କଳାହାଣ୍ଡିରେ ସରୁନି ଦାଦନ ଦୁଃଖ

ଭବାନୀପାଟଣା,୨୦।୩(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ଦିନକୁ ଦିନ ଦାଦନ ସମସ୍ୟା ଉଗ୍ର ରୂପ ଧାରଣ କରିଛି। ମାଳମାଳ ସରକାରୀ ଯୋଜନା ସତ୍ତ୍ବେ ଏଠି ସରୁନି ଦାଦନ ଦୁଃଖ। ପେଟପାଟଣା ଆଶାରେ ଗରିବ ଲୋକେ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଉଛନ୍ତି। ସେଠାରେ ନିର୍ଯାତନା ସହି ନ ପାରି ଅନେକଙ୍କ ମୃତ୍ୟୁ ହେଉଥିବାବେଳେ ଏବେ ବି ଅନେକ ନିଖୋଜ ଅଛନ୍ତି। ଏମିତି ଘଟଣା ପ୍ରତ୍ୟେକ ଦିନ ଗଣମାଧ୍ୟମର ଶିରୋନାମା ପାଳଟୁଛି। ଏଥିପ୍ରତି ଜିଲା ଶ୍ରମ ବିଭାଗ ତଥା ଜିଲା ପ୍ରଶାସନ ପକ୍ଷରୁ ବିଶେଷ ଦୃଷ୍ଟି ଦିଆଯାଉ ନ ଥିବାରୁ ଏହା ଦିନକୁ ଅଣାୟତ ହେବାରେ ଲାଗିଛି। ମିଳିଥିବା ସୂଚନା ଅନୁଯାୟୀ, ଗତ ୧ ମାସ ମଧ୍ୟରେ କଳାହାଣ୍ଡି ଜିଲାର ଧର୍ମଗଡ଼ ଉପଖଣ୍ଡରେ ପ୍ରାୟ ୭ଜଣ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏଥିରେ କଲମପୁର ବ୍ଲକରେ ୩ଜଣ, କୋକସରା ବ୍ଲକରେ ୨, ଅବଶିଷ୍ଟ ଅନ୍ୟ ବ୍ଲକରେ ରହିଥିବା ଜଣାପଡିଛି। ନିକଟରେ ଏମିତି ପୁଣି ଏକ ଦାଦନ ଦୁଃଖ ଚିତ୍ର ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନ୍ତର୍ଗତ ଭେଲଗାଁର ଜାଜ୍ଞସେନୀ ନାଏକଙ୍କ ଜୀବନରେ।
ଜାଜ୍ଞସେନୀ ନାଏକଙ୍କ ମା’ବାପାଙ୍କ ମୃତ୍ୟୁ ପରେ ବଡଭାଇ ହିଁ ତାଙ୍କର ସାହାର ଥିଲେ। ଭଉଣୀର ବିବାହ କରାଇବା ଆଶାରେ ଗାଁରେ କାମଧନ୍ଦା ଅଭାବ ଯୋଗୁ ଭାଇ ଧନିରାମ ଦାଦନ ଖଟିବାକୁ ଚେନ୍ନାଇ ଗଲେ। ଧନିରାମ ସେଠାରେ ଏକ କନଷ୍ଟ୍ରକ୍ସନ କମ୍ପାନୀରେ ଶ୍ରମିକ ଭାବେ କାମ କରୁଥିଲେ। ସେଠାରେ କାମ କରୁଥିବା ସମୟରେ ତାଙ୍କର କୌଣସି କାରଣରୁ ମୃତ୍ୟୁ ଘଟିଥିଲା। ମାଲିକ ସହାୟତାରେ ତାଙ୍କ ମୃତଦେହ ଗାଁକୁ ପହଞ୍ଚତ୍ଥିଲା। ଆଉ ସାଙ୍ଗରେ ଆସିଥିଲା କେବଳ ୩୦ ହଜାର ଟଙ୍କା। ଅନେକ ଆଶା ଓ ସ୍ବପ୍ନ ନେଇ ଦାନା ପାଇଁ ଦାଦନ ଯାଇଥିବା ଧନୀରାମ ନିଜେ ତ ଫେରି ପାରିଲେନି ମାତ୍ର ତାଙ୍କ ମୃତଦେହ ଫେରିଥିଲା। ତାଙ୍କ ମୃତ୍ୟୁରେ ଗାଁରେ ଶୋକାକୂଳ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏବେ ଅସହାୟ ହୋଇ ପଡିଛନ୍ତି ଜାଜ୍ଞସେନୀ। ଭାଇର ମୃତ୍ୟୁ ପରେ ଏବେ ଅସହାୟ ଜାଜ୍ଞସେନୀ ଭାଇର କଥା କହି ବାହୁନି ବାହୁନି କାନ୍ଦୁଛନ୍ତି। ଆଉ ଭଉଣୀ ଆଖିର ଲୁହ ପୋଛିବା ପାଇଁ ତା ପାଖରେ ଆଉ କେହିନାହିଁ। ପ୍ରଶାସନ ପକ୍ଷରୁ ପୀଡିତ ପରିବାରଙ୍କୁ ହରିଶ୍ଚନ୍ଦ୍ର ଯୋଜନାରେ ୨ ହଜାର ଟଙ୍କା ପ୍ରଦାନ କରାଯାଇଥିବା ବେଳେ ଆସନ୍ତା ଦିନରେ ଜାଜ୍ଞସେନୀଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?