ଦୂରହେବ ଦୀର୍ଘ ଦଶନ୍ଧିର ଦୁଃଖ

ଭବାନୀପାଟଣା,୧୯।୫(ସ୍ବ.ପ୍ର.): ଗ୍ରାମାଞ୍ଚଳକୁ ସହରାଞ୍ଚଳ ସହ ସଂଯୋଗ କରିବାକୁ ସରକାର ରାସ୍ତା ଓ ପୋଲ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଉପାନ୍ତ ଇଲାକାର ଲୋକଙ୍କ ପାଇଁ ପ୍ରହସନ ପାଲଟିଛି ଯୋଜନା। ନଦୀରେ ପୋଲଟିଏ ନ ଥିବା ଯୋଗୁ ଭାରରେ ବୁହା ହେଉଛନ୍ତି ରୋଗୀ। ସ୍ବଳ୍ପ ବର୍ଷାରେ ଜଳବନ୍ଦୀ ଜୀବନ କାଟୁଥିବା କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ୧୦ଖଣ୍ଡ ଗାଁ ଲୋକଙ୍କ ଦୀର୍ଘ ଦଶନ୍ଧିର ଦାବି ଏବେ ପୂରଣ ହେବାକୁ ଯାଉଛି। ଇନ୍ଦ୍ରାବତୀ ନଦୀରେ ନିର୍ମାଣ ହେବାକୁ ଯାଉଛି ବିଜୁ ସେତୁ। ଏଥିପାଇଁ ୫ କୋଟି ଟଙ୍କା ବ୍ୟୟ ଅଟକଳ ହୋଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।
ସୂଚନାଯୋଗ୍ୟ ଯେ, ଜିଲାର ଆଦିବାସୀ ଅଧ୍ୟୁଷିତ ଥୁଆମୂଳ ରାମପୁର ବ୍ଲକଠାରୁ ମାତ୍ର ୭ କି.ମି. ଦୂରରେ ରହିଛି ଇନ୍ଦ୍ରାବତୀ ନଦୀ। ନଦୀ ଆରପଟେ ରହିଛି ୧୦ଖଣ୍ଡ ଗାଁ। ସାମାନ୍ୟ ବର୍ଷା ହେଲେ ଜଳବନ୍ଦୀ ଜୀବନ ବିତାଉଥିବା ଏହି ଅଞ୍ଚଳବାସୀଙ୍କ ଦୁଃଖ ଏବେ ଦୂର ହେବାକୁ ଯାଉଛି। ଏହି ନଦୀ ପାର୍‌ ହୋଇ ଲାଞ୍ଜିଗଡ଼, ତଳଝାପି ନିକେଶ ଯୋର ଭଳି ୧୦ଖଣ୍ଡ ଗାଁର ଲୋକେ ଯିବାଆସିବା କରିଥାନ୍ତି। ଏହି ଅଞ୍ଚଳରେ ଗମନାଗମନ ପାଇଁ ଭଲ ରାସ୍ତା ନ ଥିବାବେଳେ କାଳ ସାଜିଛି ଇନ୍ଦ୍ରାବତୀ। ଗତ ୨ବର୍ଷ ମଧ୍ୟରେ ନଦୀରେ ବୁଡି ୫ଜଣଙ୍କ ଜୀବନ ଯାଇଛି। ବିଶେଷ କରି ବର୍ଷା ଦିନ ଆସିଲେ ଲୋକଙ୍କ ସମସ୍ୟା ଦୁଇଗୁଣ ବଢିଯାଏ। ଜଳବନ୍ଦୀ ଜୀବନ ଯାପନ କରନ୍ତି ଅଞ୍ଚଳବାସୀ। ନଦୀରେ ପୋଲ ନ ଥିବା ଯୋଗୁ ରୋଗୀ ଠିକ ସମୟରେ ମେଡ଼ିକାଲରେ ପହଞ୍ଚତ୍ ପାରନ୍ତି ନାହିଁ। ଛାତ୍ରୀଛାତ୍ର ମଧ୍ୟ ସ୍କୁଲ ଯିବାରେ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ଦୀର୍ଘ ବର୍ଷ ଧରି ଅଞ୍ଚଳବାସୀ ଇନ୍ଦ୍ରାବତୀ ନଦୀରେ ପୋଲ ନିର୍ମାଣ ପାଇଁ ଦାବି କରି ଆସୁଥିବା ବେଳେ ଏବେ ସେମାନଙ୍କ ତାହା ପୂରଣ ହେବାକୁ ଯାଉଛି। ଇନ୍ଦ୍ରାବତୀ ନଦୀରେ ନିର୍ମାଣ ହେବାକୁ ଯାଉଛି ବିଜୁ ସେତୁ। ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ ଦିଶାରୀ। ପ୍ରାୟ ୫ କୋଟି ବ୍ୟୟ ଅଟକଳରେ ଗୋଟିଏ ବର୍ଷ ମଧ୍ୟରେ ଏହା ନିର୍ମାଣ ହେବ। ସେତୁ ହେବା ପରେ ଗାଁକୁ ଆମ୍ବୁଲାନ୍ସ ଯିବା ସହ ଆଉ ଜଳବନ୍ଦୀ ଜୀବନ ବିତାଇବେ ନାହିଁ ୧୦ଖଣ୍ଡ ଗାଁର ଲୋକେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…

ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri