Posted inଖେଳ

ସଚିନଙ୍କ ପୁଅ ସପକ୍ଷରେ ବାହାରିଲେ ଅଭିନେତା, କହିଲେ ଏମିତି

ମୁମ୍ବାଇ,୨୦।୨: ଭାରତର କିମ୍ବଦନ୍ତୀ କ୍ରିକେଟର୍‌ ସଚିନ ତେନ୍ଦୁଲକରଙ୍କ ସୁପୁତ୍ର ଅର୍ଜୁନ ତେନ୍ଦୁଲକରଙ୍କୁ ମୁମ୍ବାଇ ଇଣ୍ଡିଆନ୍ସ ଟିମ କିଣିଛି। ଚେନ୍ନାଇରେ ଆୟୋଜିତ ଆଇପିଏଲର ୧୪ଶ ସଂସ୍କରଣର ଅକ୍ସନରେ ଅର୍ଜୁନଙ୍କୁ ୨୦ ଟଙ୍କାର ବେସ ପ୍ରାଇସରେ କିଣିଛି ମୁମ୍ବାଇ ଇଣ୍ଡିଆନ୍ସ। ୨୧ ବର୍ଷୀୟ ଅର୍ଜୁନ ପ୍ରଥମଥର ଲାଗି ଆଇପିଏଲ ନିଲାମରେ ସାମିଲ ହୋଇଛନ୍ତି। ତାଙ୍କୁ ମୁମ୍ବାଇ ଦଳରେ ସାମିଲ କରାଯିବ ପରେ ଏହାକୁ ନେଇ ବିବାଦ ଦେଖାଯାଇଛି। ଅନେକ ଲୋକ ଏହାକୁ ନେପୋଟିଜ୍‌ମ ଆଖ୍ୟା ଦେଇଛନ୍ତି। ସୋସିଆଲ ମିଡିଆରେ ୟୁଜର୍ସ ତାଙ୍କୁ ଟ୍ରୋଲ କରିଛନ୍ତି। ତାଙ୍କ ଚୟନ ଉପରେ ସେମାନେ ପ୍ରଶ୍ନ ଉଠାଇଛନ୍ତି। ଏହା ଉପରେ ସଚିନଙ୍କ ପ୍ରତିକ୍ରିୟା ଆସି ନ ଥିଲେ ମଧ୍ୟ ତାଙ୍କ ସପକ୍ଷରେ ବାହାରିଛନ୍ତି ବଲିଉଡ୍‌ ଅଭିନେତା ତଥା ନିର୍ମାତା ଫରହାନ ଅଖତର୍‌। ଟୁଇଟ୍‌ କରି ସେ ଲେଖିଛନ୍ତି,ମୁଁ ଅର୍ଜୁନଙ୍କ ଉପରେ କିଛି କହିବାକୁ ଚାହୁଁଛି। ଥରେ ଆମେ ଗୋଟିଏ ଜିମ୍‌କୁ ଯାଇଥିଲୁ। ସେଠାରେ ତାଙ୍କ ପ୍ରରିଶ୍ରମ ଦେଖି ମୁଁ ଆଶ୍ଚର୍ଯ୍ୟ ହୋଇଯାଇଥିଲି। ସେ ଜଣେ ବଡ କ୍ରିକେଟର୍‌ ହେବାର ସ୍ବପ୍ନ ଦେଖୁଛନ୍ତି। ତେଣୁ ନେପୋଟିଜ୍‌ମ କହି ତାଙ୍କୁ ଜୋଶ୍‌କୁ ଭାଙ୍ଗନ୍ତୁ ନାହିଁ ବୋଲି ସେ କହିଛନ୍ତି।
ପୂର୍ବରୁ ସୋଶିଆଲ ମିଡିଆରେ ଚର୍ଚ୍ଚା ହେଉଥିଲା ଯେ ଅର୍ଜୁନଙ୍କୁ ମୁମ୍ବାଇ ଇଣ୍ଡିଆନ୍ସ ଟିମ କିଣିବ। କାରଣ ଏହି ଟିମରେ ତାଙ୍କ ପିତା ସଚିନ ଖେଳିସାରିଛନ୍ତି। ସଚିନ ବର୍ତ୍ତମାନ ଟିମର ମେଣ୍ଟର ଅଛନ୍ତି। ଏପରିକି ଅର୍ଜୁନ ମଧ୍ୟ ଏହି ଟିମର କ୍ୟାମ୍ପରେ ମଧ୍ୟ ସାମିଲ ହୋଇସାରିଛନ୍ତି। ଟିମରେ ଅର୍ଜୁନଙ୍କ ଭୂମିକା ଅଲରାଉଣ୍ଡର ରହିବ। ୬ ଫୁଟରୁ ଅଧିକ ଲମ୍ବା ବିଶିଷ୍ଟ ଏହି ଖେଳାଳି ନା କେବଳ ବଡ ବଡ ଶଟ ମାରନ୍ତି ବରଂ ନିଜର ଦ୍ରୁତ ବୋଲିଂ ଦ୍ୱାରା ଟିମ ପାଇଁ ଲାଭଦାୟକ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri