Posted inଜାତୀୟ

ଓୱାଇସିଙ୍କ ବୟାନକୁ ନେଇ ହଇଚଇ, କହିଲେ ରାତିରେ ଶୋଇବା ପୂର୍ବରୁ ପତ୍ନୀଙ୍କୁ….

ନୂଆଦିଲ୍ଲୀ,୨୨।୯: ରାଜନୈତିକ ପ୍ରସଙ୍ଗରେ ନିଜ ମତ ରଖୁଥିବା AIMIM ମୁଖ୍ୟ ତଥା ହାଇଦ୍ରାବାଦ ଲୋକସଭା ଏମପି ଅସଦୁଦ୍ଦିନ ଓୱାଇସିଙ୍କ ଏକ କାର୍ଯ୍ୟକ୍ରମରେ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଛି । ଏଥର ସେ ରାଜନୀତି ନୁହେଁ, ବରଂ ବୈବାହିକ ଜୀବନ ଓ ସ୍ୱାମୀ-ସ୍ତ୍ରୀଙ୍କ ସମ୍ପର୍କକୁ ନେଇ କଥା ହୋଇଛନ୍ତି ।

ଓୱେସି ଲୋକଙ୍କୁ ନିଜ ପତ୍ନୀଙ୍କ ପ୍ରତି ଭଲପାଇବା ଖୋଲାଖୋଲି ଭାବେ ପ୍ରକାଶ କରିବାକୁ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି, ପତ୍ନୀଙ୍କୁ ଭଲପାଇବା ଜଣାଇବାରେ ସ୍ୱାମୀଙ୍କୁ ଲାଜ କିମ୍ବା ସଙ୍କୋଚ କରିବା ଉଚିତ ନୁହେଁ। ମଜାଳିଆ ଅନ୍ଦାଜରେ ଓୱେସି କହିଛନ୍ତି, ସକାଳେ ଉଠିବା ପରେ, ଦିନରେ ଏବଂ ରାତିରେ ଶୋଇବା ପୂର୍ବରୁ ପତ୍ନୀଙ୍କ ଆଖିରେ ଆଖି ମିଶାଇ ‘ଆଇ ଲଭ୍‌ ୟୁ ମାଇ ଡିଅର୍‌’ କହିବା ଉଚିତ। ଏହା ସହ ଜଡ଼ିତ ଏକ ଭିଡିଓ ମଧ୍ୟ ପୋଷ୍ଟ କରାଯାଇଛି । ଏଥିରେ ଲେଖାଯାଇଛି ଯେ, ନିଜ ପତ୍ନୀଙ୍କୁ ଭଲପାଆନ୍ତୁ ଏବଂ ନିଜ ଭଲପାଇବାକୁ ପ୍ରକାଶ ମଧ୍ୟ କରନ୍ତୁ।

ଓୱାଇସି କହିଛନ୍ତି, ଘରେ ଛୋଟଛୋଟ କଥାକୁ ନେଇ ବଚସା ସୃଷ୍ଟି କରିବା ପରିବର୍ତ୍ତେ ସ୍ୱାମୀ-ସ୍ତ୍ରୀ ପରସ୍ପର ସହ ପ୍ରେମ ଓ ସମ୍ମାନର ସହ ରହିବା ଉଚିତ । ସମୟ ସମୟରେ ଭଲପାଇବା ପ୍ରକାଶ କଲେ ସମ୍ପର୍କରେ ଆତ୍ମୀୟତା ବଜାୟ ରହିଥାଏ ବୋଲି ସେ କହିଛନ୍ତି। ସେ ଲୋକଙ୍କୁ ପତ୍ନୀଙ୍କ ଆଖିରେ ଆଖି ମିଶାଇ ଭଲପାଇବା ଜଣାଇବାକୁ କହିଛନ୍ତି । ଓୱାଇସିଙ୍କ ଏହି ଅନ୍ଦାଜ ଦେଖି କାର୍ଯ୍ୟକ୍ରମରେ ଉପସ୍ଥିତ ଲୋକେ ମଧ୍ୟ ପ୍ରତିକ୍ରିୟା ଦେଇଥିଲେ। ଓୱାଇସି ନିକଟରେ ଭୋପାଳରେ ହୋଇଥିବା ନିଜର ଏକ କାର୍ଯ୍ୟକ୍ରମର ମଧ୍ୟ ଉଲ୍ଲେଖ କରିଥିଲେ। ସେଠାରେ ସେ ବିବାହ ଓ ନିକାହ ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗରେ ନିଜର ମତ ରଖିଥିଲେ। ଭୋପାଳ କାର୍ଯ୍ୟକ୍ରମରେ ସେ ୟୁନିଫର୍ମ ସିଭିଲ୍‌ କୋଡ୍‌ (UCC) ଏବଂ ମୁସଲିମ୍‌ ପର୍ସନାଲ୍‌ ଲ’କୁ ନେଇ ମଧ୍ୟ କଥା ହୋଇଥିଲେ।

