Posted inଖେଳ

ତେନ୍ଦୁଲକରଙ୍କ ଭବିଷ୍ୟବାଣୀ: ବିଶ୍ୱକପ୍‌ ସେମିଫାଇନାଲ ଖେଳିବେ ଏହି ୪ ଟିମ୍‌…

ନୂଆଦିଲ୍ଲୀ,୧୯।୧୦: ଟି୨୦ ବିଶ୍ୱକପ୍‌କୁ ନେଇ ଆରମ୍ଭ ହେଲାଣି ଗଣନା। ସମସ୍ତ କ୍ରିକେଟର ନିଜର ପସନ୍ଦର ଟିମ୍‌କୁ ଫାଇନାଲରେ ଦେଖିବାକୁ ଚାହାନ୍ତି। ଏହି କ୍ରମରେ ମହାନ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକର ଭାରତୀୟ ଟିମ୍‌ ବିଶ୍ୱକପ୍‌ ବିଜେତା ହେଉ ବୋଲି ଚାହୁଁଥିବା କହିଛନ୍ତି। ଏଥିସହ ସେ ଟୁର୍ନାମେଣ୍ଟର ୪ ସେମିଫାଇନାଲିଷ୍ଟକୁ ମଧ୍ୟ ବାଛିଛନ୍ତି। ଭାରତ, ପାକିସ୍ତାନ, ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ସେମିଫାଇନାଲ ଖେଳିପାରନ୍ତି ବୋଲି ସେ ଭବିଷ୍ୟବାଣୀ କରିଛନ୍ତି।

ସ୍ପୋର୍ଟଷ୍ଟାରକୁ ସଚିନ କହିଛନ୍ତି, ‘ମୁଁ ଚାହୁଁଛି ଭାରତ ଚାମ୍ପିୟନ ହେଉ। କିନ୍ତୁ ମୋର ଶ୍ରେଷ୍ଠ ୪ ଟିମ୍‌ ହେଉଛି ଭାରତ, ପାକିସ୍ତାନ, ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ। ନ୍ୟୁଜିଲାଣ୍ଡ ଏବଂ ଦକ୍ଷିଣ ଆଫ୍ରିକା ଡାର୍କ ହର୍ସ କାରଣ ସେମାନେ ପରିସ୍ଥିତି ଜାଣିଛନ୍ତି। ଉଭୟ ଟିମ୍‌ଠାରୁ ବାକି ଟିମ୍‌କୁ ସତର୍କ ରହିବାର ଆବଶ୍ୟକତା ରହିଛି। ଏମାନେ ପଛ ଦ୍ୱାର ଦେଇ ପ୍ରବେଶ କରିପାରନ୍ତି ବୋଲି ସେ କହିଛନ୍ତି।

କହିରଖୁଛୁ, ଭାରତ ଅକ୍ଟୋବର ୨୩ରେ ପାକିସ୍ତାନ ବିପକ୍ଷରେ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ ଖେଳିବ। ଦଳ ୨୦୦୭ରେ ଶେଷ ଥର ପାଇଁ ବିଶ୍ୱକପ୍‌ ଟାଇଟଲ ଜିତିଥିଲା। ସେତେବେଳେ ଭାରତ ଫାଇନାଲରେ ଚିର-ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri