ଏହି ଫିଲ୍ମ ଦେଖିବାକୁ ଅପେକ୍ଷା କରିଛନ୍ତି ସଚିନ ତେନ୍ଦୁଲକର

ଭାରତୀୟ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମିତାଲି ରାଜଙ୍କ ଜୀବନୀ ଉପରେ ଆଧାରିତ ‘ଶାବାସ ମିଠୁ’ ଫିଲ୍ମର ଟ୍ରେଲର ମୁକ୍ତିଲାଭ କରିଛି। ଟ୍ରେଲରକୁ ସୋସିଆଲ ମିଡିଆରେ ଭଲ ପ୍ରତିକ୍ରିୟା ମିଳୁଛି। ଫିଲ୍ମରେ ବଲିଉଡ ଅଭିନେତ୍ରୀ ତାପସୀ ପନ୍ନୁ ମିତାଲିଙ୍କ ଭୂମିକାରେ ଅଭିନୟ କରୁଛନ୍ତି। କ୍ରିକେଟର ଭଗବାନ କୁହାଯାଉଥିବା ପୂର୍ବତନ ଭାରତୀୟ ଖେଳାଳି ସଚିନ ତେନ୍ଦୁଲକର ଏହି ଫିଲ୍ମକୁ ନେଇ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।
ସଚିନଙ୍କୁ ‘ଶାବାସ ମିଠୁ’ର ଟ୍ରେଲର ପସନ୍ଦ ଆସିଛି। ବିସିସିଆଇର ସଭାପତି ସୌରଭ ଗାଙ୍ଗୁଲିଙ୍କ ତରଫରୁ ଟୁଇଟରରେ ଶେୟାର କରାଯାଇଥିବା ‘ଶାବାସ ମିଠୁ’ ଟ୍ରେଲରକୁ ରିଟୁଇଟ୍‌ କରି ସଚିନ ଲେଖିଛନ୍ତି, ‘ଶାବାସ ମିଠୁ’ ଫିଲ୍ମର ଟ୍ରେଲର ହୃଦୟକୁ ଛୁଇଁଛି। ମିତାଲି ଦେଶର ଲକ୍ଷ ଲକ୍ଷ ଲୋକଙ୍କୁ ସ୍ବପ୍ନ ଦେଖିବା ଏବଂ ଉତ୍ସାହକୁ ଅନୁସରଣ କରିବାକୁ ପ୍ରେରଣା ଦେଇଛନ୍ତି। ମୁଁ ଏହି ଫିଲ୍ମ ଦେଖିବାକୁ ବହୁତ ଉତ୍ସାହିତ ଅଛି। ପ୍ରଶଂସକମାନେ ମଧ୍ୟ ଉତ୍ସାହର ସହିତ ଏହି ଫିଲ୍ମକୁ ଅପେକ୍ଷା କରିଛନ୍ତି।
ଭାରତୀୟ ମହିଳା ଟେଷ୍ଟ ଏବଂ ଦିନିକିଆ ଦଳର ଅଧିନାୟକ ମିତାଲି ରାଜଙ୍କ ଜୀବନୀ ଉପରେ ‘ଶାବାସ ମିଠୁ’ର କାହାଣୀ ଆଧାରିତ ହୋଇଛି। ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ରାହୁଲ ଢୋଲକିଆ। ଜୁଲାଇ ୧୫ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଥିବା ଏହି ଫିଲ୍ମଟି ମିତାଲି ରାଜଙ୍କ ପିଲାଦିନରୁ କ୍ରିକେଟର ହେବା ପର୍ଯ୍ୟନ୍ତ ସଂଗ୍ରାମକୁ ନେଇ ପର୍ଯ୍ୟବେସିତ ହୋଇଛି।
ନିକଟରେ ଭାରତୀୟ କ୍ରିକେଟର ଶ୍ରେଷ୍ଠ ମହିଳା ବ୍ୟାଟ୍ସମ୍ୟାନ ମିତାଲି ରାଜ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri