Posted inଖେଳ

ବିରାଟଙ୍କ ଶତକ ପରେ ଭାଇରାଲ ହେଉଛି ସଚିନଙ୍କ ପ୍ରତିକ୍ରିୟା

ମୁମ୍ବାଇ,୧୫ା୧୧: ଦିନିକିଆ କ୍ରିକେଟ ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ବିରାଟ କୋହଲି ସଚିନ ତେନ୍ଦୁଲକରଙ୍କ ଶତକ ରେକର୍ଡ ଭାଙ୍ଗି ଏକ ନୂତନ ଇତିହାସ ଲେଖିଛନ୍ତି। କୋହଲି ନ୍ୟୁଜିଲାଣ୍ଡ ବିପକ୍ଷରେ୧୧୭ ରନ୍‌ ସ୍କୋର କରି ସେ  ଏହି ରେକର୍ଡ ହାସଲ କରିଛନ୍ତି। ଏନେଇ ସଚିନ ଟୁଇଟ୍‌ କରି କୋହଲିଙ୍କୁ ୫୦ ତମ ଶତକର ଅଭିନନ୍ଦନ ଜଣାଇଛନ୍ତି। ସଚିନ ଲେଖିଛନ୍ତି, ମୁଁ ଅଧିକ ଖୁସି ଯେ, ଜଣେ ଭାରତୀୟ ମୋ’ ରେକର୍ଡ ଭାଙ୍ଗିଛନ୍ତି।

ସେ ତାଙ୍କ ପୂର୍ବ ଟୁଇଟ୍‌ରେ ସେ ଲେଖିଥିଲେ, ଯେତେବେଳେ ମୁଁ ପ୍ରଥମ ଥର ପାଇଁ ଭାରତୀୟ ଡ୍ରେସିଂ ରୁମ୍‌ରେ ଆପଣଙ୍କୁ ଭେଟିଥିଲି, ଅନ୍ୟ ସାଥୀମାନେ ମୋର ପାଦ ଛୁଇଁଥିବାରୁ ଆପଣଙ୍କୁ ପରିହାସ କରିଥିଲେ। ମୁଁ ସେଦିନ ହସିବା ବନ୍ଦ କରିପାରି ନ ଥିଲି। କିନ୍ତୁ ଶୀଘ୍ର, ତୁମେ ତୁମର ଉତ୍ସାହ ଏବଂ କୌଶଳ ସହିତ ମୋ ହୃଦୟକୁ ଛୁଇଁଲ। ମୁଁ ବହୁତ ଖୁସି ଯେ, ଛୋଟ ବାଳକ ‘ବିରାଟ’ ଖେଳାଳି ହୋଇପାରିଛନ୍ତି। ସେ କହିଛନ୍ତି, ଜଣେ ଭାରତୀୟ ମୋର ରେକର୍ଡ ଭାଙ୍ଗିଛନ୍ତି ଏବଂ ବିଶ୍ୱକପ୍‌ ସେମିଫାଇନାଲ ପରି ଏକ ବଡ଼ ମ୍ୟାଚ୍‌ ଏବଂ ମୋ ଘର ଗ୍ରାଉଣ୍ଡରେ ଏମିତି ରେକର୍ଡ ପୂରା ଚାର୍‌ ଚାନ୍ଦ ଲଗାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା…

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

ଜିଅନ୍ତା ଜଳିଗଲେ ସ୍ତ୍ରୀ, ସ୍ବାମୀ ଗୁରୁତର, ହତ୍ୟା ଅଭିଯୋଗ ଆଣି ବାପଘର ଲୋକେ କହିଲେ…

ଖଲ୍ଲିକୋଟ,୨୨।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ମଥୁରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ସ୍ତ୍ରୀ,…

ସରକାରଙ୍କ ବଡ଼ ଉପହାର, ୨୦ ପ୍ରତିଶତ ବଢିଲା DA, ଆଶା କର୍ମୀଙ୍କୁ ମିଳିବ ୨ହଜାର, ମହିଳାଙ୍କ ପାଇଁ ମାଗଣା ବସ ସେବା

କୋଲକାତା,୨୨।୬: ସୋମବାର, ପଶ୍ଚିମବଙ୍ଗ ସରକାର ଅନେକ ସୁବିଧା ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) 20 ପ୍ରତିଶତ ବୃଦ୍ଧି କରିବାକୁ…

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri