Posted inଖେଳ

ଏହି ୩ଟି ମ୍ୟାଚ୍‌କୁ ବାରମ୍ବାର ଦେଖିବାକୁ ପସନ୍ଦ କରନ୍ତି ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୧୧।୧୨: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ କ୍ରିକେଟର ଭଗବାନ ଆଖ୍ୟା ଦିଆଯାଇଛି। ସେ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ୧୦୦ ଶତକ ଏବଂ ୩୪,୦୦୦ ଆନ୍ତର୍ଜାତୀୟ ରନ ସ୍କୋର କରିଛନ୍ତି। ତେବେ ଏହା ମଧ୍ୟରୁ କେଉଁଟା ସର୍ବୋତ୍ତମ ଇନିଂସ ପ୍ରଶ୍ନରେ ସଚିନ କହିଛନ୍ତି ଯେ ତାଙ୍କ କ୍ୟାରିୟରରେ ତିନୋଟି ଇନିଂସ ଅଛି, ଯାହାକୁ ସେ ହାଇଲାଇଟ ଦେଖିବାକୁ ପସନ୍ଦ କରନ୍ତି। ସେ କହିଛନ୍ତି ଯେ ୧୯୯୨ରେ ପର୍ଥରେ ଅଷ୍ଟ୍ରେଲିଆ ବିପକ୍ଷରେ ତାଙ୍କର ୧୧୪ ରନ ଇନିଂସ ତାଙ୍କୁ ଆତ୍ମବିଶ୍ୱାସ ଦେଇଥିଲା। ୨୦୦୮ରେ ଇଂଲଣ୍ଡ ବିପକ୍ଷରେ ଅପରାଜିତ ୧୦୮ ରନ ଇନିଂସ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ଏହା ମୁମ୍ବାଇ ଆକ୍ରମଣ ପରେ ଖେଳାଯାଇଥିଲା। ୧୯୯୯ ବିଶ୍ୱକପରେ ମୋ ବାପାଙ୍କ ଦେହାନ୍ତ ହୋଇଥିବାରୁ କେନିଆ ବିପକ୍ଷରେ ୧୪୦ ରନର ପାଳି ମୋ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର ଥିଲା। ଏହା ମୋ କ୍ୟାରିୟରର ସବୁଠାରୁ ଭାବପ୍ରବଣ ମୁହୂର୍ତ୍ତ ଥିଲା। ପ୍ରସିଦ୍ଧ ଶାରଜା ଗ୍ରାଉଣ୍ଡରେ ୧୯୯୮ରେ ଅଷ୍ଟ୍ରେଲିଆ ବିପକ୍ଷରେ ଦୁଇ ଶତକ, ୨୦୦୩ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ୯୮ ରନ ମୋ କ୍ୟାରିୟରର ମୁଖ୍ୟ ଆକର୍ଷଣ ଅଟେ। ପାକିସ୍ତାନ ବିପକ୍ଷରେ ତାଙ୍କର ପ୍ରଥମ ଗସ୍ତକୁ ମନେ ପକାଇ ତେନ୍ଦୁଲକର କହିଛନ୍ତି ଯେ ସେତେବେଳେ ମୋର ବୟସ ମାତ୍ର ୧୬ ଥିଲା। ନଭେମ୍ବର-ଡିସେମ୍ବରରେ ପାକିସ୍ତାନର କିଛି ଅଞ୍ଚଳରେ ଭଲ ଥଣ୍ଡା ହୋଇଥିଲା। କିଛି ଗରମ ଜିନିଷ କିଣି ଆମେ ବହୁତ ଖାଇଲୁ। ମୁଁ ସେତେବେଳେ ଶିଖୁଥିଲି। ମୁଁ ଘରକୁ ଫେରି ଆସିବା ପରେ ମୋ ପରିବାର ମୋ ପ୍ରଦର୍ଶନରେ ଖୁସି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri