Posted inଖେଳ

ଥାର୍ଡ ଅମ୍ପାୟାରଙ୍କୁ ବିଦା କର

ଶାରଜା,୩।୧୦: ଶାରଜା ଷ୍ଟାଡିୟମରେ ରବିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଓ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ଏକ ଭୁଲ ନିଷ୍ପତ୍ତି କାରଣରୁ ଥାର୍ଡ ଅମ୍ପାୟାରଙ୍କୁ ବିଦା କରିବା ପାଇଁ ଟୁଇଟରରେ ଦାବି ଉଠିଛି। ପଞ୍ଜାବର ସ୍ପିନର ରବି ବିଷ୍ଣୋଇଙ୍କ ଏକ ବଲକୁ ରିଭର୍ସ ସୁଇପ୍‌ ଲଗାଇବାକୁ ଉଦ୍ୟମ କରିଥିଲେ ଆରସିବିର ଓପନର ଦେବଦତ୍ତ ପାଡିକଲ। ହେଲେ ବଲ ତାଙ୍କ ଗ୍ଲୋଭ୍ସରେ ବାଜିବା ପରେ ଉଇକେଟକିପର ଲୋକେଶ ରାହୁଲ କ୍ୟାଚ୍‌ ଧରିଥିଲେ। ବୋଲର ବିଷ୍ଣୋଇ ଓ ରାହୁଲ ଆଉଟ୍‌ ପାଇଁ ଅପିଲ କରିଥିଲେ, ଯାହାକୁ ପ୍ରତ୍ୟାଖ୍ୟାନ କରି ଦେଇଥିଲେ ଫିଲ୍ଡ ଅମ୍ପାୟାର। ଫଳରେ ରାହୁଲ ରିଭ୍ୟୁ ନେଇଥିଲେ। ରିପ୍ଲେରେ ବଲ ପାଡିକଲଙ୍କ ଗ୍ଲୋଭ୍ସ ଅତିକ୍ରମ କଲା ବେଳେ ଏକ ସ୍ପାଇକ୍‌ ଦେଖାଯାଇଥିଲା। ଏହାସତ୍ତ୍ୱେ ଟିଭି ଅମ୍ପାୟାର କେ ଶ୍ରୀନିବାସନ ବ୍ୟାଟ୍ସମ୍ୟାନଙ୍କୁ କ୍ଲିନଚିଟ୍‌ ଦେଇଥିଲେ।

ଥାର୍ଡ ଅମ୍ପାୟାରଙ୍କ ଏଭଳି ନିଷ୍ପତ୍ତିକୁ ଗ୍ରହଣ କରିପାରି ନ ଥିଲେ ରାହୁଲ। ସେ ‘ନଟ୍‌ ଆଉଟ୍‌’ ନିଷ୍ପତ୍ତି ସମ୍ପର୍କରେ ଫିଲ୍ଡ ଅମ୍ପାୟାର ଅନନ୍ତପଦ୍ମନାଭମଙ୍କ ସହ କଥା ହୋଇଥିଲେ। ରାହୁଲଙ୍କ ଭଳି ଥାର୍ଡ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ହଜମ କରିପାରି ନ ଥିଲେ ସୋସିଆଲ ମିଡିଆ ୟୁଜର୍ସ। କିଛି ପ୍ରଶଂସକ ଥାର୍ଡ ଅମ୍ପାୟାରଙ୍କୁ ତୁରନ୍ତ ବିଦା କରିବାକୁ ଦାବି କରିଛନ୍ତି। ଥାର୍ଡ ଅମ୍ପାୟାରଙ୍କ ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଥିବା ୟୁଜର୍ସଙ୍କ ମଧ୍ୟରେ ରହିଛନ୍ତି ପୂର୍ବତନ କ୍ରିକେଟର ତଥା ଭାଷ୍ୟକାର ଆକାଶ ଚୋପ୍ରା, କ୍ରିସ ଶ୍ରୀକାନ୍ଥ ଓ ପଞ୍ଜାବ କିଙ୍ଗ୍ସ ଫ୍ରାଞ୍ଚାଇଜ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri