Posted inଜାତୀୟ

ଖାର୍ଗେ ଛିଡା ହେଲେ ଖରାରେ, ସୋନିଆଙ୍କୁ ମିଳିଲା ଛତା, ପ୍ରଧାନମନ୍ତ୍ରୀ କହିଲେ ଖାର୍ଗେଙ୍କ ଭଳି ବରିଷ୍ଠ ନେତାଙ୍କୁ ଦେଖି ମୁଁ ଦୁଃଖିତ …

ନୂଆଦିଲ୍ଲୀ,୨୭।୨: କଂଗ୍ରେସର ୮୫ତମ ରାଷ୍ଟ୍ରୀୟ ଅଧିବେଶନ ରାୟପୁରରେ ଅନୁଷ୍ଠିତ ହୋଇଛି। ଏହି ସମୟରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଛତା ତଳେ ଛିଡା ହେବା ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଖରାରେ ଛିଡା ହୋଇଥିବାର ଏକ ଫଟୋ ସାମ୍ନାକୁ ଆସିଛି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଉକ୍ତ ଫଟୋ ସାମ୍ନାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିକ୍ରିୟା ରଖିଛନ୍ତି। ସୋମବାର କର୍ନାଟକରେ ଏକ ବିକାଶମୂଳକ କାର୍ଯ୍ୟର ଉଦ୍‌ଘାଟନ କରିବା ସହ ମୋଦି ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ଏହି ସମୟରେ ମୋଦି କଂଗ୍ରେସକୁ ଟାର୍ଗେଟ୍‌ କରି କହିଛନ୍ତି, ମୁଁ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ସମ୍ମାନ କରେ। କିନ୍ତୁ ମୁଁ ଏହା ଦେଖି ଦୁଃଖିତ ଯେ କଂଗ୍ରେସ ଅଧିବେଶନରେ ଖାର୍ଗେ ପରି ଜଣେ ବରିଷ୍ଠ ନେତା ଖରାରେ ଠିଆ ହୋଇଥିଲେ, ସେଇଠି ଅନ୍ୟ କାହାକୁ ଛତା ଛାଇ ମିଳିଲା ହେଲେ ଖାର୍ଗେଙ୍କୁ ଛତା ମିଳିନଥିଲା। ଯାହା ଅତ୍ୟନ୍ତ ଲଜ୍ଜାଜନକ। ଖାର୍ଗେ କେବଳ ନାମକୁ ମାତ୍ର ଅଧ୍ୟକ୍ଷ ହୋଇଛନ୍ତି, ହେଲେ ରିମୋଟ କଣ୍ଟ୍ରୋଲ ଆଉ କାହା ହାତରେ ଅଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ଗଞ୍ଜାମ,୮।୨: ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି ପୁଅ…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri