଚିନ ତେନ୍ଦୁଲକର ଦୀନେଶ କାର୍ତ୍ତିକଙ୍କୁ ଏକାଦଶରେ ଉଇକେଟ ରକ୍ଷଣର ଦାୟିତ୍ୱ ଦେଇଛନ୍ତି।
ସଚିନ ତେନ୍ଦୁଲକର ଏକାଦଶରେ ଭାରତର ଲେଗ ସ୍ପିନର ୟୁଜଭେନ୍ଦ୍ର ଚହଲ ଏବଂ ଆଫଗାନିସ୍ତାନର ମାରାତ୍ମକ ଲେଗ ସ୍ପିନର ରସିଦ ଖାନଙ୍କୁ ଚୟନ କରିଛନ୍ତି। ସେହିପରି ଜଶପ୍ରୀତ ବୁମ୍‌ରା ଏବଂ ମହମ୍ମଦ ଶାମିଙ୍କୁ ଦ୍ରୁତବୋଲର ଭାବରେ ସେ ଦଳରେ ନେଇଛନ୍ତି।
ସଚିନ ତେନ୍ଦୁଲକରଙ୍କ ଦ୍ୱାରା ସର୍ବଶ୍ରେଷ୍ଠ ଆଇପିଏଲ୍‌ ଏକାଦଶ
ଶିଖର ଧାୱନ, ଜୋସ ବଟଲର, କେ.ଏଲ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ଡେଭିଡ ମିଲର, ଲିଆମ ଲିଭିଙ୍ଗଷ୍ଟୋନ, ଦୀନେଶ କାର୍ତ୍ତିକ (ଉଇକେଟ କିପର), ରସିଦ ଖାନ, ଜଶପ୍ରୀତ ବୁମ୍‌ରା, ମହମ୍ମଦ ଶାମି, ୟୁଜଭେନ୍ଦ୍ର ଚହଲ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri