Posted inଜାତୀୟ

-ପାକିସ୍ତାନରେ ଦୁଇ ଶିଖ ଯୁବକଙ୍କୁ ଗୁଳି କରି ହତ୍ୟା: କଡ଼ା ନିନ୍ଦା କଲା ଭାରତ

ନୂଆଦିଲ୍ଲୀ/ପେଶାୱାର,୧୫।୫:ପାକିସ୍ତାନର ପେଶାୱାରରେ ଦୁଇ ଶିଖ ଯୁବକଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏହି ଘଟଣାକୁ ନେଇ ଭାରତ ପକ୍ଷରୁ କଡା ଆପତ୍ତି ଉଠିଛି। ଏହି ଘଟଣାର ଗମ୍ଭୀରତାର ସହ ତଦନ୍ତ କରାଯାଉ ବୋଲି ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ପାକିସ୍ତାନକୁ କୁହାଯାଇଛି।
ଏହି ହତ୍ୟାକାଣ୍ଡ ସମ୍ପର୍କରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଏହି ଘଟଣାକୁ ନେଇ ଭାରତବାସୀ ଏବଂ ବିଶେଷକରି ଶିଖ ସମ୍ପ୍ରଦାୟ ମଧ୍ୟରେ ବହୁତ ଚିନ୍ତା ରହିଛି । ପାକିସ୍ତାନରେ ଅଳ୍ପସଂଖ୍ୟକ ଲୋକଙ୍କୁ ଟାର୍ଗେଟ କରାଯିବା,ଏହା ପ୍ରଥମ ଘଟଣା ନୁହେଁ। ଅତୀତରେ ମଧ୍ୟ ଏଭଳି ଘଟଣା ସାମ୍ନାକୁ ଆସିଛି। ଏହା ସହିତ ଅଳ୍ପସଂଖ୍ୟକ ସମ୍ପ୍ରଦାୟର ସୁରକ୍ଷା ପାଇଁ ପାକିସ୍ତାନକୁ ପରାମର୍ଶ ଦିଆଯାଇଛି।
ପୋଲିସର ସୂଚନାନୁସାରେ, ପେଶାଓ୍ବାରରେ ସଲଜିତ ସିଂ (୪୨) ଏବଂ ରଣଜିତ ସିଂ (୩୮)ଙ୍କୁ ହତ୍ୟା କରାଯାଇଥିଲା। ଦୁହେଁ ମସଲା ବ୍ୟବସାୟ କରୁଥିଲେ। ପେଶୱାରଠାରୁ ପ୍ରାୟ ୧୭ କିଲୋମିଟର ଦୂରରେ ଥିବା ସରବଣ୍ଡର ବାଟା ତାଲ ବଜାରରେ ସେମାନଙ୍କର ଦୋକାନ ଅଛି। ଏପର୍ଯ୍ୟନ୍ତ କୌଣସି ଗୋଷ୍ଠୀ ଏହି ଆକ୍ରମଣ ପାଇଁ ଦାୟୀ ବୋଲି ଦାବି କରିନାହାଁନ୍ତି।
ତେବେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହଓ୍ବାଜ ଶରିଫ ଏହି ଘଟଣାକୁ ନିନ୍ଦା କରିବା ସହ ଅପରାଧୀଙ୍କୁ ତୁରନ୍ତ ଗିରଫ କରିବା ଏବଂ ଦଣ୍ଡ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri