Posted inଖେଳ

ଏହି ୩ଟି ମ୍ୟାଚ୍‌କୁ ବାରମ୍ବାର ଦେଖିବାକୁ ପସନ୍ଦ କରନ୍ତି ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୧୧।୧୨: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ କ୍ରିକେଟର ଭଗବାନ ଆଖ୍ୟା ଦିଆଯାଇଛି। ସେ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ୧୦୦ ଶତକ ଏବଂ ୩୪,୦୦୦ ଆନ୍ତର୍ଜାତୀୟ ରନ ସ୍କୋର କରିଛନ୍ତି। ତେବେ ଏହା ମଧ୍ୟରୁ କେଉଁଟା ସର୍ବୋତ୍ତମ ଇନିଂସ ପ୍ରଶ୍ନରେ ସଚିନ କହିଛନ୍ତି ଯେ ତାଙ୍କ କ୍ୟାରିୟରରେ ତିନୋଟି ଇନିଂସ ଅଛି, ଯାହାକୁ ସେ ହାଇଲାଇଟ ଦେଖିବାକୁ ପସନ୍ଦ କରନ୍ତି। ସେ କହିଛନ୍ତି ଯେ ୧୯୯୨ରେ ପର୍ଥରେ ଅଷ୍ଟ୍ରେଲିଆ ବିପକ୍ଷରେ ତାଙ୍କର ୧୧୪ ରନ ଇନିଂସ ତାଙ୍କୁ ଆତ୍ମବିଶ୍ୱାସ ଦେଇଥିଲା। ୨୦୦୮ରେ ଇଂଲଣ୍ଡ ବିପକ୍ଷରେ ଅପରାଜିତ ୧୦୮ ରନ ଇନିଂସ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ଏହା ମୁମ୍ବାଇ ଆକ୍ରମଣ ପରେ ଖେଳାଯାଇଥିଲା। ୧୯୯୯ ବିଶ୍ୱକପରେ ମୋ ବାପାଙ୍କ ଦେହାନ୍ତ ହୋଇଥିବାରୁ କେନିଆ ବିପକ୍ଷରେ ୧୪୦ ରନର ପାଳି ମୋ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର ଥିଲା। ଏହା ମୋ କ୍ୟାରିୟରର ସବୁଠାରୁ ଭାବପ୍ରବଣ ମୁହୂର୍ତ୍ତ ଥିଲା। ପ୍ରସିଦ୍ଧ ଶାରଜା ଗ୍ରାଉଣ୍ଡରେ ୧୯୯୮ରେ ଅଷ୍ଟ୍ରେଲିଆ ବିପକ୍ଷରେ ଦୁଇ ଶତକ, ୨୦୦୩ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ୯୮ ରନ ମୋ କ୍ୟାରିୟରର ମୁଖ୍ୟ ଆକର୍ଷଣ ଅଟେ। ପାକିସ୍ତାନ ବିପକ୍ଷରେ ତାଙ୍କର ପ୍ରଥମ ଗସ୍ତକୁ ମନେ ପକାଇ ତେନ୍ଦୁଲକର କହିଛନ୍ତି ଯେ ସେତେବେଳେ ମୋର ବୟସ ମାତ୍ର ୧୬ ଥିଲା। ନଭେମ୍ବର-ଡିସେମ୍ବରରେ ପାକିସ୍ତାନର କିଛି ଅଞ୍ଚଳରେ ଭଲ ଥଣ୍ଡା ହୋଇଥିଲା। କିଛି ଗରମ ଜିନିଷ କିଣି ଆମେ ବହୁତ ଖାଇଲୁ। ମୁଁ ସେତେବେଳେ ଶିଖୁଥିଲି। ମୁଁ ଘରକୁ ଫେରି ଆସିବା ପରେ ମୋ ପରିବାର ମୋ ପ୍ରଦର୍ଶନରେ ଖୁସି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?