Posted inଖେଳ

ମୁମ୍ବାଇ ଦଳରେ ସ୍ଥାନ ପାଇଲେ ନାହିଁ ସଚିନ ତେନ୍ଦୁଲକରଙ୍କ ପୁଅ

ମୁମ୍ବାଇ,୧୦।୨: ଫେବୃଆରୀ ୨୦ରୁ ଆରମ୍ଭ ହେବାକୁ ଯାଉଥିବା ବିଜୟ ହଜାରେ ଟ୍ରଫିରେ ଭାରତୀୟ ବ୍ୟାଟ୍ସମ୍ୟାନ ଶ୍ରେୟସ ଆୟରଙ୍କୁ ମୁମ୍ବାଇ ଦଳର ଅଧିନାୟକ ଭାବରେ ମନୋନୀତ କରାଯାଇଛି। ମୁମ୍ବାଇ କ୍ରିକେଟ ଆସୋସିଏସନ ୨୨ ଜଣିଆ ଦଳ ଘୋଷଣା କରିଛି। ଭାରତୀୟ ଓପନର୍‌ ପୃଥ୍ବି ଶ’ଙ୍କୁ ମୁମ୍ବାଇ ଦଳର ଉପ-ଅଧିନାୟକ ଭାବେ ମନୋନୀତ କରାଯାଇଛି। ଏହି ଦଳରେ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଳକରଙ୍କୁ ବାଦ୍‌ ଦିଆଯାଇଛି। ବିଜୟ ହଜାରେ ଟ୍ରଫି ପାଇଁ ବାମହାତୀ ଦ୍ରୁତ ବୋଲର ଅର୍ଜୁନ ମୁମ୍ବାଇର ୧୦୪ ସମ୍ଭାବ୍ୟ ଦଳରେ ସ୍ଥାନ ପାଇଥିଲେ। ତେବେ ମୁମ୍ବାଇର ୨୨ ଜଣିଆ ଦଳରେ ତାଙ୍କୁ ଅନ୍ତର୍ଭୁକ୍ତ କରାଯାଇ ନାହିଁ। ଅର୍ଜୁନ ନିକଟରେ ସୟଦ ମୁସ୍ତାକ ଅଲି ଟ୍ରଫିରେ ହରିୟାଣା ବିପକ୍ଷରେ ମୁମ୍ବାଇ ସିନିୟର ଦଳ ପାଇଁ ଡେବ୍ୟୁ କରିଥିଲେ। ଡେବ୍ୟୁ ମ୍ୟାଚ ଅର୍ଜୁନ ତେନ୍ଦୁଲକରଙ୍କ ପାଇଁ ବିଶେଷ କିଛି ନ ଥିଲା। ଏହି ମ୍ୟାଚରେ ସେ ମାତ୍ର ଗୋଟିଏ ଉଇକଟ ପାଇଥିଲେ ଏବଂ ତାଙ୍କ ଦଳ ମଧ୍ୟ ହରିୟାଣାକୁ ହରାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri