Posted inଜାତୀୟ

ମହୁଆ ମୋଇତ୍ରାଙ୍କ ଲୋକସଭା ସଦସ୍ୟତା ବାତିଲ କରିବାକୁ ସୁପାରିସ କଲେ ଏଥିକ୍ସ କମିଟି!

ନୂଆଦିଲ୍ଲୀ,୮ା୧୧: ତୃଣମୂଳ କଂଗ୍ରେସ ଏମପି ମହୁଆ ମୋଇତ୍ରାଙ୍କ ସଦସ୍ୟତା ବାତିଲ କରିବାକୁ ସୁପାରିସ କରିଛି ଏଥିକ୍ସ କମିଟି। ପ୍ରଶ୍ନ ପଚାରିବା ପାଇଁ ଟଙ୍କା ନେବା ଅଭିଯୋଗରେ ମହୁଆଙ୍କ ବିରୋଧରେ ତଦନ୍ତ କରି ଏଥିକ୍ସ କମିଟି ୫୦୦ ପୃଷ୍ଠାର ରିପୋର୍ଟ ପ୍ରସ୍ତୁତ କରିଥିବା ସୂଚନା ମିଳିଛି। ମହୁଆଙ୍କ ଏହି କାର୍ଯ୍ୟକୁ ଆପତ୍ତିଜନକ, ଅନୀତିକର ଏବଂ ଅତ୍ୟନ୍ତ ଘୃଣ୍ୟ ଏବଂ ଅପରାଧୀକ ବୋଲି କହି କମିଟି କହିବା ସହିତ ଏଥିପାଇଁ କଠୋର ଦଣ୍ଡ ଦେବାକୁ କୁହାଯାଇଛି।

କମିଟି ଏହା ମଧ୍ୟ ସୁପାରିସ କରିଛି ଯେ କେନ୍ଦ୍ର ସରକାର ଏକ ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ ଆଇନଗତ, ଅନୁଷ୍ଠାନିକ ଏବଂ ତନତନ କରି ତଦନ୍ତ କରନ୍ତୁ। ଏହା ବ୍ୟତୀତ ରିପୋର୍ଟରେ କୁହାଯାଇଛି ଯେ, ‘ଚୁକ୍ତିର ଏକ ଅଂଶ ଭାବରେ ମହୁଆ ଏବଂ (ବ୍ୟବସାୟୀ) ଦର୍ଶନ ହିରାନନ୍ଦାନୀଙ୍କ ମଧ୍ୟରେ ନଗଦ କାରବାରର ଭାରତ ସରକାରଙ୍କ ଦ୍ୱାରା ଆଇନଗତ, ଅନୁଷ୍ଠାନିକ ତଥା ସମୟ ସୀମା ଅନୁଯାୟୀ ଅନୁସନ୍ଧାନ କରାଯିବା ଉଚିତ।

ତେବେ ସଂସଦର ଶୀତକାଳୀନ ଅଧିବେଶନରେ ଏହି ରିପୋର୍ଟ ଲୋକସଭା ବାଚସ୍ପତିଙ୍କ ନିକଟରେ ଦାଖଲ ହେବ ଏବଂ ଆଲୋଚନା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହା ପୂର୍ବରୁ ଏହି ମାମଲାର ଲୋକପାଳ ମହୁଆଙ୍କ ବିରୋଧରେ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଥିବା ସୋସିଆଲ ମିଡିଆରେ ଭାଜପା ଏମପି ନିଶିକାନ୍ତ ଦୁବେ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?