Posted inଖେଳ

ଏବେ ରାହାଣେଙ୍କ ହାତରେ ଦାୟିତ୍ୱ: ସଚିନ କହିଲେ ‘ସେ ଆକ୍ରାମକ ନୁହନ୍ତି ଭାବିବା ଭୁଲ’

ନୂଆଦିଲ୍ଲୀ,୨୫।୧୨: ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭାରତୀୟ ଦଳର ନେତୃତ୍ୱ ନେବେ ଅଜିଙ୍କ୍ୟ ରାହାଣେ। ତାଙ୍କୁ ନେଇ ମହାନ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକର କହିଛନ୍ତି, ରାହାଣେ ଶାନ୍ତ ସ୍ବଭାବର। ପୂର୍ବରୁ ସେ ଭାରତର ଅଧିନାୟକ ଦାୟିତ୍ୱ ତୁଲାଇଛନ୍ତିି। ତାଙ୍କର ଶାନ୍ତ ରହିବା ଅର୍ଥ ସେ ଆକ୍ରମକ ନୁହନ୍ତି ବୋଲି ଭାବିବା ଭୁଲ। ଏହା ଦେଖାଇବାର ସମସ୍ତଙ୍କର ଭିନ୍ନ ଭିନ୍ନ ଉପାୟ ରହିଛି। କିଏ ଦେଖାଏ, କିଏ ଦେଖାଏନାହିଁ। ହେଲେ ରାହାଣେ ଆବଶ୍ୟକ ସମୟରେ ବିରାଟ କୋହଲିଙ୍କ ଭଳି ସେ ଆକ୍ରମକ ହୋଇଥାନ୍ତି। ଉଭୟଙ୍କ ରଣନୀତି ଭିନ୍ନ ହୋଇଥାଇପାରେ। ହେଲେ ଟିମ୍‌ର ଗୋଟିଏ ଲକ୍ଷ, ସେ ବି ଜିତିବା ବୋଲି ସଚିନ କହିଛନ୍ତି।

ପ୍ରକାଶ ଯେ, ଅଧିନାୟକ ଭାବେ ରାହାଣେଙ୍କ ଶତପ୍ରତିଶତ ରେକର୍ଡ ରହିିଛି। ଏଯାବତ ସେ ଦୁଇଟି ଟେଷ୍ଟରେ ଅଧିନାୟକ ସାଜିଥିବା ବେଳେ ଉଭୟ ମ୍ୟାଚ୍‌ରେ ଭାରତ ଜିତିଥିଲା। ୨୦୧୭ରେ ଅଷ୍ଟ୍ରେଲିଆ ବିପକ୍ଷରେ ଏହା ଖେଳାଯାଇଥିଲା। ଏବେ ବିରାଟ ପ୍ରଥମ ସନ୍ତାନକୁ ନେଇ ସ୍ବଦେଶ ଫେରି ଆସିଥିବା ଯୋଗୁ ରାହାଣେ ଦଳର ନେତୃତ୍ୱ ନେବେ। ଅପରପକ୍ଷେ ପ୍ରଥମ ଟେଷ୍ଟରେ ଦଳର ଶୋଚନୀୟ ପରାଜୟକୁ ନେଇ ଟିମ୍‌ ଦୃଢ଼ ମନୋବଳ ସହ ପଡ଼ିଆକୁ ଓହ୍ଲାଇବ ବୋଲି ପ୍ରଶଂସକ ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?