ତେବେ କାନପୁରର କାର୍ଯ୍ୟକ୍ରମରେ ତାଙ୍କ ଫୋକସ୍‌ ସ୍ୱାମୀ-ସ୍ତ୍ରୀଙ୍କ ସମ୍ପର୍କ ଏବଂ ପରିବାରରେ ପ୍ରେମ ଓ ସମ୍ମାନ ବଜାୟ ରଖିବା ଉପରେ ରହିଥିଲା। ପରିବାରରେ ପରସ୍ପର ସମ୍ମାନ ଓ ଭଲପାଇବା ରହିଲେ ଘରର ପରିବେଶ ଭଲ ହୋଇପାରିବ ବୋଲି ସେ କହିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି…

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ୧୦ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଘୋଷଣା

ନୂଆଦିଲ୍ଲୀ,୨୨।୯: ଉତ୍ତର ପ୍ରଦେଶରୁ ୧୦ଟି ଏବଂ ଉତ୍ତରାଖଣ୍ଡରୁ ଗୋଟିଏ – ଏହିପରି ମୋଟ ୧୧ଟି ରାଜ୍ୟ ସଭା ଆସନ ପାଇଁ ଅକ୍ଟୋବର ୧୬ରେ ନିର୍ବାଚନ ଅନୁଷ୍ଠିତ ହେବ।…

ଛାତ୍ରୀଛାତ୍ରଙ୍କୁ ଜଳଖିଆ ପରଷିଲେ, ନିଜେ ବି ଖାଇଲେ ସିଏମ ବିଜୟ; ଭିଡିଓ ଭାଇରାଲ

ଚେନ୍ନାଇ,୨୨।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ମଙ୍ଗଳବାର (ସେପ୍ଟେମ୍ବର ୨୨) ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ଜଳଖିଆ ଯୋଜନାର ସମ୍ପ୍ରସାରଣ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ…

ମନ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ କରିନେଲେ ଅପହରଣ: ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ

ଇସଲାମାବାଦ/ପେଶାୱାର,୨୨।୯: ଆତଙ୍କବାଦକୁ ପ୍ରଶ୍ରୟ ଦେଉଥିବା ପାକିସ୍ତାନରେ ଏବେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଜ ଦେଶର ନିର୍ବାଚିତ ଜନପ୍ରତିନିଧି ଏବଂ ମନ୍ତ୍ରୀମାନେ ମଧ୍ୟ ଏବେ ସୁରକ୍ଷିତ…

ବୁଢ଼ା ବୟସରେ ପ୍ରେମ, ପରେ ପ୍ରେମିକଙ୍କୁ ହତ୍ୟା କରି ଜାଳିଦେଲେ ୭୦ ବର୍ଷୀୟା! DNA ଟେଷ୍ଟ ଖୋଲିଲା ରହସ୍ୟ

ମୁମ୍ବାଇ,୨୨।୯: ମହାରାଷ୍ଟ୍ରର ସୋଲାପୁର ଜିଲାପଣ୍ଢରପୁରରୁ ଏକ ଚାଞ୍ଚଲ୍ୟକର ହତ୍ୟା ଘଟଣା ସାମ୍ନାକୁ ଆସିଛି। ୭୦ ବର୍ଷ ବୟସରେ ପ୍ରେମ ସମ୍ପର୍କକୁ ନେଇ ନିଜ ପ୍ରେମିକଙ୍କୁ ହତ୍ୟା କରିବା…

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…

ଭୋ ଭୋ ହୋଇ କାନ୍ଦିଲେ ଭାଜପା ମନ୍ତ୍ରୀ: ବିଜୟ ସତ୍ତ୍ୱେ…

ଅଲୱର,୨୨।୯: ରାଜସ୍ଥାନର ଅଲୱର ନଗର ନିଗମରେ ଭାଜପାର ବିଜୟ ପରେ ଭାବବିହ୍ବଳ ହୋଇପଡ଼ିଛନ୍ତି ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ସଞ୍ଜୟ ଶର୍ମା। ଅଲୱର ନଗର ନିଗମର ଦାୟିତ୍ୱ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?