ନୂଆପଡ଼ାରେ ଥମୁନି ଦାଦନ ଦୁଃଖ: ଗାଁକୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ

ନୂଆପଡ଼ା,୧୬ା୧ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନି। ସପ୍ତାହକ ଭିତରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ନିର୍ଯାତନାର ଶିକାର ହୋଇ ମରଣ ସହ ସଂଗ୍ରାମ କରୁଛନ୍ତି। ଶୁକ୍ରବାର ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚତ୍ଛି। ସେ ହେଲେ ନୂଆପଡା ସଦର ବ୍ଲକ ବୋଇରଭାଡି ଗାଁର ଲଳିତା ପାଣ୍ଡେ (୩୪)। ସୂଚନା ଅନୁଯାୟୀ ବୋଇରଭାଡି ଗାଁର ସୁବାସ ପାଣ୍ଡେ (୩୮) ଓ ସ୍ତ୍ରୀ ଲଳିତା ଗାଁର ଅନ୍ୟ ଲୋକଙ୍କ ସହ ଜାନୁଆରୀ ୧ରେ ଉତ୍ତରପ୍ରଦେଶର ପ୍ରତାପପୁର ଜିଲା ପାହାଡପୁର ଇଟାଭାଟିକୁ ଇଟା ତିଆରି କରିବା ପାଇଁ ଯାଇଥିଲେ। ସେଠାରେ କାମ କରିବା ଭିତରେ ଲଳିତାଙ୍କ ଝାଡାବାନ୍ତି ହୋଇ ଅସୁସ୍ଥ ହୋଇପଡିଥିଲେ। ତାଙ୍କୁ ଡାକ୍ତରଖାନା ନେବା ଭିତରେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା। ଡାକ୍ତରଖାନାରେ ଡାକ୍ତର ମୃତ ଘୋଷଣା କରିଥିଲେ। ମୃତଦେହ ଗାଁରେ ପହଞ୍ଚତ୍ବା ପରେ ପରିବାର ଲୋକେ ଅନ୍ତିମ ସଂସ୍କାର କରିଛନ୍ତି। ଲଳିତାଙ୍କ ୩ ଝିଅ ଓ ଗୋଟିଏ ପୁଅ ଅଛନ୍ତି। ଏବେ ୪ ଝିଅପୁଅ ମା’ ଛେଉଣ୍ଡ ହୋଇ ଯାଇଛନ୍ତି। ପରିବାର ପ୍ରତି ପୋଷଣ କରିବା ସହ ଝିଅପୁଅର ପାଠପଢା ପାଇଁ ସୁବାସ ସ୍ତ୍ରୀଙ୍କୁ ସାଙ୍ଗରେ ଧରି ଦାଦନ ଯାଇଥିଲେ। ହେଲେ ସେଠାରେ ରୋଜଗାର କରିବେ କ’ଣ ସ୍ତ୍ରୀଙ୍କ ମୃତଦେହ ଧରି ଘରକୁ ଫେରିଲେ। ଏହି ପରିବାରକୁ ପ୍ରଶାସନ ପକ୍ଷରୁ ଆର୍ଥିକ ସହାୟତା ଯୋଗାଇଦେବା ସହ ଅସହାୟ ଝିଅପୁଅର ଥଇଥାନ କରାଯାଉ ବୋଲି ଗ୍ରାମବାସୀ ଓ ବନ୍ଧୁପରିଜନ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚରେ ବର୍ଷା ହେଲେ କାହାକୁ ମିଳିବ ଫାଇନାଲ ଟିକେଟ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ର ପ୍ରଥମ ସେମିଫାଇନାଲ ମାର୍ଚ୍ଚ ୪ ତାରିଖରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ…

ଭାରତ ପାଖେ କେତେ ଦିନ ପାଇଁ ଗଚ୍ଛିତ ଅଛି ଅଶୋଧିତ ତୈଳ, ସରିଗଲେ କ’ଣ ପ୍ରଭାବ ପଡିବ, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟ ବଜାର ଅସ୍ଥିରତା ଅନୁଭବ କରୁଛି। ଯୁଦ୍ଧର ପ୍ରଭାବ କେବଳ ଅଶୋଧିତ ତୈଳ ଏବଂ ଶେୟାର…

ମା’ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ, ଏକତ୍ରିତ ହୋଇ ପୂଜାର୍ଚ୍ଚନା କଲେ ଲୋକେ

ଲୋଇସିଂହା,୪।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୁହୁରାପାଲି ମା’ ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଗ୍ରାମର ଡୁମାଲ ସମ୍ପ୍ରଦାୟର ଲୋକେ…

ସେମିଫାଇନାଲ ଭାରତୀୟ ଦଳର ପ୍ରାକ୍ଟିସ୍‌ ସମୟରେ ଅଚାନକ କରାଗଲା ପରିବର୍ତ୍ତନ, ହଇଚଇ ସୃଷ୍ଟି

ନୂଆଦିଲ୍ଲୀ,୪।୩: ମୁମ୍ବାଇରେ ହେବାକୁ ଥିବା ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ପୂର୍ବରୁ, ଭାରତୀୟ ଦଳର ପ୍ରତ୍ୟେକ ଗତିବିଧି ଉପରେ ନଜର ରଖାଯାଇଛି। ପ୍ଲେଇଂ ଇଲେଭେନରୁ ନେଟ ପ୍ରସ୍ତୁତି…

ସେମିଫାଇନାଲରେ ଭାରତ ପାଇଁ ଘାତକ ହେବେ ଏହି ୫ ଇଂଲଣ୍ଡ ଖେଳାଳି! ଭାରତଠୁ ଛଡାଇନେଇପାରନ୍ତି ଫାଇନାଲ ଟିକେଟ୍‌

ନୂଆଦିଲ୍ଲୀ,୪।୩: ବିଶ୍ୱର କୌଣସି ଦଳ ଲଗାତାର ଦୁଇଥର ଟି-୨୦ ବିଶ୍ୱକପ ଜିତି ନାହିଁ। ଭାରତୀୟ କ୍ରିକେଟ ଦଳ ଏହାକୁ ହାସଲ କରିବା ଏବଂ ଇତିହାସ ସୃଷ୍ଟି କରିବାଠାରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ, ଯାରା ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୪।୩: ଉପସାଗରୀୟ ଦେଶଗୁଡ଼ିକରେ ଯୁଦ୍ଧ ଭଳି ପରିସ୍ଥିତି ବିଶ୍ୱ ଶକ୍ତି ଯୋଗାଣକୁ ବିପଦରେ ପକାଇଛି। ଏହି ସଙ୍କଟ ସମୟରେ, ଭାରତର ଦୀର୍ଘକାଳୀନ ଏବଂ ବିଶ୍ୱସ୍ତ ବନ୍ଧୁ, ରୁଷିଆ…

ଆଜି ରଙ୍ଗର ପର୍ବ ହୋଲି: ସବୁଆଡେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୪।୩: ଆଜି ରଙ୍ଗର ଉତ୍ସବ ହୋଲି। ସାରା ଦେଶରେ ଉତ୍ସବର ମାହୋଲ। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri