Posted inଜାତୀୟ

ମହୁଆ ମୋଇତ୍ରାଙ୍କ ଲୋକସଭା ସଦସ୍ୟତା ବାତିଲ କରିବାକୁ ସୁପାରିସ କଲେ ଏଥିକ୍ସ କମିଟି!

ନୂଆଦିଲ୍ଲୀ,୮ା୧୧: ତୃଣମୂଳ କଂଗ୍ରେସ ଏମପି ମହୁଆ ମୋଇତ୍ରାଙ୍କ ସଦସ୍ୟତା ବାତିଲ କରିବାକୁ ସୁପାରିସ କରିଛି ଏଥିକ୍ସ କମିଟି। ପ୍ରଶ୍ନ ପଚାରିବା ପାଇଁ ଟଙ୍କା ନେବା ଅଭିଯୋଗରେ ମହୁଆଙ୍କ ବିରୋଧରେ ତଦନ୍ତ କରି ଏଥିକ୍ସ କମିଟି ୫୦୦ ପୃଷ୍ଠାର ରିପୋର୍ଟ ପ୍ରସ୍ତୁତ କରିଥିବା ସୂଚନା ମିଳିଛି। ମହୁଆଙ୍କ ଏହି କାର୍ଯ୍ୟକୁ ଆପତ୍ତିଜନକ, ଅନୀତିକର ଏବଂ ଅତ୍ୟନ୍ତ ଘୃଣ୍ୟ ଏବଂ ଅପରାଧୀକ ବୋଲି କହି କମିଟି କହିବା ସହିତ ଏଥିପାଇଁ କଠୋର ଦଣ୍ଡ ଦେବାକୁ କୁହାଯାଇଛି।

କମିଟି ଏହା ମଧ୍ୟ ସୁପାରିସ କରିଛି ଯେ କେନ୍ଦ୍ର ସରକାର ଏକ ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ ଆଇନଗତ, ଅନୁଷ୍ଠାନିକ ଏବଂ ତନତନ କରି ତଦନ୍ତ କରନ୍ତୁ। ଏହା ବ୍ୟତୀତ ରିପୋର୍ଟରେ କୁହାଯାଇଛି ଯେ, ‘ଚୁକ୍ତିର ଏକ ଅଂଶ ଭାବରେ ମହୁଆ ଏବଂ (ବ୍ୟବସାୟୀ) ଦର୍ଶନ ହିରାନନ୍ଦାନୀଙ୍କ ମଧ୍ୟରେ ନଗଦ କାରବାରର ଭାରତ ସରକାରଙ୍କ ଦ୍ୱାରା ଆଇନଗତ, ଅନୁଷ୍ଠାନିକ ତଥା ସମୟ ସୀମା ଅନୁଯାୟୀ ଅନୁସନ୍ଧାନ କରାଯିବା ଉଚିତ।

ତେବେ ସଂସଦର ଶୀତକାଳୀନ ଅଧିବେଶନରେ ଏହି ରିପୋର୍ଟ ଲୋକସଭା ବାଚସ୍ପତିଙ୍କ ନିକଟରେ ଦାଖଲ ହେବ ଏବଂ ଆଲୋଚନା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହା ପୂର୍ବରୁ ଏହି ମାମଲାର ଲୋକପାଳ ମହୁଆଙ୍କ ବିରୋଧରେ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଥିବା ସୋସିଆଲ ମିଡିଆରେ ଭାଜପା ଏମପି ନିଶିକାନ୍ତ ଦୁବେ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri