Posted inଜାତୀୟ

୩ୟ ଦିନରେ ପହଞ୍ଚିଲା ପୁଡୁଚେରୀ ମୁଖ୍ୟମନ୍ତ୍ରୀଙ୍କ ଆନ୍ଦୋଳନ

ପୁଡୁଚେରୀ,୧୦।୧- ଗଭର୍ନର କିରନ ବେଦୀଙ୍କୁ ହଟାଇବା ଦାବିରେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀଙ୍କ ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚତ୍ଛି। ପୁଡୁଚେରୀର ଉନ୍ନତି ଦିଗରେ କାର୍ଯ୍ୟ କରୁଥିବା ନିର୍ବାଚିତ ସରକାରଙ୍କ କାର୍ଯ୍ୟରେ ସେ ବାଧା ଦେଉଛନ୍ତି। କୋଭିଡ୍‌-୧୯ କଟକଣା ଯୋଗୁ ଆମକୁ ରାଜଭବନ ସମ୍ମୁଖରେ ଆନ୍ଦୋଳନ କରିବାକୁ ଅନୁମତି ଦିଆଯାଇ ନାହିଁ। ଆମେ ୨୦୧୯ ଡିସେମ୍ବରରେ ମଧ୍ୟ ସମାନ ଦାଦି ନେଇ ଧାରଣାରେ ବସିଥିଲୁ। ବର୍ତ୍ତମାନ ସେ ସବୁ ସୀମା ଟପି ଗଲେଣି। ଫାଇଲ ଫେରାଇ ଦେଉଛନ୍ତି। କ୍ୟାବିନେଟ୍‌ ନିଷ୍ପତ୍ତିକୁ ସେ ଖାତିର କରୁ ନାହାନ୍ତି। ଏହା ଜଣେ ଗଭର୍ନରଙ୍କ କାର୍ଯ୍ୟ ନୁହେଁ। ସେ ଦେଶର ସମ୍ବିଧାନ ଓ ଆଇନକୁ ସମ୍ମାନ ଦେଉ ନାହାନ୍ତି ବୋଲି ମୁଖ୍ୟମନ୍ତ୍ରୀ ନାରାୟଣସ୍ବାମୀ କହିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନରେ ଶୁକ୍ରବାର ଆରମ୍ଭ ହୋଇଥିବା ଆନ୍ଦୋଳନରେ କ୍ୟାବିନେଟ୍‌ ସଦସ୍ୟ, ପୁଡୁଚେରୀ କଂଗ୍ରେସ ମୁଖ୍ୟ, ସରକାରୀ ଦଳର ବିଧାୟକ ଓ କର୍ମକର୍ତ୍ତାମାନେ ରାଜ ଭବନଠାରୁ ୧ କିମି ଦୂରରେ ଧାରଣାରେ ବସିଛନ୍ତି। ଏଣେ ରାଜଭବନର ସୁରକ୍ଷା ବଢ଼ାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri