Posted inଖେଳ

ସଚିନଙ୍କୁ ଆଉଟ୍‌ କରିବା ପରେ ଅଟୋଗ୍ରାଫ୍‌ ପାଇଁ ଆସିଥିଲେ ବ୍ରାଡ୍‌ ହଗ୍‌; ବାର୍ତ୍ତା ଦେଖି ହୋଇଥିଲେ ଚକିତ

ନୂଆଦିଲ୍ଲୀ,୨୦।୧୧: ଭାରତର ମହାନ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକରଙ୍କ ବହୁତ ପ୍ରଶଂସକ ଅଛନ୍ତି। ସାଧାରଣ ଲୋକଟିଏ ହେଉ ଅଥବା କ୍ରିକେଟଜଗତ ସହ ଜଡ଼ିତ ବ୍ୟକ୍ତି ସଚିନଙ୍କ ଗୋଟିଏ ଅଟୋଗ୍ରାଫ୍‌କୁ ଚାହିଁ ବସିଥାନ୍ତି। ୨୦୦୭ରେ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ସଚିନ୍‌ ଜଣେ ଖେଳାଳିଙ୍କୁ ନିଜର ଏକ ଅଟୋଗ୍ରାଫ ଦେଇଥିଲେ। ଅଟୋଗ୍ରାଫ ଦେବା ସମୟରେ ସଚିନ ଏଭଳି କଥା ଲେଖିଥିଲେ ଯାହା ଉକ୍ତ ଖେଳାଳିଙ୍କୁ ଚକିତ କରିଥିଲା।

ଘଟଣାଟି ଏପରି। ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଏକଦୀବସୀୟ ସିରିଜ୍‌ର ତୃତୀୟ ମ୍ୟାଚ୍‌ ଖେଳାଯାଉଥିଲା। ଏଥିରେ ଅଷ୍ଟ୍ରେଲିୟା ଭାରତକୁ ୨୯୧ ରନ୍‌ର ବିଜୟ ଲକ୍ଷ୍ୟ ଦେଇଥିଲା। ସଚିନ ଗମ୍ଭୀରଙ୍କ ସହ ଇନିଂସ ଆରମ୍ଭ କରିଥିଲେ। ୨୭ ଓଭରରେ ଅଷ୍ଟ୍ରେଲିୟ ବୋଲର୍‌ ବ୍ରାଡ୍‌ ହଗ୍‌ ତାଙ୍କୁ ଆଉଟ୍‌ କରି ଦେଇଥିଲେ। ହେଲେ ମ୍ୟାଚ୍‌ ପରେ ସେ ସଚିନଙ୍କ ଅଟୋଗ୍ରାଫ ନେବା ପାଇଁ ଯାଇଥିଲେ। ସଚିନ ବେଶ୍‌ ଖୁସି ହୋଇ ସରଳତାର ସହ ଅଟୋଗ୍ରାଫ ଦେଇଥିଲେ। ଏଥିରେ ଏକ ବାର୍ତ୍ତା ଥିଲା। ‘ଆଉ କେବେ ଏଭଳି ଘଟିବ ନାହିଁ ହଗ୍‌’ବୋଲି କାଗଜରେ ଲେଖାଯାଇଥିଲା। ପରବର୍ତ୍ତୀ ସମୟରେ ତାହା ହିଁ ହୋଇଥିଲା। ହଗ୍‌ ଆଉ କେବେ ସଚିନଙ୍କୁ ଆଉଟ୍‌ କରିପାରି ନ ଥିଲେ। ମାତ୍ର ଆଜି ବି ସେ ଉକ୍ତ ଅଟୋଗ୍ରାଫକୁ ସାଇତି ରଖିଛନ୍ତି।

ଏକ ସାକ୍ଷାତକାରରେ ହଗ୍‌ ନିଜ ସ୍ମୃତି ବଖାଣିଛନ୍ତି। ସଚିନଙ୍କ ବିପକ୍ଷରେ ଖେଳିବା ସମ୍ମାନର କଥା। ତାଙ୍କୁ ବୋଲିଂ କରିବା ସୁଖଦାୟକ ଅନୁଭବ। ଉକ୍ତ ମ୍ୟାଚ୍‌ ସହ ଜଡ଼ିତ ଏହି ସ୍ମୃତି ତାଙ୍କୁ ସବୁବେଳେ ମନେ ରହିବ ବୋଲି ହଗ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri