Posted inଖେଳ

ବିଶ୍ୱ ବିଜେତା ମହିଳା ଦଳକୁ ସମ୍ମାନୀତ କରିବେ ସଚିନ

ନୂଆଦିଲ୍ଲୀ,୩୧।୧: ପୂର୍ବତନ ଭାରତୀୟ କିମ୍ବଦନ୍ତୀ କ୍ରିକେଟର୍‌ ସଚିନ ତେନ୍ଦୁଲକର ଏବଂ କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ)ର ଅଧିକାରୀମାନେ ବୁଧବାର ପ୍ରଥମ ଆଇସିସି ଅଣ୍ଡର-୧୯ ମହିଳା ମହିଳା ଦଳକୁ ସମ୍ମାନୀତ କରିବେ। ଦକ୍ଷିଣ ଆଫ୍ରିକାରେ ଅହମ୍ମଦାବାଦରେ ଟି-୨୦ ବିଶ୍ୱକପ ରବିବାର ପୋଶ୍ଚେଫଷ୍ଟରୁମରେ ଶେଫାଳୀ ବର୍ମାଙ୍କ ଦଳ ଟାଇଟଲ ମ୍ୟାଚ ଜିତି ଚାମ୍ପିଅନ୍‌ ହୋଇଛି। ପେସର୍‌ ଟିଟସ ସାଧୁ, ଅଫ ସ୍ପିନର୍‌ ଅର୍ଚ୍ଚନା ଦେବୀ ଏବଂ ଲେଗ ସ୍ପିନର ପାର୍ଶବୀ ଚୋପ୍ରା ଦଳ ପାଇଁ ଚମତ୍କାର ପ୍ରଦର୍ଶନ କରିଥିଲେ।
ବିସିସିଆଇ ସଚିବ ଜୟ ଶାହା ସୋମବାର ଏକ ଟୁଇଟ୍‌ରେ ଲେଖିଛନ୍ତି, ମୁଁ ଅତ୍ୟନ୍ତ ଖୁସି ଯେ ଭାରତରତ୍ନ ସଚିନ ତେନ୍ଦୁଲକର ଏବଂ ବିସିସିଆଇ ଅଧିକାରୀମାନେ ଫେବୃଆରୀ ୧ରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ବିଜେତା ଭାରତ ଅଣ୍ଡର-୧୯ ଦଳକୁ ସମ୍ମାନୀତ କରିଛନ୍ତି। ଯୁବ କ୍ରିକେଟରମାନେ ଭାରତକୁ ଗର୍ବିତ କରିଛନ୍ତି ଏବଂ ଆମେ ସେମାନଙ୍କ ସଫଳତାକୁ ସମ୍ମାନିତ କରିବୁ।
ଶାହା ଅଣ୍ଡର-୧୯ ମହିଳା କ୍ରିକେଟ ଦଳ ତଥା ସହାୟକ କର୍ମଚାରୀଙ୍କୁ ଇଂଲଣ୍ଡକୁ ସାତ ଉଇକେଟରେ ପରାସ୍ତ କରିବା ପରେ ୫ କୋଟି ଟଙ୍କା ପୁରସ୍କାର ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri