ପୁରୀ ଶ୍ରୀକ୍ଷେତ୍ରରୁ ଭଟଲି ଆସିବ ତିନି ରଥର ଚକ; ସ୍ୱାଗତ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସୁକତା

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ଭାବେ ପରିଚିତ ଶ୍ରୀଶ୍ରୀ ଦଧିବାମନ ଧାମ, ଭଟଲି ପାଇଁ ଏକ ଗୌରବମୟ ତଥା ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ପୁରୀ ଶ୍ରୀକ୍ଷେତ୍ରରୁ ମହାପ୍ରଭୁଙ୍କ ତିନି ରଥର ପବିତ୍ର ଚକ ଭଟଲିକୁ ଅଣାଯିବ। ରଥଚକର ଭବ୍ୟ ସ୍ୱାଗତ ଏବଂ ଏହାର ପ୍ରଚାର ପ୍ରସାର ନିମନ୍ତେ ଭଟଲି ବିଧାୟକ ଇରାସିସ୍ ଆଚାର୍ଯ୍ୟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଶୁକ୍ରବାର ଭଟଲି ମାଉସୀ ମାଁ ମନ୍ଦିର ସଭାଗୃହ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୧୯ ତାରିଖ ରବିବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁରୀ ଧାମରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ, ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ତିନୋଟି ପବିତ୍ର ଚକ ଆସି ଗୋପାଳପୁର ଛକରେ ପହଞ୍ଚିବ। ସେଠାରେ ରଥଚକଗୁଡ଼ିକୁ ଭବ୍ୟ ସ୍ୱାଗତ କରାଯିବା ସହ ବୈଦିକ ମନ୍ତ୍ରୋଚ୍ଚାରଣ, ଶଙ୍ଖଧ୍ୱନି, ଘଣ୍ଟ, ମୃଦଙ୍ଗ ଓ ହରିନାମ ସଂକୀର୍ତ୍ତନ ମଧ୍ୟରେ ଏକ ବିଶାଳ ଶୋଭାଯାତ୍ରା ବାହାରିବ। ଏହି ଶୋଭାଯାତ୍ରା ସମଗ୍ର ଭଟଲି ସହର ପରିକ୍ରମା କରିବା ପରେ ମାଉସୀ ମାଁ ମନ୍ଦିର ପରିସରରେ ପହଞ୍ଚିବ ଏବଂ ସେଠାରେ ରଥଚକଗୁଡ଼ିକୁ ଅସ୍ଥାୟୀ ଭାବେ ସ୍ଥାପନ କରାଯିବ। ଏହି ପବିତ୍ର ରଥଚକଗୁଡ଼ିକ ଶ୍ରୀଶ୍ରୀ ଦଧିବାମନ ଧାମର ଆଧ୍ୟାତ୍ମିକ ମହିମାକୁ ଆହୁରି ସମୃଦ୍ଧ କରିବ ବୋଲି ବିଧାୟକ ଆଚାର୍ଯ୍ୟ ପ୍ରକାଶ କରିଛନ୍ତି।

ଏହାସହ ସ୍ଥାନୀୟ ଅଞ୍ଚଳର ଭକ୍ତମାନଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନ ଓ ଆଶୀର୍ବାଦ ଲାଭ କରିବାର ଏକ ବିରଳ ସୁଯୋଗ ସୃଷ୍ଟି ହେବ। ଏହି ଆଧ୍ୟାତ୍ମିକ ଉତ୍ସବକୁ ସଫଳ କରିବା ପାଇଁ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁ ମନ୍ଦିର ପରିଚାଳନା କମିଟି ପକ୍ଷରୁ ସମସ୍ତ ସାଧୁସନ୍ଥ, ସେବାୟତ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ, ମହିଳା ସଂଗଠନ, ଯୁବବର୍ଗ ଏବଂ ସମସ୍ତ ଶ୍ରଦ୍ଧାଳୁଙ୍କୁ ଶୋଭାଯାତ୍ରାରେ ସାମିଲ ହେବାକୁ ଆହ୍ୱାନ କରାଯାଇଛି। ଆଜିର ଏହି ଖବରଦାତା ସମ୍ମିଳନୀରେ ଭଟଲି ବିଧାୟକ ଇରାସିସ ଆଚାର୍ଯ୍ୟଙ୍କ ସମେତ ତହସିଲଦାର ରାମକୃଷ୍ଣ ମିଶ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ କୋଶଲା ଏବଂ ମେନେଜିଂ ଟ୍ରଷ୍ଟି ମୋତିଲାଲ ବନଛୋର ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ସମୟରେ ନଦୀରେ ଭାସି ଜଣେ ନିଖୋଜ

ଗୁଣପୁର,୨ା୯(ସୁଜାତା ପାଢ଼ୀ): ଗାଧୋଇବା ସମୟରେ ନଦୀରେ ଭାସିଯାଇ ଜଣେ ନିଖୋଜ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ଗୁଣପୁର ବଂଶଧାରା ନଦୀରେ। ନିଖୋଜ ଜଣେ ବ୍ୟକ୍ତି ଓ ତାଙ୍କ…

ସ୍କୁଲରେ ବାଜିବ ବେଲ, ହେଲେ ଆଉ ବଜାଇବେନି ସନ୍ତୋଷ

ଭଞ୍ଜନଗର,୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂସ୍ଥିତ କାହ୍ନୁ ରାଉତ ଉଚ୍ଚ ବିଦ୍ୟାଳୟର ପିଅନ ସନ୍ତୋଷ ଗୌଡ଼ (୫୮)ଙ୍କ ବୁଧବାର ଅକାଳ ବିୟୋଗରେ ବିଦ୍ୟାଳୟ…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

କାର୍‌ ଓଲଟି ଭିତରେ ପଶିଗଲା ପାଣି, ଅଣନିଶ୍ୱାସୀ ହୋଇ ଚାଲିଗଲା…

ପାରାଦୀପ, ୨।୯ (ଶରତ ରାଉତ): ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ତଥା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗେଟ୍‌ ବଜାର ନିକଟରେ ବୁଧବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri