Posted inଖେଳ

ସେହ୍ବାଗଙ୍କୁ ନିଆରା ଢଙ୍ଗରେ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ସଚିନ

ଭାରତୀୟ କ୍ରିକେଟ ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବୀରେନ୍ଦ୍ର ସେହ୍ବାଗ ଆଜି ୪୨ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଦିନରେରେ ଅନେକ ଖେଳାଳି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେହ୍ବାଗଙ୍କ ସହ ଓପନିଂ କରି ଭାରତକୁ ଅନେକ ମ୍ୟାଚ ଜିତାଇଥିବା ମହାନ ଖେଳାଳି ସଚିନ ତେନ୍ଦୁଲକର ନିଆରା ଢଙ୍ଗରେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେହ୍ବାଗଙ୍କ ସହ ଏକ ପୁରୁଣା ଫଟୋ ଶେୟାର କରି ସଚିନ ତେନ୍ଦୁଲକର ଲେଖିଛନ୍ତି, ଯିଏ କେବଳ ଚାରି ଓ ଛକାରେ କାରବାର କରୁଥିଲା, ତାଙ୍କୁ ଆଜି ୪୨ ବର୍ଷ ହୋଇଛି। ୪+୨ ମିଶାଇଲେ ମଧ୍ୟ ୬ ହେଉଛି। ତୁମେ ହଜାରେ ବର୍ଷ ବଞ୍ଚ ଏବଂ ବର୍ଷର ଦିନଗୁଡିକ ୫୦ ହଜାର ହେଉ, ଜନ୍ମଦିନର ଶୁଭେଚ୍ଛା ବୋଲି ସଚିନ କହିଛନ୍ତି। ଏଥିସହ ସେହ୍ବାଗ ଭଳି ଦିଲ୍ଲୀରୁ ଖେଳୁଥିବା ବେଳେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ମଧ୍ୟ ସେହ୍ବାଗଙ୍କୁ ତାଙ୍କ ଜନ୍ମଦିନରେ ଅଭିନନ୍ଦନ ଜଣାଇ କହିଛନ୍ତି, ଜନ୍ମଦିନର ଶୁଭେଚ୍ଛା ଭାଇ। ଦିନଟି ଭଲରେ କଟୁ।
ଦିଲ୍ଲୀରେ ଜନ୍ମଗ୍ରହଣ କରିଥିବା ସେହ୍ବାଗ ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା ଥିଲେ। ୨୦୦୮ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚେନ୍ନାଇ ଟେଷ୍ଟରେ ସେ ୧୦୪.୯୩ ଷ୍ଟ୍ରାଇକ ହାରରେ ୩୧୯ ରନ ସ୍କୋର କରିଥିଲେ। ଟେଷ୍ଟ ମ୍ୟାଚରେ ଡନ ବ୍ରାଡମ୍ୟାନଙ୍କ ପରେ କେବଳ ବୀରେନ୍ଦ୍ର ସେହ୍ବାଗ (୩୧୯, ୩୦୯, ୨୯୩) ଦୁଇଟି ତ୍ରିଶତକ ଏବଂ ୨୯୦ରୁ ଅଧିକ ସ୍କୋର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri