ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ ଅନୁଳନୀୟ

ଭଦ୍ରକ,୧।୫(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ କର୍ମଚାରୀମାନେ ବୁଧବାର ଶ୍ରମିକ ଦିବସ ପାଳନ କରିଛନ୍ତି l କର୍ମଚାରୀ ସଂଗଠନର ୪୧ତମ ଶ୍ରମିକ ଦିବସ ପାଳନ ଅବସରରେ ବରପଦା ସୁରକ୍ଷା ମଞ୍ଚ ସଭାପତି ତଥା ସାମାଜିକ କର୍ମୀ ଯୁଧିଷ୍ଠିର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ।

ଏହି ଅବସରରେ ମୁଖ୍ୟ ଅତିଥି ଶ୍ରମିକ ଦିବସର ମହତ୍ତ୍ୱ ଏବଂ ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ, ଶ୍ରମ, ସେବା ଆଦି ବିଷୟରେ ମତବ୍ୟକ୍ତ କରିଥିଲେ। ଏପରିକି ଶ୍ରମିକଙ୍କ ଅଧିକାର ଏବଂ ଅନ୍ୟାୟ, ଅତ୍ୟାଚାର ବିରୋଧରେ ସ୍ବର ଉତ୍ତୋଳନ କରିବାକୁ ଆହ୍ବାନ ଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ରଶ୍ମିରଞ୍ଜନ ପଣ୍ଡା, ରଞ୍ଜନ ବିନ୍ଧାଣୀ, ଉମାକାନ୍ତ ପଣ୍ଡା, ନିତ୍ୟାନନ୍ଦ ଜେନା, ଲଳିତେନ୍ଦୁ ନାୟକ, ବୀରେନ୍ଦ୍ର ବାରିକ, ପୂର୍ବତନ କର୍ମଚାରୀ ଉମାକାନ୍ତ ବେହେରା, ହରିହର ଜେନା ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ସାମଜିକ କର୍ମୀ ଅର୍ଜୁନ ମହାପାତ୍ର, ପ୍ରଫୁଲ୍ଲ ଜେନା ଏବଂ ବରପଦା ବଜାର କମିଟିର ସଭ୍ୟମାନେ ଯୋଗଦେଇ କର୍ମଚାରୀଙ୍କୁ ସମସ୍ତ ପ୍ରକାର ସାହାଯ୍ୟ ଏବଂ ସହଯୋଗ କରିବାକୁ ପ୍ରତଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri